ପ୍ରମୂଖ ଖବର
  • ରଥଖଳା ହାଲ୍‌ଚାଲ୍‌...ଆଜି ପ୍ରସ୍ତୁତ ହେବ ୩ ନାହାକା ଚକ, ଭଉଁରି ଯାତ୍ରାରେ ଡ଼େରା ହେବ ଚକ ଅଖ
  • ||
  • ଦିନରେ ତାତି, ସନ୍ଧ୍ୟାରେ କାଳବୈଶାଖୀ: ଆସନ୍ତା ୩ ଦିନରେ ୩ ଡିଗ୍ରୀ ବଢ଼ିପାରେ ତାପମାତ୍ରା, ୧୮ ଜିଲ୍ଲାରେ ଘଡ଼ଘଡି ସହ ବର୍ଷିବ
  • ||

ନାବାଳିକାଙ୍କୁ ବଳାତ୍କାର ମାମଲାରେ ବିହାରୀ ଯୁବକକୁ ୨୦ ବର୍ଷ ଜେଲ୍…

Published By : Prameya | May 13, 2025 8:48 PM

ବ୍ରହ୍ମପୁର ୧୩/୦୫: ନାବାଳିକା ବଳାତ୍କାର ମାମଲାରେ ଅଭିଯୁକ୍ତକୁ ମିଳିଲା ୨୦ ବର୍ଷ ଜେଲଦଣ୍ଡ୍ । ଅଭିଯୁକ୍ତ ଜଣକ ହେଲେ ବିହାରର ଯୁବକ ଗୁଡୁ ରାଜଭର । ଦଣ୍ଡାଦେଶ ଶୁଣାଇଛନ୍ତି ବ୍ରହ୍ମପୁର ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ଜଜ୍ ପ୍ରଣତି ପଟ୍ଟନାୟକ। ଏଥି ସହ ପାଞ୍ଚ ହଜାର ଟଙ୍କା ଜରିମାନା ଦେବାକୁ ଆଦେଶ ଦେଇଛନ୍ତି । ପୀଡ଼ିତାଙ୍କୁ ୧୦ ଲକ୍ଷ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେବାକୁ କୋର୍ଟ ଜିଲ୍ଲା ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ କରିଛନ୍ତି । ୨୦୨୪ ଅଗଷ୍ଟ ୨୯ ତାରିଖରେ ବୈଦ୍ୟନାଥପୁର ଥାନା ଅଞ୍ଚଳରେ ଜଣେ ୧୪ ବର୍ଷର ଝିଅକୁ ବଳାତ୍କାର କରିଥିବା ଥାନାରେ ଅଭିଯୋଗ ହୋଇଥିଲା । ୬ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି କୋର୍ଟ ଏହି ରାୟ ଶୁଣାଇଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.