ପ୍ରମୂଖ ଖବର
  • ଭୁବନେଶ୍ୱର : ଅତ୍ୟଧିକ ଗରମରୁ ATM ମେସିନ୍‌ରେ ଲାଗିଲା ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବରଗଡ଼ : ଚାଉଳ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ; ବେଆଇନ୍‌ ଚାଲାଣ ସନ୍ଦେହରେ ଥାନାରେ ଅଟକ
  • ||
  • ଅନୁଗୁଳ : ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଏନଟିପିସି ଓ କଣିହାଁ ବନ୍ଦ; ସନ୍ଧ୍ୟା ୬ଟା ଯାଏଁ ଚାଲିବ ଆନ୍ଦୋଳନ
  • ||
  • ତୁଟିବ ପୋଲାଭରମ୍ ବିବାଦ, ମେ ୨୮ରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଭଉଁରି ଯାତ୍ରା ପାଇଁ କଡା ସୁରକ୍ଷା ବଳୟରେ ନରେନ୍ଦ୍ର ପୁଷ୍କରିଣୀ: ୧୧ ପ୍ଲାଟୁନ୍‌ ଫୋର୍ସ ମୁତୟନ, ଯାନବାହନ ଚଳାଚଳ ଉପରେ କଟକଣା
  • ||
  • ବରଗଡ଼ : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗରେ ସୈତାନ ବାପାକୁ ଆଜୀବନ ସଜା
  • ||
  • ଗଞ୍ଜାମ : ଗଉଞ୍ଜୁ ଗାଁରେ କାର୍ ପୋଡ଼ିଦେଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ
  • ||
  • ଆନ୍ଧ୍ରପ୍ରଦେଶ: କାର୍ ଭିତରେ ଖେଳୁଥିଲେ ୪ ଶିଶୁ, ଶ୍ଵାସରୁଦ୍ଧ ହୋଇ ଚାଲିଗଲା ଜୀବନ
  • ||
  • IPL 2025: ଏକାନ୍ନାରେ ମୁହାଁମୁହିଁ ହେବେ ସୁପରଜାଏଣ୍ଟ୍‌ସ - ସନ୍‌ରାଇଜର୍ସ, କର ବା ମର’ ସ୍ଥିତିରେ ପନ୍ତ ବାହିନୀ
  • ||
  • କଳାହାଣ୍ଡି : ନିମ୍ନମାନର ରାସ୍ତା ପାଇଁ ବାତେଲିମା ପଞ୍ଚାୟତବାସୀଙ୍କ ରାସ୍ତା ଅବରୋଧ, ୭ ଘଣ୍ଟା ପରେ ସ୍ୱାଭାବିକ ହେଲା ଯାତାୟାତ
  • ||
  • ବଢ଼ିପାରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ, ଉଚ୍ଚଶିକ୍ଷା ବିଭାଗକୁ ୧ ବର୍ଷ ଅବଧି ବୃଦ୍ଧି ପାଇଁ ସୁପାରିସ
  • ||
  • ଭଦ୍ରକ : ସ୍ତ୍ରୀକୁ ପିଟି ପିଟି ମାରିଦେଲା ସୈତାନ ସ୍ୱାମୀ, ଅଭିଯୁକ୍ତ ଅଟକ
  • ||
  • ଆମେରିକା ପୂର୍ବତନ ରାଷ୍ଟ୍ରପତିଙ୍କୁ ପ୍ରୋଷ୍ଟେଟ୍ କ୍ୟାନସର, ହାରିସ୍‌ କହିଲେ ସେ ଫାଇଟର ହାରିବେନି
  • ||
  • କେନ୍ଦୁଝର : ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • କଟକ : କାଠଯୋଡିରେ ୨ଯୁବ ଇଞ୍ଜିନିୟର ବୁଡିଯିବା ଘଟଣା, ଉଦ୍ଧାର ହେଲା ଆଉ ଜଣଙ୍କ ମୃତଦେହ
  • ||
  • ଅଶୋକନଗର ନୂଆ କାର୍ଯ୍ୟାଳୟରେ ବସିଲା ଜନତା ଦରବାର, ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
  • ||
  • ସମ୍ୱଲପୁର : ମଜୁରିଆପଡ଼ାରେ ହାତୀ ଆକ୍ରମଣରେ ବୃଦ୍ଧ ମୃତ, ତଦନ୍ତ କରୁଛି ବନବିଭାଗ
  • ||
  • ରାଜ୍ୟରେ କମିବ ତାତି, ନାକେଦମ୍ କରିବ ଭୀଷଣ ଗୁଳୁଗୁଳି: ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ ସମ୍ଭାବନା
  • ||

ନାବାଳିକା ଛାତ୍ରୀଙ୍କ ଆତ୍ମହତ୍ୟା, ଛୁଟିରେ ଘରକୁ ଆସି ଝୁଲିପଡ଼ିଲେ

Published By : Prameya | May 18, 2025 3:28 PM

ପରଜଙ୍ଗ, ୧୮।୫: ପରଜଙ୍ଗ ଥାନା ଅନ୍ତର୍ଗତ କନ୍ତୋର ଗ୍ରାମ ପଞ୍ଚାୟତ କୋଷ୍ଠବେଡ଼ିଆ ସାହିର ଅରୁଣ ନାଏକଙ୍କ ୧୪ ବର୍ଷୀୟ ନାବାଳିକା ଝିଅ ରୁଦ୍ରାଣୀ ନାଏକଙ୍କ ଆତ୍ମହତ୍ୟା । ରୁଦ୍ରାଣୀ ବେକରେ ରସି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ରବିବାର ସକାଳୁ ପରିବାରର ସମସ୍ତ ସଦସ୍ୟ ନିଜ ନିଜ ନିତ୍ୟକର୍ମରେ ବ୍ୟସ୍ତ ଥିଲେ । ଝିଅର ଉଠିବାରେ ବିଳମ୍ୱ ହେବାରୁ ରୁମ୍‌କୁ ଯାଇ ଦେଖିଥିଲେ ପରିବାର ଲୋକ । ଝିଅ ଘରେ ବେକରେ ରସି ଲଗାଇ ଆତ୍ମହତ୍ୟା କରିଥିବା ଦେଖିବାକୁ ପାଇଲେ । ପରିବାର ଲୋକ ସଙ୍ଗେ ସଙ୍ଗେ ଝିଅକୁ ସ୍ଥାନୀୟ ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ଯାହା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । 

ମୃତ ଛାତ୍ରୀ ଜଣକ କଙ୍କଡାସୋଡ଼ା ଆଶ୍ରମ ବିଦ୍ୟାଳୟର ନବମ ଶ୍ରେଣୀର ଛାତ୍ରୀ ଥିଲେ । ଗତ କିଛି ଦିନ ପୂର୍ବରୁ ରୁଦ୍ରାଣୀ ଛୁଟିରେ ଘରକୁ ଆସିଥିବା ବେଳେ ଆଉ ନ ପଢ଼ିବାକୁ ଜିଦ୍ ଧରିଥିଲେ । ପାଠ ନ ପଢ଼ିବା ଲାଗି ରୁଦ୍ରାଣୀ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ପରିବାର ଲୋକ ଅନୁମାନ କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.