ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ହନୁମାନ ମନ୍ଦିରର ତାଲା ଭାଙ୍ଗି ଲୁଟ୍‌, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ

Published By : Harapriya Sethi | June 21, 2025 12:19 PM

ନିଶ୍ଚିନ୍ତକୋଇଲି, ୨୧/୦୬: ଶୁକ୍ରବାର ବିଳମ୍ୱିତ ରାତିରେ କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ଦାଉଦପୁର ଗ୍ରାମ ପଞ୍ଚାୟତ ନାହଳପୁର ସ୍ଥିତ ହନୁମାନ ମନ୍ଦିରରୁ ଲୁଟ୍‌ । ତାଲା ଭାଙ୍ଗି ଲୁଟେରାମାନେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଲୁଟି ନେଇଥିବାର ଅଭିଯୋଗ ହୋଇଛି । ଖବର ପାଇ ଘଟଣାସ୍ଥଳରେ ନେମାଳ ପୁଲିସ ପହଞ୍ଚି ତଦନ୍ତ ଚଳାଇଛି ।

ସୂଚନା ମୁତାବକ, ଶୁକ୍ରବାର ବିଳମ୍ୱିତ ରାତିରେ ନାହଳପୁର ହନୁମାନ ମନ୍ଦିରର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ହନୁମାନଙ୍କର ଏକ ରୂପା ମୁକୁଟ, ବାସନ କୁସନ, ଘଣ୍ଟ, ସମେତ ସମସ୍ତ ପୂଜା ଉପକରଣ ଓ ଏକ ମାଇକ ସେଟ୍‌ ଲୁଟି ନେଇଥିବାର ଅଭିଯୋଗ ହୋଇଛି । ଏ ସମ୍ପର୍କରେ ମନ୍ଦିରର ପରିଚାଳନା କମିଟି ତରଫରୁ ନେମାଳ ଥାନାରେ ଲିଖିତ ଅଭିଯୋଗ ହୋଇଛି । ଅଭିଯୋଗ ଅଧାରରେ ନେମାଳ ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି । ତେବେ ଲୁଟେରାମାନେ ମନ୍ଦିର ଉପରେ ଲୋଲୁପ ଦୃଷ୍ଟି ପକେଇଥିବା କାରଣରୁ ଦେବାଦେବୀ ସୁରକ୍ଷିତ ନୁହନ୍ତି ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି ।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.