ପ୍ରମୂଖ ଖବର
  • ସମ୍ବଲପୁର : ଲୁହା ଖଣ୍ଡ ପଡି ବୁଢାରାଜା ୟୁପି ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଅକ୍ଟୋବର ୨ ରୁ କଂଗ୍ରେସର ସମ୍ବିଧାନ ବଞ୍ଚାଅ ସତ୍ୟାଗ୍ରହ, ୧୪୭ ନିର୍ବାଚନ ମଣ୍ଡଳୀରେ ହେବ ପଦଯାତ୍ରା
  • ||
  • ଇସ୍ତଫା ଦେଲେ କର୍ଣ୍ଣାଟକର ମନ୍ତ୍ରୀ କେ.ଏନ. ରାଜନ୍ନା
  • ||
  • ମୟୂରଭଞ୍ଜ : ବାଇକ୍‌ ଦୁର୍ଘଣାରେ ୨ମୃତ, ଦୁଇ ଗୁରୁତର
  • ||
  • ବରଗଡ଼: ଫୁଟବଲ୍‌ ପଡ଼ିଆରୁ ନାବାଳିକା ଜଳିଯିବା ଘଟଣା , ଚିକିତ୍ସାଧୀନ ଅବସ୍ଥାରେ ବୁର୍ଲା ମେଡିକାଲରେ ଚାଲିଗଲା ଜୀବନ
  • ||
  • ସିବିଏସ୍‌ଇର ନୂଆ ନିୟମ; ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ନବମ ଶ୍ରେଣୀରେ ଲାଗୁ ହେବ
  • ||
  • ଭୁବନେଶ୍ୱର : ଦୟା ୱେଷ୍ଟ କୋନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ସଂସଦରେ ଉପସ୍ଥାପନ ହେବ ସଂଶୋଧିତ ଆୟକର ବିଲ୍, ଆଜି ଆଗତ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ସୋମବାରଠୁ ଭାରତ-ପାକିସ୍ତାନ ସମରାଭ୍ୟାସ, ପହଲଗାମ ହମଲା ଓ ଅପରେସନ ସିନ୍ଦୂର ପରେ ଉଭୟ ଦେଶ ଦେଖାଇବେ ଦମ୍
  • ||
  • ସିବିଏସ୍‌ଇର ନୂଆ ନିୟମ, ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ୨୦୨୬-୨୭ ଶିକ୍ଷାବର୍ଷରୁ ହେବ କାର୍ଯ୍ୟକାରୀ
  • ||
  • ମୋହନା ଥାନା କୁଙ୍କୁଣୀ ଗାଁରେ ଚାଞ୍ଚଲ୍ୟ, ସ୍ତ୍ରୀକୁ କାତିରେ ହାଣି ମାରିଲା ସ୍ୱାମୀ, ଅଭିଯୁକ୍ତ ଥାନାରେ ଅଟକ
  • ||
  • ଆମେରିକା ଉପରେ ପାଲଟା ଟାରିଫ ଲଗାଇପାରେ ଭାରତ, କିଛି ସାମଗ୍ରୀ ଉପରେ ଲାଗୁ ହୋଇପାରେ ୫୦% ଶୁଳ୍କ
  • ||
  • ରାଇଘର ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣା, ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ୧୨ ଘଣ୍ଟିଆ ହରତାଳ
  • ||
  • ଓଟିଇଟି ପ୍ରଶ୍ନପତ୍ର ଲିକ୍‌, ଆଜିଠୁ ୨ ଦିନିଆ ରିମାଣ୍ଡରେ ୨ ଅଭିଯୁକ୍ତ
  • ||
  • ଆଜି ଆରବସାଗରରେ ଭାରତ-ପାକିସ୍ତାନର ସମରାଭ୍ୟାସ, ଦୁଇ ଦେଶର ନୌସେନା ଦେଖାଇବେ ଶକ୍ତି
  • ||
  • ୧୩ରେ ଲଘୁଚାପ, କାଲିଠୁ ବଡ଼ ବର୍ଷା: ତିନି ଦିନ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ ଜାରି
  • ||

