ପ୍ରମୂଖ ଖବର
  • ସୁନ୍ଦରଗଡ଼ : ବ୍ରାହ୍ମଣୀ ନଦୀରେ ବୁଡ଼ି ନାବାଳକ ନିଖୋଜ, ସର୍ଚ୍ଚ ଅପରେସନ୍‌ ଜାରି
  • ||
  • ଇଂଲଣ୍ଡ ଗସ୍ତ ପୂର୍ବରୁ ଭାରତକୁ ଲାଗିପାରେ ବଡ଼ ଝଟକା; ସାମି-ବୁମରାଙ୍କ ଖେଳିବାକୁ ନେଇ ସନ୍ଦେହ
  • ||
  • ସମ୍ୱଲପୁର : କଫ୍‌ ସିରପ୍‌ ଭର୍ତ୍ତି ବକ୍ସ ଚୋରି କରିବା ପଡ଼ିଲା ମହଙ୍ଗା, ସମ୍ବଲପୁର ଟାଉନ୍ ଥାନା ଏଏସ୍‌ଆଇ ନିଲମ୍ବିତ
  • ||
  • ରେକର୍ଡ ଭାଙ୍ଗିଲା ଶ୍ରୀନଗର ତାତି ; ୫୪ ବର୍ଷ ପରେ ୩୪ ଡିଗ୍ରୀ ପାର୍‌, ୧୩୩ ବର୍ଷ ପରେ ଜଳିଲା ମେ'
  • ||
  • ଭୁବନେଶ୍ୱର : ବିଦେଶରେ ଚାକିରି ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ, ଅଭିଯୁକ୍ତ ଗିରଫ
  • ||
  • ମେ ୨୭ ନୁହେଁ, ୨୬ରେ ସାବିତ୍ରୀ ଛୁଟି ଘୋଷଣା କଲେ ସରକାର, ୨୭ରେ ଖୋଲା ରହିବ ସରକାରୀ ଅଫିସ୍
  • ||
  • ବିଳିବିଳଉଛି ପାକିସ୍ତାନ; 'ପାଣି ବନ୍ଦ କଲେ ଆମେ ତୁମ ନିଶ୍ୱାସ ବନ୍ଦ କରିଦେବୁ', ପୁରୁଣା ଡଇଲଗ ଦୋହରାଇଲେ ପାକ୍‌ ଜେନେରାଲ
  • ||
  • ସମ୍ବଲପୁର: ମାଲଖାନାରୁ କଫ୍‌ ସିରପ୍ ଚୋରି କରିଟାଉନ୍‌ ଥାନାରେ କାର୍ଯ୍ୟରତ ASI ବିଦ୍ୟୁତ୍ ପଣ୍ଡା ନିଲମ୍ବିତ
  • ||
  • ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ, ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ର ଚଢ଼ାଉ
  • ||
  • ୨୭ ଯାଏ ଘୁଞ୍ଚିଲା ସ୍ପେସାଲ୍‌ ଓଟିଇଟି ଆବେଦନ, ଫର୍ମ ପୂରଣର ଅବଧିକୁ ବଢ଼ାଇଲା ବୋର୍ଡ
  • ||
  • କେନ୍ଦୁଝର : ବେଆଇନ ବାଲି ଚୋରା ଚାଲାଣ ବେଳେ ୩ ହାଇୱା ଜବତ, ୬ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜରିମାନା ଆଦାୟ
  • ||
  • ଏବେ ୭୮୮ ଭାରତୀୟ ଛାତ୍ରଙ୍କର କଣ ହେବ ? ହାର୍ଭାର୍ଡରେ ବିଦେଶୀ ଛାତ୍ରଙ୍କ ନାମଲେଖା ଉପରେ ରୋକ୍ ଲଗାଇଲେ ଟ୍ରମ୍ପ
  • ||
  • ବାଂଲାଦେଶରେ କିଛି ଠିକ୍ ନାହିଁ ; ବିପଦରେ ୟୁନୁସଙ୍କ ଗାଦି, ସେନାମୁଖ୍ୟ ଦେଲେ ଅଲଟିମେଟ୍
  • ||
  • ନେପାଳରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୪.୭ ରେକର୍ଡ
  • ||
  • ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି : ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା, ୬ ମନ୍ତ୍ରୀ ପଦ ପାଇଁ ଆଶାୟୀଙ୍କ ଲବି ଭୁବନେଶ୍ୱରରୁ ଦିଲ୍ଲୀ
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ବାଜା ଗାଡ଼ି: ୨ ମୃତ, ୨୫ ଆହତ
  • ||
  • ଦେଶ ସମ୍ଭାଳିପାରୁ ନାହାନ୍ତି ବାଂଲାଦେଶ ଅନ୍ତରୀଣ ସରକାର ମହମ୍ମଦ ୟୁନୁସ, ଇସ୍ତଫା ଦେବାକୁ ବଳାଇଲେ ମନ
  • ||
  • ରାଜ୍ୟରେ ବଦଳିଲା ପାଗର ମିଜାଜ୍, ଖସିଲା ତାତି : ଏ ମାସ ଶେଷ ସୁଦ୍ଧା ମୌସୁମୀ, ୨୭ରେ ଲଘୁଚାପ ସମ୍ଭାବନା
  • ||

ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ୍

Published By : Prameya | May 23, 2025 3:01 PM

image source : The New Indian Express

ଅନୁଗୁଳ,୨୩୫ : ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲଦଣ୍ଡ। ସାଢ଼େ ୪ ବର୍ଷ ତଳେ ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅଞ୍ଚଳର ଜଣେ ନାବାଳିକାକୁ ଦୁଷ୍କର୍ମ ମାମଲାରେ ଶୁକ୍ରବାର ସ୍ଵତନ୍ତ୍ର ଫାଷ୍ଟଟ୍ରାକ୍ କୋର୍ଟରେ ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ତଥା ସ୍ଵତନ୍ତ୍ର ଫାଷ୍ଟଟ୍ରାକ୍ ଜଜ୍ ବିରଞ୍ଚି ନାରାୟଣ ମିଶ୍ର ମାମଲାର ଶୁଣାଣି କରି ବନ୍ତଳା ଅଞ୍ଚଳର ଅଭିଯୁକ୍ତ ସୁବ୍ରତ ସାହୁ(୨୪ ବର୍ଷ)କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହିତ ୨୫ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ହେଲେ ଅଧିକ ୬ ମାସ ଜେଲଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ରାୟରେ ଉଲ୍ଲେଖ ରହିଛି। 

ସୂଚନା ମୁତାବକ, ୨୦୨୦ ମସିହା ସେପ୍ଟେମ୍ବର ୧୧ ତାରିଖରେ ଏହି ଲଜ୍ଜାଜନକ ଘଟଣା ଘଟିଥିଲା । ଅଭିଯୁକ୍ତ ସୁବ୍ରତ ଘର ପାଖର ଜଣେ ୧୨ ବର୍ଷର ନାବାଳିକାକୁ ଦୁଷ୍କର୍ମ କରିଥିଲା। ଏନେଇ ଥାନାରେ ଲିଖିତ ଅଭିଯୋଗ ପରେ ପୁଲିସ୍ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସ୍ଵତନ୍ତ୍ର ଫାଷ୍ଟଟ୍ରାକ୍ କୋର୍ଟରେ ଏହି ମାମଲାର ଶୁଣାଣି ଚାଲିଥିବା ବେଳେ ମୋଟ ୧୨ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବିଚାରପତି ଅଭିଯୁକ୍ତ ସୁବ୍ରତକୁ ଦୋଷୀ ସାବ୍ୟସ୍ତ କରିବା ସହିତ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ଅତିରିକ୍ତ ତଥା ସ୍ଵତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ପ୍ରଦୀପ କୁମାର ଭୂତିଆ ମାମଲାର ପରିଚାଳନା କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.