ପ୍ରମୂଖ ଖବର
  • ଢେଙ୍କାନାଳ : ଧରାପଡ଼ିଲେ ଲାଞ୍ଚୁଆ ଭାରପ୍ରାପ୍ତ ଆରଆଇ; ପିଅନ ମାଧ୍ୟମରେ ନେଉଥିଲେ ଟଙ୍କା
  • ||
  • କେନ୍ଦୁଝର : ଛତୁ ଗୋଟାଇବା ବେଳେ ଆକ୍ରମଣ କଲା ଦନ୍ତା, ୨ମହିଳା ଆହତ
  • ||
  • ବହୁଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲା: ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ଦୋଷୀ ସାବ୍ୟସ୍ତ
  • ||
  • ଭଦ୍ରକ : ଲୁଟ୍‌ କରିବାକୁ ଆସିଥିଲେ, ସାଇରନ୍‌ ବାଜିବାରୁ ଚମ୍ପଟ ମାରିଲେ ଦୁର୍ବୃତ୍ତ
  • ||
  • ହରିୟାଣା ପରେ କେରଳ; ଅସହ୍ୟ ହେଲା ଋଣ ବୋଝ, ଜୀବନ ହାରିଲେ ଆଉ ଏକ ପରିବାର !
  • ||
  • କେନ୍ଦୁଝର : ବ୍ୟାଟେରୀ ଦୋକାନରେ ଅଗ୍ନିକାଣ୍ଡ, ୨୫ ଲକ୍ଷ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ
  • ||
  • ଶିକ୍ଷାର୍ଥୀଙ୍କ ପାଇଁ ଖୁସି ଖବର; ଚଳିତବର୍ଷ ଭାରତରେ ଖୋଲିବ ୧୫ ବିଦେଶୀ ବିଶ୍ୱବିଦ୍ୟାଳୟ ବ୍ରାଞ୍ଚ
  • ||
  • ମୟୂରଭଞ୍ଜ : ଟ୍ରକ୍‌ ଧକ୍କାରେ ଖଣ୍ଡ ଖଣ୍ଡ ହୋଇଗଲା ଟ୍ରାକ୍ଟର; ୨ମୃତ, ୩ଗୁରୁତର
  • ||
  • ଭୁବନେଶ୍ଵର : ୨ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ, ଜୁନ୍‌ରେ ସ୍ୱାଭାବିକଠାରୁ ଅଧିକ ବର୍ଷା ସମ୍ଭାବନା
  • ||
  • କେନ୍ଦୁଝର : ୨ଟି ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟ୍, ତଦନ୍ତ କରୁଛି ପୋଲିସ
  • ||

ପୁରୀ ବଡ଼ଦାଣ୍ଡରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ, ଅଭିଯୁକ୍ତ ଅଟକ

Published By : Rasmita Pradhan | May 26, 2025 12:29 PM

ପୁରୀ, ୨୬/୦୫ : ପୁରୀ ବଡ଼ଦାଣ୍ଡରେ ନାବାଳିକା ପର୍ଯ୍ୟଟକଙ୍କୁ ଅସଦାଚରଣ ଅଭିଯୋଗ। ଅଭିଯୁକ୍ତ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ ନାବାଳିକାଙ୍କ ପରିବାର ଓ ସ୍ଥାନୀୟ ଲୋକେ। ଯୁବକଙ୍କୁ ଉଦ୍ଧାର କରି ଅଟକ ରଖିଛି ସିଂହଦ୍ଵାରା ଥାନା ପୁଲିସ।

ସୂଚନାନୁଯାୟୀ, ସୋମବାର ଶ୍ରୀମନ୍ଦିରରୁ ଦର୍ଶନ ସାରି ଫେରିବା ବେଳେ ଜଣେ ନାବାଳିକା ପର୍ଯ୍ୟଟକଙ୍କୁ ଜଣେ ଯୁବକ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଅସଦାଚରଣ କରିଥିଲେ। ନାବାଳିକାଙ୍କ ପରିବାର ଏବଂ ସ୍ଥାନୀୟ ଲୋକେ ଅଭିଯୁକ୍ତ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ମାଡ଼ ମାରିଥିଲେ। ଖବର ପାଇ ସିଂହଦ୍ୱାର ଥାନା ପୁଲିସ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରି ଥାନାରେ ଅଟକ ରଖିଛି। ଯୁବକଙ୍କ ପରିଚୟ ମିଳିପାରି ନାହିଁ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.