ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ବନ୍ଦ ଘରୁ ମିଳିଲା ନିଖୋଜ ନାବାଳିକାଙ୍କ ଗଳିତ ମୃତଦେହ, ଦୁଷ୍କର୍ମ ଏବଂ ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ବାଲେଶ୍ଵର,୩୦/୦୮: ଦୀର୍ଘ ତିନିଦିନ ହେଲା ନାବାଳିକା ଜଣକ ନିଖୋଜ ହୋଇଥିଲେ । ପରେ ରେମୁଣା ବ୍ଲକ ଇସ୍ପାତ କାରଖାନା ନିକଟସ୍ଥ ଏକ ପରିତ୍ୟକ୍ତ ବନ୍ଦ କୋଠରୀରୁ ଉଦ୍ଧାର ହେଲା ୯ ବର୍ଷୀୟ ନାବାଳିକାଙ୍କ ଗଳିତ ମୃତଦେହ ।  ଦୁଷ୍କର୍ମ ପରେ ହତ୍ୟା ହୋଇଥିବା ଅଭିଯୋଗ କରିଲେ ପରିବାର ଲୋକେ । ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ବ୍ୟକ୍ତି ରବି ସିଂ ଗିରଫ । ସେ କିଛିଦିନ ଧରି ରସଲପୁର ଅଞ୍ଚଳରେ ବୋଲି ଜଣାପଡିଛି ।

ସୂଚନା ଅନୁଯାୟୀ, ରବି ସିଂ ଅନେକ ସମୟରେ ନାବାଳିକାଙ୍କ ଘରକୁ ଯିବା ଆସିବା କରୁଥିଲା । ତେବେ ଅଗଷ୍ଟ ୨୭ ତାରିଖ ଅର୍ଥାତ ମଙ୍ଗଳବାରରେ ନାବାଳିକା ଜଣକ ନିଖୋଜ ହୋଇଥିଲେ । ନିଖୋଜ ହୋଇଥିବାରୁ ତାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ । ଏହାର ତିନି ଦିନ ପରେ ରେମୁଣାବ୍ଲକ ଇସ୍ପାତ କାରଖାନା ପାଖରେ ଥିବା ଏକ ପରିତ୍ୟକ୍ତ ବନ୍ଦ କୋଠରୀ ଭିତରେ ଦୁର୍ଗନ୍ଧ ହେବାର ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି  ସ୍ଥାନୀୟଲୋକ ପୋଲିସକୁ ଏ ବିଷୟରେ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ପୋଲିସ ଉକ୍ତ ଘର ଭିତରୁ ନିଖୋଜ ନାବାଳିକାର ମୃତଦେହ ଉଦ୍ଧାର କରିଛି । ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ଘଟଣାସ୍ଥଳରେ ଏକ ସାଇଣ୍ଟିଫିକ ଟିମ୍‌ ଆସି ତଦନ୍ତ ଆରମ୍ଭ କରିଛି । ତେବେ ନାବାଳିକାଙ୍କୁ ଦୁଷ୍କର୍ମ କରିବା ପରେ ହତ୍ୟା କରାଯାଇଥିବା ପରିବାର ତରଫରୁ ଅଭିଯୋଗ ହୋଇଛି । ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଅଭିଯୁକ୍ତକୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.