ପ୍ରମୂଖ ଖବର
  • ଭଦ୍ରକ : ନିଆଁ ଲାଗି ଜଳିଗଲା ୬ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ
  • ||
  • ବିଶ୍ୱର ୪ର୍ଥ ସର୍ବବୃହତ ଅର୍ଥନୈତିକ ଦେଶ ଭାରତ, ଜାପାନକୁ ଟପିଲା
  • ||
  • IPL 2025: ଆଜି ଚେନ୍ନାଇ- ଗୁଜରାଟ ମଧ୍ୟରେ ଶେଷ ଲିଗ୍‌ ମ୍ୟାଚ୍‌, ଟାଇଟନ୍ସ ପାଇଁ ଗୁରୁତ୍ୱପୂର୍ଣ୍ଣ
  • ||
  • ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସି ଖବର, ଅଣ୍ଡାରୁ ଫୁଟି ବାହାରିଲେ ୧୪ ଘଡ଼ିଆଲ ଛୁଆ
  • ||
  • ଭାରତ ପ୍ରହାରରେ ଥରହର ପାକିସ୍ତାନ; ପ୍ରତିରକ୍ଷା ବଜେଟ୍ ବଢାଇବାକୁ ପ୍ଲାନ୍‌, କହିଲା ଆମ ପଡ଼ୋଶୀ...
  • ||
  • ସମ୍ବଲପୁର ବୁର୍ଲା ଥାନା ଲଡୁଖାଇ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପିଟିଲା କାର୍‌, ୨ ମୃତ, ୨ ଗୁରୁତର
  • ||
  • ରବିବାର ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ,ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ, ଫୋକସରେ ଭାରତ- ପାକ୍ ତିକ୍ତତା
  • ||
  • ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ଜଳିଗଲା ଗଦି ତିଆରି କାରଖାନା, ୧୦କୋଟି ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ୫ ଦିନରେ ଓଡ଼ିଶାରେ ମୌସୁମୀ: ଏବେ ଝିପିଝିପି, ୨୭ରୁ ୩୦ ଯାଏଁ ଅଧିକ ବର୍ଷା ସମ୍ଭାବନା, ଜୁନ୍ ପୁଣି ଗରମ
  • ||

ନାବାଳିକା ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ କାରାଦଣ୍ଡ

Published By : Soubhagya Ranjan | May 24, 2025 11:17 PM

ଝାରସୁଗୁଡା,୨୪/୦୫: ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଶନିବାର ଝାରସୁଗୁଡ଼ା ପୋକ୍ସୋ ଅଦାଲତ ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡ ଓ ୧୦ ହଜାର ଟଙ୍କା ଜୋରିମାନା ନିର୍ଦ୍ଦେଶ  ଦେଇଛନ୍ତି । ସୂଚନା ଅନୁସାରେ ଝାରସୁଗୁଡ଼ା ଜିଲ୍ଲା ବଡ଼ମାଳ ଥାନାରେ ୨୦୨୨ ମସିହା ମେ ମାସ ୨ ତାରିଖ ଦିନ ଜଣେ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଥିଲା । ଦୁଷ୍କର୍ମ କାରୀ କିଶୋର ବାଦୀ (୩୦) କୁ ପୋଲିସ ଗିରଫ କରି କୋଟ ଚାଲାଣ କରିଥିଲା। ପୋକ୍ସୋ ଅଦାଲତରେ ବିଚାରପତି ପୂଜା ଷଡ଼ଙ୍ଗୀ ଏହି ମାମଲାରେ ଉଭୟ ପକ୍ଷର ସାକ୍ଷ ପ୍ରମାଣ ଗ୍ରହଣ କରି ଶନିବାର ଅଭିଯୁକ୍ତ କିଶୋରକୁ ୨୦ ବର୍ଷ କାରାଦଣ୍ଡ ଶୁଣାଇଛନ୍ତି। ଏଥିସହିତ ସରକାର ପୀଡ଼ିତାଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଅନୁକମ୍ପା ରାଶି ସାହାଯ୍ୟ କରିବାପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସରକାରୀ ଓକିଲ ପୃଥ୍ୱୀରାଜ ସିଂଦେଓ ଏହି ମାମଲାକୁ ପରିଚାଳନା କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.