ପ୍ରମୂଖ ଖବର
  • କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅଧୀନ ଚଉଦକୁଲାଟ ପାଳରେ ଜନୈକ ନାବାଳକର ମୃତଦେହ ଉଦ୍ଧାର
  • ||
  • ମୋହନା ଥାନା ମଲ୍ଲିପଦର ଗାଁର ବ୍ରହ୍ମଣ ସିଂ ହତ୍ୟା ଘଟଣାରେ ୧୪ବର୍ଷ ପରେ ତୃତୀୟ ଅଭିଯୁକ୍ତ ଗିରଫ
  • ||
  • ବାଲେଶ୍ୱର : ଗେମ୍‌ ଖେଳିବାକୁ ବାରଣ କଲେ ମାଆ; ଗଛରେ ରଶି ଲଗାଇ ଝୁଲିପଡ଼ିଲେ ଯୁବକ
  • ||
  • ବାଙ୍ଗିରିପୋଷି : ଦ୍ୱାରଶୁଣି ଘାଟିରେ ୫୦ ଫୁଟ ଖାଲକୁ ଖସିଲା ଟ୍ରକ୍, ଚାଳକ ମୃତ
  • ||
  • ଗ୍ରୀସ୍‌ରେ ପୁଣି ଶକ୍ତିଶାଳୀ ଭୂକମ୍ପ ଝଟକା ; ତୀବ୍ରତା ୬.୧ ରେକର୍ଡ, ସୁନାମି ଆଲର୍ଟ ଜାରି
  • ||
  • ୫୦୦୦ ଲାଞ୍ଚ ନେଇ ଧରାପଡ଼ିଲେ ତିଗିରିଆ ଥାନା ASI, ଏକକାଳୀନ ୩ ଟି ସ୍ଥାନରେ ଚଢାଉ
  • ||
  • ୱାଶିଂଟନ ଡିସିରେ ୨ ଇସ୍ରାଏଲ ଦୂତାବାସ ଅଧିକାରୀଙ୍କୁ ଗୁଳି କରି ହତ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ବ୍ରାଉନ ସୁଗର ବେପାରୀ ଗିରଫ; ୩୫ ଲକ୍ଷ ଟଙ୍କାର ଧଳାଜହର ଜବତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ ପାଇଁ ପ୍ରସ୍ତୁତ ଟାଇଟନ୍ସ, ଲକ୍ଷ୍ୟ ଶ୍ରେଷ୍ଠ ୨ରେ ସ୍ଥାନ
  • ||
  • ରାଜଗାଙ୍ଗପୁର : ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ
  • ||
  • ରାହାଡ଼ପୁର ପାହାଡ଼ରୁ ଖସିଲା କମ୍ପ୍ରେସର: ଜଣେ ମୃତ, ଜଣେ ଆହତ
  • ||
  • ସୋର ପୁଲିସକୁ ଖୋଲା ଚ୍ୟାଲେଞ୍ଜ; ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡ଼ିଶାକୁ ଫେରିଲା କରୋନା: ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ
  • ||
  • ଯାଜପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୪ ପ୍ରକଳ୍ପର ଉଦ୍‌ଘାଟନ ସହ ୧୨ ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • କଟକ : ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଦୁର୍ଘଟଣା, ହାଇୱା ଧକ୍କାରେ ୨ ମୃତ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଗୁଳୁଗୁଳି, ଆଜି ୧୧ ଜିଲ୍ଲାକୁ ଆଲର୍ଟ ଜାରି: ୨୩ରୁ କାଳବୈଶାଖୀ ଆଶଙ୍କା
  • ||

ଚଉଦକୁଲାଟ ପାଳରେ ନାବାଳକର ମୃତଦେହ ଉଦ୍ଧାର

Published By : Prameya | May 22, 2025 7:02 PM

କେନ୍ଦ୍ରାପଡ଼ା,୨୨/୫ : କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅଧୀନ ଚଉଦକୁଲାଟ ପାଳରେ ଜନୈକ ନାବାଳକର ମୃତଦେହ ଉଦ୍ଧାର କରାଯାଇଛି । ଗୁରୁବାର ଜଣେ ଚାଷୀ ନାବାଳକର ମୃତଦେହ ପାଳରେ ପଡ଼ିଥିବା ଦେଖିବା ପରେ ଗ୍ରାମବାସୀଙ୍କୁ ଜଣାଇଥିଲେ । ପରେ ଗ୍ରାମବାସୀ ପରିବାର ଲୋକଙ୍କ ଖବର ଦେଇଥିଲେ । ମୃତ ନାବାଳକ ସାନମାଣତିଆ ଗ୍ରାମର ପ୍ରଦୀପ ମଲିକଙ୍କ ଏକମାତ୍ର ପୁଅ ପ୍ରେମ ପ୍ରସାଦ ମଲିକ(୧୬) ବୋଲି ଜଣାପଡ଼ିଛି । 

ସୂଚନା ଅନୁସାରେ , ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଉତୀର୍ଣ୍ଣ ହୋଇ ନିଜ ପରିବାର ସହ ରହୁଥିଲେ ପ୍ରେମ । ଗତକାଲି ମଧ୍ୟାହ୍ନ ୧ଟା ସମୟରେ କୌଣସି ଏକ ଫୋନ କଲ୍ ପାଇବାର କିଛି ସମୟ ପରେ ସାଙ୍ଗ ପାଖକୁ ଯାଉଛି କହି ପ୍ରେମ ଘରୁ ବାହାରି ଯାଇଥିଲେ।  

ପରେ ବିଳମ୍ବିତ ରାତି ଯାଏଁ ପୁଅ ଘରକୁ ଫେରିନଥିଲେ । ମୋବାଇଲ ବନ୍ଦ ଥିବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ । ଏ ନେଇ ମୃତକଙ୍କ ବାପା ପ୍ରଦୀପ ମଲିକ ଚଉଦକୁଲାଟ ଫାଣ୍ଡିରେ ଅଭିଯୋଗ କରିଥିଲେ। ଚଉଦକୁଲାଟ ଫାଣ୍ଡି ଅଧିକାରୀ ରଶ୍ମିରଞ୍ଜନ ଗ୍ରହାଚାର୍ଯ୍ୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.