ପ୍ରମୂଖ ଖବର
  • ବିଜେଡିର ୬ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା, ଭୁବନେଶ୍ୱର ଦାୟିତ୍ୱରେ ଅଶୋକ ପଣ୍ଡା
  • ||
  • ବୌଦ୍ଧ : ବାଇକ୍‌କୁ ଧକ୍କା ଦେଲା ପିକଅପ୍ ଭ୍ୟାନ: ବାପା ମୃତ, ପୁଅ ଗୁରୁତର
  • ||
  • ମାଲକାନଗିରି : ସେୟାର ମାର୍କେଟରେ ଟ୍ରେଡିଂ ନାଁରେ ୮୦ ଲକ୍ଷ ଲୁଟ୍‌, ଅଭିଯୁକ୍ତ ଗିରଫ
  • ||
  • ଭୁବନେଶ୍ୱର : ପୂର୍ବ ଶତ୍ରୁତାରୁ ଭିଣୋଇକୁ କଟୁରୀରେ ହାଣିଲା ଶାଳକ ଆକ୍ରମଣ, ଥାନାରେ ଅଭିଯୁକ୍ତର ଆତ୍ମ ସମର୍ପଣ
  • ||
  • ଅନୁଗୁଳ : ୨୬ ତାରିଖରୁ ନିଖୋଜ ହୋଇଥିଲେ ଯୁବତୀ, ଗାଁ ପାଖ ବିଲରୁ ମିଳିଲା ମୃତଦେହ
  • ||
  • ନିଟ୍‌-ୟୁଜି ଦେଲେ ୨୦.୮ ଲକ୍ଷ ଶିକ୍ଷାର୍ଥୀ, ୩ ବର୍ଷ ହେଲା ବଢ଼ୁଛି ପଞ୍ଜୀକରଣ
  • ||
  • ସୁବର୍ଣ୍ଣପୁର : ବ୍ରିଜ୍‌ ନିର୍ମାଣ କାମ କରିବା ବେଳେ ଅଘଟଣ, ବିଦ୍ୟୁତ ସଂସ୍ପର୍ଶରେ ଆସି ଶ୍ରମିକଙ୍କ ମୃତ୍ୟୁ
  • ||

କେବଳ ସେନା ଓ ସରକାର ପ୍ରସ୍ତୁତ ହେଲେ ହେବ ନାହିଁ, ସାଧାରଣ ଜନତା ମଧ୍ୟ ପ୍ରସ୍ତୁତ ରହିବା ଉଚିତ : ରାଜସ୍ବ ମନ୍ତ୍ରୀ

Published By : Prameya | May 6, 2025 5:07 PM

ଭୁବନେଶ୍ବର, ୬।୫ : ରାଜ୍ୟର ୧୨ଟି ସ୍ଥାନରେ ବୁଧବାର  ମକ୍ ଡ୍ରିଲ ହେବ । ଆଗକୁ ଗାଁରେ ବି ହେବ ମକ୍ ଡ୍ରିଲ। ଯୁଦ୍ଧ ସମୟରେ କଣ କରିବାକୁ ପଡେ, ତା ଉପରେ ଆଡଭାଇଜରୀ ମଧ୍ୟ ଆସିବ।  କେବଳ ସେନା ଓ ସରକାର ପ୍ରସ୍ତୁତ ହେଲେ ହେବ ନାହିଁ, ସାଧାରଣ ଜନତା ମଧ୍ୟ ପ୍ରସ୍ତୁତ ହେବା ଉଚିତ।  ଓଡ୍ରାଫ, ଅଗ୍ନିଶମ, ଓଡ଼ିଶା ପୋଲିସ, ଅର୍ଦ୍ଧ ସାମରିକ ବାହିନୀଙ୍କର ମକ୍ ଡ୍ରିଲରେ ଭୂମିକା ରହିବ।  ଜନସାଧାରଣ ଭୟଭୀତ ହେବାର କୌଣସି କାରଣ ନାହିଁ, ଏଭଳି ପରିସ୍ଥିତିରେ ଆମକୁ ସଜାଗ ରହିବା ସହ ସାମ୍ନା କରିବାକୁ ପଡ଼ିବ । ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ବୁଧବାର ହେବାକୁ ଥିବା ମକ୍ ଡ୍ରିଲ ଉପରେ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ରଖିଛନ୍ତି। 

ଆଗକୁ ଗାଁରେ ବି ହେବ ମକ ଡ୍ରିଲ୍ । ଯୁଦ୍ଧ ସମୟରେ କଣ କରିବାକୁ ପଡେ, ତା ଉପରେ ଆଡଭାଇଜରୀ ମଧ୍ୟ ଆସିବ । କୌଣସି ପରିସ୍ଥିତି ସୃଷ୍ଟି ହେଲେ ସାମ୍ନା କରିବା ପାଇଁ ପୂର୍ବ ପ୍ରସ୍ତୁତି ଆବଶ୍ୟକ । ଭାରତ ଓ ପାକିସ୍ତାନ ମଧ୍ୟରେ ଯେଉଁ ଉତ୍ତେଜନା ସୃଷ୍ଟି ହୋଇଛି, କେତେବେଳେ କଣ ହେବ କିଛି କହି ହେବନି । କେବଳ ଭାରତ ନୁହେଁ ଆମେରିକା ଭଳି ଦେଶ ମଧ୍ୟ ପୂର୍ବରୁ ଆତଙ୍କବାଦୀ ଆକ୍ରମଣର ସାମ୍ନା କରିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.