ପ୍ରମୂଖ ଖବର
  • ଇସ୍କନ ଅଦିନିଆ ରଥଯାତ୍ରାକୁ ନେଇ ଇସ୍କନ ଗଭର୍ଣ୍ଣିଂ ବଡି ଅଧ୍ୟକ୍ଷଙ୍କୁ ଚିଠି ଲେଖିଲେ ଗଜପତି ମହାରାଜା
  • ||
  • କୋରାପୁଟ : ଜଲାପୁଟ ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା
  • ||
  • ଅଣାୟତ୍ତ ଡାଇରିଆ ସ୍ଥିତି; ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଗୃହ ଏବଂ ନଗର ଉନ୍ନୟନ ବିଭାଗର ଆଲର୍ଟ
  • ||
  • ରଥଯାତ୍ରାକୁ ନେଇ କଠୋର ହେଲେ ସରକାର, ରଥ ଉପରକୁ ଅଣସେବାୟତ ଚଢିଲେ ହେବେ ଗିରଫ
  • ||
  • ସୁନ୍ଦରଗଡ଼ରେ ଲୁଟେରାଙ୍କ ଆତଙ୍କରାଜ, ବନ୍ଧୁକ ଦେଖାଇ ନେଇଗଲେ ଅଳଙ୍କାର ଓ ନଗଦ ଟଙ୍କା
  • ||
  • ଅଣସର ଦର୍ଶନର ଚତୁର୍ଥ ଦିନ, ରଜ ସଂକ୍ରାନ୍ତି ପାଇଁ ଅଲାରନାଥ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
  • ||
  • ଇସ୍ରାଏଲ-ଇରାନ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି, ତେହେରାନରେ ପ୍ରତିରକ୍ଷା ମନ୍ତ୍ରଣାଳୟ କୋଠା ଓ ପରମାଣୁ ମୁଖ୍ୟାଳୟ ଧ୍ୱଂସ
  • ||
  • କେଦାରନାଥ ନିକଟରେ ହେଲିକପ୍ଟର୍ ଦୁର୍ଘଟଣା, ୬ ମୃତ
  • ||
  • ନାଇଜେରିଆରେ ଗୁଳିମାଡ କଲେ ବନ୍ଧୁକଧାରୀ, ୧୦୦ ଜଣଙ୍କର ମୃତ୍ୟୁ
  • ||
  • ଆଗେଇବ ମୌସୁମୀ ବାୟୁ, ୨୦ ଲଘୁଚାପରେ ଆଗକୁ ହେବ ଅଗ୍ରସର: ଆଜି ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲାକୁ ଆଲର୍ଟ
  • ||

ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ; ଜଣେ ଅଟକ

Published By : Bijay Swain | June 12, 2025 8:48 PM

ତାଳଚେର,୧୨/୬/(ଆ.ପ୍ର.): ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଜଣେ ଯୁବକକୁ  ପୁଲିସ ଅଟକ ରଖି ପଚାରାଉଚରା ଚଳାଇଛି ।  ଘଟଣାରୁ ପ୍ରକାଶ ଯେ, ଗୁରୁବାର ପ୍ରାୟ ସାଢ଼େ ୧୨ଟା ବେଳେ ଜଣେ ୬ ବର୍ଷର ନାବାଳିକାକୁ ଚକୋଲେଟ୍‌‍ ଦେଇ ପ୍ରଲୋଭିତ କରିବା ସହ ଘରୁ ବାହାରକୁ ଡାକି ନେଇ ଯୁବକ ଜଣକ ଦୁଷ୍କର୍ମ କରିଥିଲା ବୋଲି ଅଭିଯୋଗ ହୋଇଛି । 

ନାବାଳିକା ଚିତ୍କାର କରିବାରୁ ଯୁବକ ଜଣଙ୍କ ନାବାଳିକାକୁ ଛାଡ଼ି ପଳାଇଥିଲା । ନାବାଳିକା ଜଣକ ଘରକୁ ଆସି ଏ ସମ୍ପର୍କରେ ଜଣାଇବା ପରେ ପରିବାର ଲୋକ ପୁଲିସ ନିକଟରେ ଅଭିଯୋଗ କରିଥିଲେ। ନାବାଳିକାକୁ ଟଙ୍କା ଦେଇ ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ନଜଣାଇବା ପାଇଁ ଯୁବକ ଜଣକ କହିଥିବା ଝିଅର ପରିବାର ପକ୍ଷରୁ ମଧ୍ୟ ଅଭିଯୋଗ କରାଯାଇଛି। 

ଅଟକ ଯୁବକ ଜଣକ ତାଳଚେର ଥାନା ଅନ୍ତର୍ଗତ ଶିବରାମପୁର ଅଞ୍ଚଳର ସୁନୀଲ ପ୍ରଧାନ (୨୦) ବୋଲି ଜଣାପଡିଛି। ନାବାଳିକାକୁ ଡାକ୍ତରୀମାଇନା କରାଯାଇଛି । ପୁଲିସ ଏନେଇ ତଦନ୍ତ ଜାରି ରଖିଥିବାର ନେଇ ସୂଚନା ମିଳିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.