ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

ନବରଙ୍ଗପୁର, ୧୮/୦୯ : ସ୍କୁଲ ପଛ ବୁଦା ମୂଳରୁ ମିଳିଲା ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ। ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ। ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ କଣ୍ଟାଗାଁ ସଦର ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ନିକଟସ୍ଥ ଏକ ଟାୱାର ପାଚେରୀ ପାର୍ଶ୍ଵରୁ ଜଣେ ୧୧ ବର୍ଷୀୟା ନାବାଳିକାଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। 

ସୂଚନାନୁଯାୟୀ, ନାବାଳିକା ଜଣଙ୍କ ମଙ୍ଗଳବାର ଦିନ ପ୍ରାୟ ୧ଟା ବେଳେ ଶୌଚ ହେବାକୁ ଯାଉଛି କହି ଘରୁ ଯାଇଥିଲେ। ବହୁ ସମୟ ଧରି ଘରକୁ ଫେରି ନଥିଲେ। ଏହାପରେ ଘରଲୋକ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ। ହେଲେ ନାବାଳିକାଙ୍କ ଖୋଜ ଖବର ମିଳି ନଥିଲା। ପରେ ରାତି ପ୍ରାୟ ୮ଟା ବେଳେ ଗ୍ରାମର ଟାୱାର ପାଚେରୀ ପାର୍ଶ୍ୱରୁ ନାବାଳିକାଙ୍କ କ୍ଷତାକ୍ତ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ଝିଅର ଦୁଇ ହାତ ବନ୍ଧା ହୋଇଥିବା ବେଳେ ପାରିପାର୍ଶ୍ଵିକ ସ୍ଥିତି ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ତେନ୍ତୁଳିଖୁଣ୍ଟି ଥାନା ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ସାଇଣ୍ଟିଫିକ୍ ଏବଂ ଡଗ୍ ସ୍କ୍ଵାଡ୍ ସହାୟତାରେ ତଦନ୍ତ ଚଳାଇଛନ୍ତି। ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର ସଠିକ୍ କାରଣ ଜଣାପଡ଼ିବ ବୋଲି କୁହାଯାଉଛି। ମୃତକଙ୍କ ପରିବାର ଅଭିଯୁକ୍ତକୁ ଗିରଫ ଦାବିରେ ରାସ୍ତାରୋକ କରିଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.