ପ୍ରମୂଖ ଖବର
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ପାରିବାରିକ କଳହର କରୁଣ ପରିଣତି, ବାପାକୁ ହତ୍ୟା କଲା ନାବାଳକ ପୁଅ

Published By : Rasmita Pradhan | May 2, 2025 10:50 AM

ଭୁବନେଶ୍ଵର, ୦୨/୦୫ : ପାରିବାରିକ କଳହର କରୁଣ ପରିଣତି। ବାପାକୁ ହତ୍ୟା କଲା ପୁଅ। ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ତିହୁରୀ ଗାଁରେ ବିଭତ୍ସ ହତ୍ୟାକାଣ୍ଡ। ନାବାଳକ ପୁଅର ରଡ୍ ମାଡ଼ରେ ଛାଡ଼ିଗଲା ବାପାର ଜୀବନ। ଗୁରୁବାର ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଛି। 

ସୂଚନାନୁଯାୟୀ, ବାଲିପାଟଣା ଥାନା ତିହୁରୀ ଗାଁର ଗଜରାଜ ଭୋଇ ଗୁରୁବାର ରାତି ପ୍ରାୟ ୮ଟା ବେଳେ ମଦ ପିଇ ଘରେ ଗଣ୍ଡଗୋଳ କରିଥିଲେ। ପରେ ବାପ-ପୁଅଙ୍କ ମଧ୍ୟରେ ମାରପିଟ୍ ହୋଇଥିଲା। ନାବାଳକ ପୁଅ ଉତ୍ତ୍ୟକ୍ତ ହୋଇ ଏକ ରଡରେ ଗଜରାଜଙ୍କ ମୁଣ୍ଡକୁ ପିଟି ଦେଇଥିଲେ। ଗଜରାଜଙ୍କ ମୁଣ୍ଡ ଫାଟି ଯାଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଅଡ଼ଶପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ବାଲିପାଟଣା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ନାବାଳକ ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ଦେଇଛନ୍ତି। 

ଏହି ଖବରଟିକୁ ପଢନ୍ତୁ-୮ ରୁ ୯ ତାରିଖ ଯାଏ ବଦଳିବନି ପାଗ, ବିଭିନ୍ନ ସ୍ଥାନରେ ଜାରି ରହିବ କାଳବୈଶାଖୀ ବର୍ଷା



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.