ପ୍ରମୂଖ ଖବର
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଜଳାଶୟରୁ ନିଖୋଜ ଚାଷୀଙ୍କ ମୃତଦେହ ଉଦ୍ଧାର, ଗାଧୋଇବାକୁ ଯାଇ ଭାସିଗଲେ

Published By : Swapna Ray | July 14, 2025 10:38 AM

ବେତନଟୀ, ୧୪/୭: ଜଳାଶୟରୁ ନିଖୋଜ ଚାଷୀଙ୍କ ମୃତଦେହ ଉଦ୍ଧାର । ଧାନକ୍ଷେତରେ ସାର ସିଞ୍ଚନ କରିବା ପରେ ଘରକୁ ଫେରି ଗାଧୋଇବାକୁ ଯାଇଥିଲେ । କିନ୍ତୁ, ପରେ ଆଉ ଘରକୁ ଫେରିନଥିଲେ । ସୋମବାର ସକାଳେ ଘରପାଖ ଜଳାଶୟରୁ ଅଗ୍ନିଶମ ବାହିନୀ ତାଙ୍କ ମୃତଦେହ ଉଦ୍ଧାର କରିଛି । ବେତନଟୀ ପୁଲିସ ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି । ମୃତକ ଜଣକ ରେଣୁଗାଁ ଗ୍ରାମର ୬୦ ବର୍ଷୀୟ ଲକ୍ଷ୍ମୀଧର ମହାନ୍ତ l 

ସୂଚନା ମୁତାବକ, ଲକ୍ଷ୍ମୀଧର ରବିବାର ଧାନକ୍ଷେତକୁ ସାର ସିଞ୍ଚନ କରିବାକୁ ଯାଇଥିଲେ । ଅପରାହ୍ନରେ ଘରକୁ ଫେରିବା ପରେ ଗାଧୋଇବାକୁ ବାହାରି ଯାଇଥିବା ବେଳେ ଆଉ ଘରକୁ ଫେରିନଥିଲେ l ଘରଲୋକେ ଆଖପାଖ ଅଞ୍ଚଳରେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ସୁଦ୍ଧା ତାଙ୍କର କୌଣସି ସନ୍ଧାନ ମିଳିପାରିନଥିଲା । ବିଳମ୍ୱିତ ରାତି ପର୍ଯ୍ୟନ୍ତ ମଧ୍ୟ ସେ ଘରକୁ ଫେରିନଥିଲେ । ସୋମବାର ସକାଳେ ଲକ୍ଷ୍ମୀଧରଙ୍କ ମୃତଦେହ ଘରପାଖ ଜଳାଶୟରେ ଭାସୁଥିବାର ଦେଖି ସ୍ଥାନୀୟ ଲୋକେ ପୁଲିସ ଓ ଅଗ୍ନିଶମ ବିଭାଗକୁ ଜଣାଥିଲେ l ଖବରପାଇ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ପାଣିରୁ ମୃତଦେହ ଉଦ୍ଧାର କରିବାପରେ ବେତନଟୀ ପୁଲିସ ୩୦ ନମ୍ବରରେ ଅପମୃତ୍ୟୁ ମାମଲା ରୁଜୁକରିଛି । ମୃତଦେହ ଜବତ କରି ପଞ୍ଚନାମା କରିବା ପରେ ବ୍ୟବଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଛି l

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.