ପ୍ରମୂଖ ଖବର
  • ପିପିଲି ଓଭରବ୍ରିଜ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ବସ୍ ଧକ୍କାରେ ୩ ଯୁବତୀ ମୃତ
  • ||
  • ପୁରୀରେ ପରିବାର ସହ ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ, ରଥରେ ମହାପ୍ରଭୁଙ୍କୁ କଲେ ଦର୍ଶନ
  • ||
  • ସୁନ୍ଦରଗଡ଼ : ପାରିବାରିକ କଳହରୁ ଗଡ଼ିଲା ମୁଣ୍ଡ, ପତ୍ନୀଙ୍କୁ ପିଟିପିଟି ହତ୍ୟା କଲା ନୃଶଂସ ସ୍ୱାମୀ
  • ||
  • ଗଞ୍ଜାମ : ଅଟୋ ଓଲଟି ଜଣେ ମୃତ,୧୦ ଗୁରୁତର
  • ||
  • ଦ୍ଵିତୀୟ ଦିନରେ ଆରମ୍ଭ ହେଲା ରଥ ଟଣା, ଘଣ୍ଟଘଣ୍ଟା, ହରିବୋଲରେ ଉଛୁଳି ପଡ଼ୁଛି ବଡ଼ଦାଣ୍ଡ
  • ||
  • ଭଦ୍ରକ : ଅନହରପୁର ଗାଁରେ ଅଘଟଣ, ଡିଜେ ଗାଡ଼ି ଓଲଟି ନାବାଳକ ମୃତ
  • ||
  • ଅଭିନେତ୍ରୀ ଶେଫାଳି ଜରିୱାଲାଙ୍କ ବିୟୋଗ, ୪୨ ବର୍ଷରେ ହୃଦଘାତରୁ ଚାଲିଗଲା ଜୀବନ
  • ||
  • ଶନିବାର ଆଉ ଏକ ଲଘୁଚାପ, ଜୁଲାଇ ୩ ଯାଏ ବର୍ଷିବ; ୧୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି
  • ||

ଅଚ୍ୟୁତପୁର ଗାଁରେ ଅଘଟଣ, ବିଦ୍ୟୁତ୍ ଆଘାତରେ ନାବାଳକଙ୍କ ମୃତ୍ୟୁ

Published By : Harapriya Sethi | June 28, 2025 3:01 PM

ଧର୍ମଶାଳା,୨୮/୦୬: ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ଅଚ୍ୟୁତପୁର ଗ୍ରାମର ଜଣେ ନାବାଳକଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ଘଟିଛି । ମୃତକ ହେଲେ ଅଭୟପୁର ପଞ୍ଚାୟତ ଅଚ୍ୟୁତପୁର ଗ୍ରାମର ପ୍ରଭାସ କୁମାର ସାହୁଙ୍କ ପୁଅ ଓମ୍‌ ପ୍ରକାଶ ସାହୁ (୧୭ ବର୍ଷ)।

ସୂଚନା ମୁତାବକ, ଶନିବାର ସକାଳେ କୌଣସି କାମରେ ଘର ଛାତ ଉପରକୁ ଯାଇଥିବା ବେଳେ ଉପରେ ଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଥିଲେ ଓମ୍‌ । ତେବେ ଓମ୍ ପ୍ରକାଶଙ୍କ ଦାଦା ଛାତ ଉପରକୁ ଯିବା ବେଳେ ସେ ତଳେ ପଡିଥିବା ଦେଖିବାକୁ ପାଇଥିଲେ । ପରିବାରଲୋକେ ତାଙ୍କୁ ପ୍ରଥମେ ଧର୍ମଶାଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଶାୟା ଖେଳିଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.