ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର; ଜଙ୍ଗଲ ଭିତରେ କେହି ହତ୍ୟା କରିଥିବା ସନ୍ଦେହ

Published By : Swapna Ray | July 10, 2025 11:55 AM

ଖଜୁରୀପଡ଼ା/ଫିରିଙ୍ଗିଆ,୧୦।୭: ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଫୁଲବାଣୀ ସହର ଉପକଣ୍ଠ ଗୁଦାରୀ ଏୟାରଷ୍ଟ୍ରିପ ନିକଟସ୍ଥ ଭାଲୁକୁଟି ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଯୁବକ ଜଣକ ଗୋଚ୍ଛାପଡ଼ା ଥାନା ବିନକିମେଣ୍ଡି (ନେଡିପଦର) ଗ୍ରାମର ତପନ ରଣା ବୋଲି ଜଣାପଡ଼ିଛି । ତପନ ଗତ ୬ ତାରିଖରୁ ନିଖୋଜ ଥିଲେ । 

ସୂଚନା ଅନୁଯାୟୀ, ତପନ ୪ ତାରିଖ ଦିନ ଜଣେ ସମ୍ପର୍କୀୟଙ୍କ ବାଇକ ଧରି କଟ୍ରିଙ୍ଗିଆ ଯାଇଥିଲେ, ପରେ ଆଉ ଘରକୁ ଫେରିନଥିଲେ l ୬ ତାରିଖ ଦିନ ଯୁବକଙ୍କ କିଛି ସାଙ୍ଗ ସେ ଖଜୁରୀପଡ଼ା ଥାନା ଅନ୍ତର୍ଗତ ଗୁଦାରୀ ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ସୂଚନା ଦେଇଥିଲେ । ଖବର ପାଇ ପରିବାର ଲୋକେ ସେହି ସ୍ଥାନକୁ ଯାଇ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କୁ ପାଇନଥିଲେ । ପରେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିବା ପରେ ବି କୌଣସି ସନ୍ଧାନ ମିଳିନଥିଲା । ତପନଙ୍କ ମୋବାଇଲ ପ୍ରଥମେ ରିଙ୍ଗ୍ ହେଉଥିଲା, କିନ୍ତୁ କେହି ଫୋନ ଉଠାଉନଥିଲେ । ମଙ୍ଗଳବାରଠାରୁ ତାଙ୍କ ଫୋନ୍  ସୁଇଚ୍ ଅଫ୍ ବେଲି କହୁଥିଲା । ପରିବାର ଲୋକେ ଶେଷରେ ବାଧ୍ୟ ହୋଇ ଗୋଚ୍ଛାପଡ଼ା ଥାନାରେ ଲିଖିତ ଭାବରେ ଜଣାଇଥିଲେ । ଏନେଇ ଗୋଚ୍ଛାପଡ଼ା ପୁଲିସ ତଦନ୍ତ କରୁଥିବା ବେଳେ ଗୁରୁବାର ସକାଳେ ଜଙ୍ଗଲ ଭିତରେ ତପନଙ୍କ ମୃତଦେହ ପଡ଼ିଥିବା ଦେଖି କିଛି ଲୋକ ପୁଲିସକୁ ଖବର ଦେଇଥିଲେ । ଖଜୁରୀପଡ଼ା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଘଟଣା ସ୍ଥଳରୁ ଏକ ବାଇକ ଏବଂ ମୋବାଇଲ ମିଳିଛି । ଘଟଣାର ତଦନ୍ତ ଚାଲିଥିବା ତଦନ୍ତକାରୀ ଅଧିକାରୀ ଏସଆଇ ଦୀନବନ୍ଧୁ ପ୍ରଧାନ କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.