ଲଜ୍ଜା… ନାବାଳିକା ଝିଆରୀକୁ ଗର୍ଭବତୀ କଲା ସମ୍ପର୍କୀୟ ପିଉସା…

Published By : Ladu Kishor | August 8, 2025 5:14 PM

କାଳିପଦା ୦୮/୦୮: ରାଜ୍ୟରେ ଏବେ ନାରୀ ସୁରକ୍ଷାକୁ ନେଇ ଆଲୋଚନା ହେଉଛି । ବିରୋଧୀ ଦଳ ନାରୀ ସୁରକ୍ଷା ପାଇଁ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ସାରା ରାଜ୍ୟରେ ନାରୀ ଅସୁରକ୍ଷିତ ବୋଲି ଚର୍ଚ୍ଚା ହେଉଛି। ଏଭଳି ସମୟରେ ପୁଣି ନାରୀ ଦୁଷ୍କର୍ମର ଏକ ଘଟଣା ସାମ୍ନାକୁ ଆସିଛି । ଜଣେ ୧୩ ବର୍ଷର ନାବାଳିକାକୁ ଦୁଷ୍କର୍ମ କରି ଗର୍ଭବତୀ କରିଛି ସମ୍ପର୍କୀୟ ପିଉସା । ପିଉସା ଝିଆରୀ ସମ୍ପର୍କରେ ଲାଗିଛି କଳଙ୍କର ଛିଟା । ଏପରି ଏକ ଲଜ୍ଜାଜନକ ଘଟଣା ଘଟିଛି ବାଲେଶ୍ବର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ଭାନୁପୁର ଗ୍ରାମରେ । ଗୁରୁବାର ଅଭିଯୁକ୍ତ ପିଉସାକୁ କାବୁ କରି ରାତି ସାରା ବାନ୍ଧି ରଖିଥିଲେ ପୀଡିତାଙ୍କ ପରିବାର ଲୋକେ। ଏହି ଘଟଣା ବିଜୁଳି ବେଗରେ ବ୍ୟାପିବା ପରେ ଖବର ପାଇ ବହୁ ଲୋକ ସେଠାରେ ପହଞ୍ଚିଥିଲେ । ଖବର ପାଇ ଘଟଣାସ୍ଥଳରେ ସିଂଲା ଥାନା ପୋଲିସ ପହଞ୍ଚି ଅଭିଯୁକ୍ତକୁ ଗିରଫ କରି ଥାନାକୁ ନେଇଛି । 

ସୂଚନା ଅନୁଯାୟୀ ଭାନୁପୁର ଗ୍ରାମର ଅନ୍ତର୍ଯ୍ଯାମୀ ହଟାଇଙ୍କ ନାବାଳିକା ଝିଅ ମାଙ୍କଡ଼ ଘଉଡ଼ାଇବା ପାଇଁ ପରିବା ବାଡ଼ିକୁ ଯାଉଥିବା ସମୟରେ ସମ୍ପର୍କୀୟ ପିଉସା ଅଦୈତ ମଣ୍ତଳ(୬୦) ବାରମ୍ବାର ବାଧ୍ୟ କରି ଶାରିରୀକ ସମ୍ପର୍କ ରଖିଥିଲା। ଏକଥା କାହା ଆଗରେ କହିଲେ ତୋର ବାପା, ମା କୁ ଜୀବନରୁ ମାରି ଦେବାର ଧମକ ଦେଇଥିଲା । ତେବେ ଝିଅ ଠାରେ ଗର୍ଭଧାରଣ ଲକ୍ଷଣ ଗୁଡ଼ିକ ଦେଖାଦେବାରୁ ପରିବାର ଲୋକେ ନାବାଳିକାର ଡାକ୍ତରୀ ପରୀକ୍ଷା କରିବା ପରେ ଝିଅ ଗର୍ଭବତୀ ଥିବା ଜଣା ପଡିଥିଲା। ଅଭିଯୁକ୍ତକୁ କୋଠର ଦଣ୍ଡ ଦିଆଯାଉ ବୋଲି ଗ୍ରାମବାସୀ କହିଛନ୍ତି । ଶୁକ୍ରବାର ନାବାଳିକା ଝିଅର ଡ଼ାକ୍ତରୀ ମାଇନା କରାଯାଇ ଅଭିଯୁକ୍ତ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସିଂଲା ପୋଲିସ କହିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.