ପ୍ରମୂଖ ଖବର
  • ୧୯୮୪ ଶିଖ୍‌ ଦଙ୍ଗା ମାମଲା, ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କୁ ଆଜୀବନ କାରାଦଣ୍ଡ
  • ||
  • ଚିକିଟି ମଦ ମୃତ୍ୟୁ ମାମଲା, ୬ ମାସ ପରେ ଅବକାରୀ କମିଶନରଙ୍କ ତଦନ୍ତ ଆରମ୍ଭ
  • ||
  • ବିଧାନସଭାର CAG ରିପୋର୍ଟ, ମଦନୀତିରେ ଦିଲ୍ଲୀ ସରକାରଙ୍କୁ ୨ ହଜାର କୋଟିର କ୍ଷତି
  • ||
  • ନିମାପଡ଼ାରୁ ନକଲି ପରୀକ୍ଷାର୍ଥୀ ଗିରଫ, ଆଡମିଟ୍ କାର୍ଡରେ ଫଟୋ ମ୍ୟାଚ୍ ନହେବାରୁ ଧରାପଡ଼ିଲେ
  • ||
  • ଚାପଡରେ ହାଣି ପ୍ରେମିକା ସହ ୬ଜଣଙ୍କୁ ବିଭତ୍ସ ହତ୍ୟା, ଥାନାରେ ଆତ୍ମସମର୍ପଣ କଲେ ଯୁବକ
  • ||
  • ଉଦଳା; ସୀମା ଟପିଗଲା ଅମାନୁଷିକତା। ବିଦ୍ୟାଳୟରେ ପରିସ୍ରା ଓ ବାନ୍ତି କରିଦେଲେ ବୋଲି ଦିବ୍ୟାଙ୍ଗ ଛାତ୍ରୀଙ୍କୁ ନିର୍ଘାତ ମାଡ଼
  • ||
  • ପୋଲିସକୁ ଚକମା ଦେଇ ଚମ୍ପଟ୍ ମାରିବା ବେଳେ ଗୋରୁ ବୋଝେଇ ଟ୍ରକ୍ ଦୁର୍ଘଟଣା, ଡ୍ରାଇଭର୍ ଫେରାର୍
  • ||
  • ଆଇସିସି ଚାମ୍ପିଅନ୍ସ ଟ୍ରଫି: ଆଜି ଅଷ୍ଟ୍ରେଲିଆ-ଦକ୍ଷିଣ ଆଫ୍ରିକା ଟକ୍କର, ଦେଖିବାକୁ ମିଳିବ ସଂଘର୍ଷପୂର୍ଣ୍ଣ ମ୍ୟାଚ୍
  • ||
  • ରାଜ୍ୟରେ ୪ଦିନ ଯାଏ ଶୁଖିଲା ପାଗ, ୩ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||
  • ଓଡ଼ିଶାରେ ମୃଦୁ ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୫.୧ ରେକର୍ଡ, ବଙ୍ଗୋପସାଗର କେନ୍ଦ୍ରସ୍ଥଳ
  • ||

ମାଷ୍ଟର କ୍ୟାଣ୍ଟନି ଛକରେ ପୁଣି ମାଡ଼ିଗଲା ମୋ ବସ, ଦୁଇ ଯୁବକ ଆହତ

Published By : Prameya | February 25, 2025 12:40 PM

ଭୁବନେଶ୍ୱର ୨୫/୦୨: ରାଜଧାନୀରେ ମୋ ବସ ଆତଙ୍କ। ମାଷ୍ଟର କ୍ୟାଣ୍ଟନି ଛକରେ ଅଟୋକୁ ଅପେକ୍ଷା କରୁଥିବା ବେଳେ ଦୁଇ ଜଣକୁ ପିଟିଲା ମୋ ବସ। ଦୁର୍ଘଟଣାରେ ଯୁବକ ରଞ୍ଜିତ ବେହେରା ଏବଂ ହୃଦାନନ୍ଦ ମହାନ୍ତି ଆହତ ହୋଇଛନ୍ତି।  ଯୁବକ ରଞ୍ଜିତ ବେହେରାଙ୍କ ଡାହାଣ ଗୋଡ ଆହତ ହୋଇଛଥିବା ବେଳେ ଅନ୍ୟଜଣେ ହୃଦାନନ୍ଦ ମହାନ୍ତିଙ୍କ କାନ୍ଧ  ଓ ଅଣ୍ଟାରେ ଆଘାତ ଲାଗିଛି ।ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲାରେ ଭର୍ତ୍ତି କରାଯାଇଛି। 

ସୂଚନା ଥାଉକି, ପୁରୀର ରଞ୍ଜିତ ବେହେରା ଟ୍ରେନରେ ଭୁବନେଶ୍ବର ଆସିଥିଲେ। ଷ୍ଟେସନରେ ପହଁଚିବା ପରେ ମାଷ୍ଟର କ୍ୟାଣ୍ଟନି ଛକରେ ଅଟୋକୁ ଅପେକ୍ଷା କରି ଠିଆ ହେଇଥିଲେ। କିନ୍ତୁ ହଠାତ ୨୩ ରୁଟ ନମ୍ବରର ମୋ ବସ୍‌ ଡ୍ରାଇଭର ମାଡି ଆସି ଯୁବକଙ୍କୁ ବାଡେଇଦେଇଥିଲା । ଯାହାଫଳରେ ଯୁବକ ରଞ୍ଜିତ ବେହେରାଙ୍କ ଡାହାଣ ଗୋଡ ଆଘାତ ଲାଗିଛି । ହୃଦାନନ୍ଦ ମହାନ୍ତିଙ୍କ କାନ୍ଧ  ଓ ଅଣ୍ଟାରେ ଆଘାତ ଲାଗିଛି।ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା। ଘଟଣାସ୍ଥଳ ପୋଲିସ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରିଥିବା ଜଣାପଡିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.