ପ୍ରମୂଖ ଖବର
  • ଖଲ୍ଲିକୋଟ : ଛେଳି ପଲ ଉପରେ ମାଡିଗଲା ଟ୍ରକ, ୭୦ ଛେଳି ମୃତ
  • ||
  • ଯୁଦ୍ଧଗ୍ରସ୍ତ ଇରାନ୍‌ରୁ ଆର୍ମେନିଆରେ ପହଞ୍ଚିଲେ ୧୧୦ ଭାରତୀୟ, ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଆଡ୍‌ଭାଇଜରୀ ଜାରି
  • ||
  • ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଅଭିଯୋଗ, ସମସ୍ତ ୧୦ ଅଭିଯୁକ୍ତକୁ ଗିରଫ କଲା ପୁଲିସ
  • ||
  • କୋକସରା: ଦେପୁର ନିକଟରେ ଗଛରେ ପିଟି ହେଲା ବାଇକ, ଦୁଇ ମୃତ ଜଣେ ଗୁରୁତର
  • ||
  • ପ୍ରତିକୂଳ ପାଗ ପାଇଁ ୧୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା, ଡାକବାଜି ଯନ୍ତ୍ରରେ କରାଗଲା ସତର୍କ
  • ||
  • ବଲାଙ୍ଗିର: ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ, ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯିବ
  • ||
  • ବଲାଙ୍ଗୀର ସହର ଭିତରେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନକୁ ପଶିଗଲା କଣ୍ଟେନର
  • ||
  • ବସୁମତୀ ସ୍ନାନ ସହ ଶେଷ ହେଲା ରଜ, ୩ ଦିନର ବିଶ୍ରାମ ପରେ ଶୁଦ୍ଧ ସ୍ନାନ କଲେ ବସୁମାତା
  • ||
  • ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି; କୋଲକାତାରେ ଜରୁରୀ ଅବତରଣ
  • ||
  • ପରମାଣୁ ଅସ୍ତ୍ର ନେଇ ଇରାନ୍‌କୁ ଟ୍ରମ୍ପଙ୍କ କଡ଼ା ଚେତାବନୀ, କହିଲେ ତୁରନ୍ତ ତେହେରାନ୍ ଛାଡ଼, ଡ଼ାକିଲେ ବଡ଼ ବୈଠକ
  • ||
  • କାନାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଓ କାଲି ଦୁଇ ଦିନ ଧରି G7 ସମିଟ୍‌ରେ ସାମିଲ ହେବେ
  • ||
  • ଅନବସରରେ ମହାପ୍ରଭୁ: ଫୁଲୁରି ତେଲ ଘଷା ହେବାରେ ଉପଶମ ହେଉଛନ୍ତି ଦାରୁବ୍ରହ୍ମ, ଆଜି ଓଷ ଲାଗି ନୀତି
  • ||
  • ଏବେ ବଡ଼ ବର୍ଷା ନାହିଁ: ଆଜି କିଛି ସ୍ଥାନରେ ବର୍ଷିବ, ୨୩ରୁ ପୁଣି ବଢ଼ିପାରେ, ତାପମାତ୍ରା ୨ରୁ ୪ ଡିଗ୍ରୀ କମିବା ସମ୍ଭାବନା
  • ||

ବାଇକ୍‌ରେ ଆସି କାର୍‌ କାଚ ଭାଙ୍ଗିଲେ ଦୁର୍ବୃତ୍ତ, ଅଭିଯୁକ୍ତ ଫେରାର

Published By : Harapriya Sethi | May 17, 2025 7:47 AM

ଭୁବନେଶ୍ୱର,୧୭/୦୫: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା ଓ ମାରଣାସ୍ତ୍ର । ବାଇକ୍‌ରେ ଆସି ୨ ଦୃର୍ବୁତ୍ତ ଖେଳାଇଲେ ଆତଙ୍କ । ଖଣ୍ଡା ଚୋଟରେ ଭାଙ୍ଗିଲେ କାର୍‌ର ପଛ କାଚ। ସିସିଟିଭିରେ କଏଦ୍ ହେଲା ଦୃଶ୍ୟ । ଶୁକ୍ରବାର ବିଳମ୍ୱିତ ରାତିରେ ବଡଗଡ ଥାନା ପାଣ୍ଡରା ଛକ ନିକଟ ମାଆ ତାରିଣୀ ସାନିଟାରୀ ଓ ହାର୍ଡୱାର ଦୋକାନ ସମ୍ମୁଖରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ଶୁକ୍ରବାର ବିଳମ୍ୱିତ ରାତିରେ ୨ ଜଣ ଦୁର୍ବୃତ୍ତ ଏକ ବାଇକ୍‌ରେ ବଡଗଡ ଥାନା ପାଣ୍ଡରା ଛକ ନିକଟ ମାଆ ତାରିଣୀ ସାନିଟାରୀ ଓ ହାର୍ଡୱାର ଦୋକାନ ସମ୍ମୁଖକୁ ଆସିଥିଲେ । ଦ୍ରୁତ ଗତିରେ ଆସି ଦୋକାନ ସାମ୍ନାରେ ଥିବା କାର୍‌ର ପଛ କାଚକୁ ଖଣ୍ଡା ଚୋଟରେ ଭାଙ୍ଗି ଫେରାର ହୋଇଥିଲେ । ଯାହା ଫଳରେ ଗାଡ଼ିଟିର ଆଲାରାମ୍ ବାଜିଥିଲା । ଏହାର ଶବ୍ଦ ଶୁଣି ଦୋକାନ ଭିତରୁ ୨ ଜଣ ଯୁବକ ଆସି  ଦେଖିଲା ବେଳକୁ ଗାଡ଼ିଟିର ପଛ କାଚ ସମ୍ପୂର୍ଣ୍ଣ ଭାବରେ ଭାଙ୍ଗିଯାଇଥିଲା । ଘଟଣା ସମ୍ପର୍କରେ ଜାଣିବା ପରେ ପୋଲିସ ତଦନ୍ତ ଚଳାଇଛି । ଏହି ଘଟଣା ପରେ ସିକ୍ୟୁରିଟି ଗାର୍ଡ ଏବଂ ସ୍ଥାନୀୟ ଲୋକେ ଭୟଭୀତ ଥିବା ବେଳେ ଅପରାଧୀଙ୍କ ଟେର ପାଇନି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.