ପ୍ରମୂଖ ଖବର
  • ନବ ଦାସ ହତ୍ୟା ମାମଲା: ସିବିଆଇ ତଦନ୍ତ ଦାବିରେ ଚିଠି ଲେଖିଲେ ପତ୍ନୀ
  • ||
  • ଚନ୍ଦ୍ରଭାଗାରେ ବୁଡ଼ି ମହିଳା ଗୁରୁତର, ଉଦ୍ଧାର କଲା କୋଣାର୍କ ଅଗ୍ନିଶମ ବାହିନୀ
  • ||
  • ଜଳେଶ୍ୱର : ବ୍ୟବସାୟୀଙ୍କ ଘରୁ ଲୁଟ୍‌, ୫୦ ଲକ୍ଷର ସୁନା ଗହଣା ସହ ୧୦ ଲକ୍ଷ ଟଙ୍କା ଚୋରି କଲେ ଦୁର୍ବୃତ୍ତ
  • ||
  • ଦୁଇ ଦିନ ପ୍ରଚଣ୍ଡ ତାତି ମିଳିବନି ନିସ୍ତାର: ୭ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା,୧୯ରୁ କମିବ
  • ||

ପରଲୋକରେ ଓଡ଼ିଆ ସାହିତ୍ୟର ଆଧୁନିକ କବି ରମାକାନ୍ତ ରଥ, ୯୧ ବର୍ଷରେ ଦେହାନ୍ତ

Published By : Prameya | March 16, 2025 8:15 AM

ଭୁବନେଶ୍ୱର, ୧୬।୩: ବିଶିଷ୍ଟ କବି ରମାକାନ୍ତ ରଥଙ୍କ ପରଲୋକ । ଭୁବନେଶ୍ବର ଖାରବେଳନଗର ନିଜ ବାସଭବନରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ୯୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଶ୍ରୀରାଧା, ଶ୍ରୀପଳାତକ ପାଇଁ ପାଇଥିଲେ ପ୍ରସିଦ୍ଧି। ଆଧୁନିକ କାବ୍ୟ ସାହିତ୍ୟର ଅନ୍ୟତମ ସ୍ରଷ୍ଟା ଥିଲେ । କଟକଠାରେ ତାଙ୍କର ଜନ୍ମ ହୋଇଥିବା ବେଳେ ଓଡ଼ିଆ ସାହିତ୍ୟର ସେ ଜଣେ ଆଧୁନିକ କବି ଥିଲେ । କେନ୍ଦ୍ର ସାହିତ୍ୟ ଏକାଡେମୀ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ ତାଙ୍କୁ ପୁରସ୍କୃତ କରିଥିଲା । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା । ୧୯୯୨ ମସିହାପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ଏହି କାବ୍ୟଗ୍ରନ୍ଥ ଇଂରାଜୀ ଓ ୮ଟି ଭାରତୀୟ ଭାଷାରେ ଅନୁଦିତ । 

ସେ ଇଂରାଜୀରେ ରେଭେନ୍ସା କଲେଜରୁ ଏମ.ଏ. କରିବା ପରେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ୧୯୯୨ରେ ଅବସର ଗ୍ରହଣ କରିବା ପୂର୍ବରୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୫୭ରୁ ସେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ସଚିବ ଥିଲେ । ୧୯୯୩-୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ସଭାପତି ଭାବେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ୍ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ । ରମାକାନ୍ତ ରଥଙ୍କ ଲେଖାରେ ଆଧ୍ୟାତ୍ମିକ ଓ ଆଦିଭୌତିକ କଳ୍ପନାର ବ୍ୟବହାର ଦେଖାଯାଏ । ସେ ଲେଖିଥିବା କବିତା ହେଉଛି, କେତେ ଦିନର, ଅନେକ କୋଠରୀ, ସନ୍ଧିଗ୍ଧ ମୃଗୟା, ସପ୍ତମ ଋତୁ, ସଚିତ୍ର ଅନ୍ଧାର, ଫେରି ଚାହିଁଲେ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.