ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ମୋବାଇଲ ଚାର୍ଜ ସମୟରେ ଅଘଟଣ, ବିଦ୍ୟୁତ ସଂସ୍ପର୍ଶରେ ଆଖି ବୁଜିଲେ ନାବାଳକ

Published By : Gurupada Nath | July 4, 2025 5:02 PM

କୋକସରା,୪/୭ : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କୋକସରା ପଞ୍ଚାୟତ ଚିଲିଗୁଡା ନୂଆପଡା ଗ୍ରାମର ଚାଷୀ ଡମ୍ବରୁ ଧର ନାଏକଙ୍କ ନାବାଳକ ପୁଅ ପ୍ରତାପ ନାଏକ(୧୪) ଆଜି ସକାଳେ ବାପା ମା’ ଚାଷ ଜମିକୁ ଗଲା ପରେ ମୋବାଇଲ ଚାର୍ଜ କରୁଥିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ। ଫଳରେ ତାଙ୍କର ମୃତ୍ୟୁ ହୋଇଛି । ତେବେ ଘରେ କେହି ନ ଥିବା କାରଣରୁ ମଧ୍ୟାହ୍ନରେ ଚାଷ ଜମିରୁ ବାପା ମା’ଫେରିବା ପରେ ପୁଅକୁ ମୃତ ଅବସ୍ଥାରେ ପାଇଥିଲେ।

ପରେ କୋକସରା ଡାକ୍ତରଖାନାକୁ ଆଣିବା ପରେ ଡାକ୍ତର ମୃତ ଘୋଷଣା କରିଥିଲେ । ତେବେ ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି । ଚାଷୀ ଡମ୍ବରୁଙ୍କ ଦୁଇ ପୁଅ ମଧ୍ୟରୁ ବଡ଼ ପୁଅ ଘରର ଆର୍ଥିକ ଅବସ୍ଥା ଶୋଚନୀୟ କାରଣରୁ ଯୁକ୍ତ ତିନି ପଢିବା ପରେ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଛି। ଏଭଳି ଦୁଃଖଦ ସ୍ଥିତିରେ ନାବାଳକ ପୁଅର ଅକାଳ ବିୟୋଗରେ ପରିବାର ଭାଙ୍ଗି ପଡିଛନ୍ତି । କୋକସରା ପୋଲିସ ପକ୍ଷରୁ ଶବ ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଥିବା ସୂଚନା ମିଳିଛି। ପରିବାର ଗରିବ ଶ୍ରେଣୀର ହୋଇଥିବାବେଳେ ସରକାରୀ ସହାୟତା ଯୋଗାଇଦେବାକୁ ଗ୍ରାମବାସୀ ଅନୁରୋଧ କରିଛନ୍ତି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.