ପ୍ରମୂଖ ଖବର
  • ଢେଙ୍କାନାଳ : ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗସ୍ତ, ଚାପି ହୋଇ ରହିଥିବା ଡ୍ରାଇଭର ଉଦ୍ଧାର
  • ||
  • ଅସ୍ତରଙ୍ଗ ଏବଂ ଛତ୍ରପୁର ଆଇଆଇସି ନିଲମ୍ବିତ; ତଦନ୍ତ ରିପୋର୍ଟ ଦେବାକୁ ୨ ରେଞ୍ଜ ଆଇଜିଙ୍କୁ ଡିଜିପିଙ୍କ ନିର୍ଦ୍ଦେଶ
  • ||
  • ଚାଷୀ ପଞ୍ଜୀକରଣ ହେଲା ସରଳ; ବଂଶାନୁକ୍ରମିକ ପ୍ରମାଣପତ୍ର ବଦଳରେ ସେଲ୍ଫ ଡିକ୍ଲାରେସନରେ ରେଜିଷ୍ଟ୍ରେସନ
  • ||
  • ସୁନ୍ଦରଗଡ଼ : ଜୁଆ ଆଡ୍ଡାରେ ରେଡ୍‌; ୧୪ ଗିରଫ, ଲକ୍ଷାଧିକ ଟଙ୍କା ଜବତ
  • ||
  • ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଇଣ୍ଡୋନେସିଆ, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ
  • ||
  • ସୁନ୍ଦରଗଡ଼: ଜୁଆ ଆଡ୍ଡା ଉପରେ ଚଢ଼ାଉ: ୧୪ ଜଣ ଗିରଫ
  • ||
  • ଶେରଗଡ ;ଦୁଇ ବସ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର ଗୁରୁତର
  • ||
  • ଚମାଖଣ୍ଡି ଅଞ୍ଚଳର ଏକ ଗାଈ ଗୁହାଳରୁ ବିପୁଳ ପରିମାଣର ବିସ୍ଫୋରକ ଜବତ, ମାଓ ଲିଙ୍କ୍‌ ନେଇ ସନ୍ଦେହ
  • ||
  • କିସ୍ତୱାଡ଼ ପରେ କଠୁଆରେ ବାଦଳଫଟା ବର୍ଷା,୪ ମୃତ, ରେସ୍କ୍ୟୁ ଜାରି
  • ||
  • ପାକିସ୍ତାନରେ ବାଦଲଫଟା ବର୍ଷା: ମୃତ୍ୟୁ ସଂଖ୍ୟା ୩ଶହ ପାର୍, ରେସ୍କ୍ୟୁ ହେଲିକପ୍ଟର କ୍ରାସରେ ୫ ମୃତ
  • ||
  • ଉପରାଷ୍ଟ୍ରପତି ନିର୍ବାଚନ, ଆଜି ଚୂଡାନ୍ତ ହେବ NDA ପ୍ରାର୍ଥୀଙ୍କ ନାମ, ବସିବ ବିଜେପି ସଂସଦୀୟ ବୋର୍ଡ ବୈଠକ
  • ||
  • ଭାରତ ଫେରିଲେ ସୁନାପୁଅ ଗ୍ରୁପ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା,ଦିଲ୍ଲୀରେ ଭବ୍ୟ ସ୍ୱାଗତ
  • ||
  • ୧୮ରେ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା; ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷିବ
  • ||

କେନାଲ ପାଣିରେ ଭାସିଯାଇ ନିଖୋଜ ହୋଇଥିଲେ ଛାତ୍ରୀ, ଉଦ୍ଧାର ହେଲା ମୃତଦେହ

Published By : Harapriya Sethi | August 14, 2025 10:40 AM

ସାଲେପୁର,୧୪/୦୮: ବୁଧବାର କେନାଲ ପାଣିରେ ଭାସିଯାଇ ନିଖୋଜ ଥିବା ଛାତ୍ରୀର ମୃତଦେହ ଆଜି ସକାଳୁ ପାଣିରେ ଭାସୁଥିବା ଅବସ୍ଥାରେ ମିଳିଥିବା ଜଣାପଡ଼ିଛି । ଘଟଣା ସ୍ଥଳରେ ଜପକୁଦ ଫାଣ୍ଡି ଅଧିକାରୀ ଭିଷ୍ମଚରଣ ପ୍ରଧାନ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି । 

ସୂଚନା ମୁତାବକ, ବୁଧବାର ସାଲେପୁର ବ୍ଲକ ଅନ୍ତର୍ଗତ ନରଦା ପଞ୍ଚାୟତର ପ୍ରହ୍ଲାଦ ସ୍ୱାଇଁଙ୍କ ଝିଅ ସୁଚିତ୍ରା ସ୍ୱାଇଁ (୧୪ବର୍ଷ) ନବମ ଶ୍ରେଣୀରେ ପଢୁଥିଲେ । ଘରପାଖ ତୁଠରେ ଗାଧୋଉଥିବା ବେଳେ ଗୋଡ ଖସି ଯିବାରୁ ସେ ବୁଡିଯାଇଥିଲେ। ପୁଲିସ ଓ ଅଗ୍ନିଶମ ବାହିନୀ ଖୋଜାଖୋଜି ପରେ ସୁଦ୍ଧା ତାଙ୍କର କୌଣସି ପତ୍ତା ମିଳିନଥିଲା । ଗୁରୁବାର ସକାଳ ୭ଟା ୩୦ ସମୟରେ ଲୋକେ ପୋଲ ପାଖରେ ମୃତଦେହ ଭାସୁଥିବାର ଦେଖି ପୁଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଜପକୁଦ ଫାଣ୍ଡି ଅଧିକାରୀ ଭିଷ୍ମଚରଣ ପ୍ରଧାନ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ । ଏହି ଖବର ସାରା ଅଞ୍ଚଳରେ ଶୋକର ଛାୟା ଖେଳାଇଦେଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.