ପ୍ରମୂଖ ଖବର
  • କଟକ : ମହାନଦୀରେ ଗାଧୋଇବା ବେଳେ ବୁଡ଼ିଗଲେ ୩ ଜଣ: ଜଣେ ଉଦ୍ଧାର, ସର୍ଚ୍ଚ ଅପରେସନ୍‌ ଜାରି
  • ||
  • ଭଦ୍ରକ : ପୋଖରୀରେ ଗାଧୋଇବା ବେଳେ ଅଘଟଣ, ଗଭୀର ପାଣିରେ ବୁଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ
  • ||
  • କଟକରେ ନକଲି ବିଦେଶୀ ମଦ କାରଖାନାରେ ଚଢାଉ: ବିପୁଳ ପରିମାଣର ସାମଗ୍ରୀ ଜବତ, ଜଣେ ଅଟକ
  • ||
  • ଭଦ୍ରକ ମେଡିକାଲରେ ଅଘଟଣ, ଲିଫ୍ଟରେ ଚାପି ହୋଇ ଚାଲିଗଲା ରୋଗୀଙ୍କ ଜୀବନ
  • ||
  • ବାଲେଶ୍ୱର : ପ୍ରଶାନ୍ତଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଘୋଷଣା, ପତ୍ନୀଙ୍କୁ ସରକାରୀ ଚାକିରି
  • ||
  • IPL 2025: ଆଜି ବେଙ୍ଗାଲୁରୁକୁ ଭେଟିବ ରାଜସ୍ଥାନ, ଘରୋଇ ଗ୍ରାଉଣ୍ଡରେ ଆରସିବିର ପ୍ରଥମ ବିଜୟ ଲକ୍ଷ୍ୟ
  • ||
  • ଢେଙ୍କାନାଳ : କୁଖ୍ୟାତ ଅପରାଧୀ ହୁଣ୍ଡକୁ ଏନକାଉଣ୍ଟର୍‌, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ: ସବୁ ପଞ୍ଚାୟତରେ ହେବ ସ୍ୱତନ୍ତ୍ର ଗ୍ରାମସଭା, ଆଭାସୀ ମାଧ୍ୟମରେ ଯୋଗଦେବେ ପ୍ରଧାନମନ୍ତ୍ରୀ
  • ||
  • ଗୁରୁବାର ଭୀଷଣ ଗ୍ରୀଷ୍ମ ପ୍ରକୋପ, ୨୬ ଯାଏ ଆକାଶରୁ ଅଗ୍ନିବର୍ଷା: ଉପକୂଳରେ ଅସହ୍ୟ ହେବ ତାତି, ଗୁଳୁଗୁଳି
  • ||

ପଥର ଖାଦାନ ଭିତରୁ ମିଳିଲା ନାବାଳକଙ୍କ ମୃତଦେହ, ବୁଧବାରଠାରୁ ଥିଲେ ନିଖୋଜ

Published By : Harapriya Sethi | April 24, 2025 11:12 AM

ଭୁବନେଶ୍ୱର, ୨୪/୦୪: ଗତକାଲିଠୁ ନିଖୋଜ ଥିଲେ ୬ ବର୍ଷ ନାବାଳକ । ଆଜି ମିଳିଲା ମୃତଦେହ । ପଥର ଖାଦାନ ଭିତର ପାଣିରୁ ଉଦ୍ଧାର କଲା ଅଗ୍ନିଶମ ବାହିନୀ । ଯାଜପୁର ଜିଲ୍ଲା ଜେନାପୁର ଥାନା ଅଧୀନ ସାହାଣୀଡିହ ପଞ୍ଚାୟତରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ  ଆସିଛି ।

ସୂଚନା ମୁତାବକ, ଚାରଗୋଠ ଗ୍ରାମର ବାଉରୀ ବନ୍ଧୁ ରାଉତଙ୍କ ୬ ବର୍ଷର ନାବାଳକ ପୁଅ ମାମୁଁଘରେ ରହିଥିଲା । ଗତକାଲି ସାନ୍ଧ୍ୟାରେ ଘର ପାଖକୁ ଟିଉସନ୍ ଯାଇଥିଲା। ହେଲେ ଦାର୍ଘ ସମୟ ଧରି ଘରକୁ ନ ଫେରି ନଥିଲା । ଘରକୁ ନଫେରିବାରୁ ପରିବାର ଲୋକେ ବହୁ ଖୋଜା ଖୋଜି କରିଥିଲେ। ଏ ନେଇ ପରିବାର ଲୋକେ ଜେନାପୁର ପୋଲିସକୁ ଖବର ଦେଇଥିଲେ। ଏନେଇ ଖବର ପାଇ ପୋଲିସ ବିଭିନ୍ନ ସ୍ଥାନରେ ଖୋଜା ଖୋଜି କରିଥିଲା । ଶେଷରେ ଏକ ପଥର ଖାଦାନ ଭିତର ପାଣିରୁ ନାବାଳକଙ୍କ ମୃତଦେହ ଉଦ୍ଧାର ହୋଇଛି । ଅଗ୍ନିଶମ ବାହିନୀ ପକ୍ଷରୁ ନାବାଳକଙ୍କୁ ଉଦ୍ଧାର କରାଯାଇଛି । ବ୍ୟବଚ୍ଛେଦ ପାଇଁ ମୃତଦେହକୁ ଡାକ୍ତରଖାନାକୁ ପଠାଇ ଦିଆଯାଇଛି । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ଏନେଇ ଜେନାପୁର ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.