ପ୍ରମୂଖ ଖବର
  • କେନ୍ଦ୍ରାପଡା : ଏଣ୍ଡର ଓ ବାଲିଆ ଅଞ୍ଚଳରେ ବାର୍ଡ ଫ୍ଲୁ ଚିହ୍ନଟ, ସତର୍କ ରହିବାକୁ ପରାମର୍ଶ ଦେଲା ପ୍ରଶାସନ
  • ||
  • ନୂଆଁଖାଇରେ କୃଷକଙ୍କୁ ରାଜ୍ୟ ସରକାରଙ୍କ ଭେଟି, ସିଏମ୍ କିଷାନ ଯୋଜନାରେ ମିଳିବ ପ୍ରଥମ କିସ୍ତି
  • ||
  • ଆଜି ସୃଷ୍ଟି ହୋଇପାରେ ଅବପାତ: ୫ ଜିଲ୍ଲାକୁ ଅରେଞ୍ଜ, ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ,୧୧ ଯାଏ ପ୍ରବଳ ବର୍ଷିବ
  • ||

ମମତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଆଳୁ ସମସ୍ୟାର ସମାଧାନ ପାଇଁ କଲେ ଆଲୋଚନା

ଭୁବନେଶ୍ୱର, ୨୭/୦୭ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀ ଠାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରିଛନ୍ତି। ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ମମତାଙ୍କ ସହ ଆଲୋଚନା କରିଛନ୍ତି। ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ ଅଛନ୍ତି।

ଆଲୋଚନା ବେଳେ ମୋହନ କହିଛନ୍ତି ଯେ, ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆଳୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦରଦାମ ଅହେତୁକ ବୃଦ୍ଧି ପାଉଛି। ଏହାଦ୍ଵାରା ରାଜ୍ୟର ଜନ ସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାର ଶୀଘ୍ର ସମାଧାନ ପାଇଁ ସେ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.