ପ୍ରମୁଖ ଖବର
  • ବାଙ୍ଗିରିପୋଷି, ସାପ କାମୁଡ଼ାରେ ୯ ବର୍ଷର ଶିଶୁପୁତ୍ର ମୃତ
  • ||
  • କଣ୍ଟାବାଞ୍ଜି ଆସନରୁ ନାମାଙ୍କନ ଭରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
  • ||
  • ସକାଳୁ ଆକାଶରୁ ନିଆଁ ବର୍ଷା, ସାଢ଼େ ୮ଟା ସୁଦ୍ଧା ତାଳଚେର ତାତି ୩୭ ଡିଗ୍ରୀ ପାର୍
  • ||
  • ଚାଉଳିଆଗଞ୍ଜ ଦୁର୍ଗା ମଣ୍ଡପ ନିକଟରେ ସ୍କୁଟିକୁ ପିଟିଲା ଟ୍ରକ, ମହିଳାଙ୍କ ଚାଲିଗଲା ଜୀବନ
  • ||
  • ଗୁରୁବାର ସମ୍ୱଲପୁରରୁ ଧର୍ମେନ୍ଦ୍ର ପ୍ରଧାନ, ପୁରୀରୁ ଅରୁପ ପଟ୍ଟନାୟକ ଭରିବେ ନାମାଙ୍କନ
  • ||
  • ଆଇପିଏଲ 2024: ଆଜି ମୁହାଁମୁହିଁ ହେବେ ସନରାଇଜର୍ସ ହାଇଦ୍ରାବାଦ-ରାଜସ୍ଥାନ ରୟାଲ୍ସ
  • ||
  • ଆହୁରି ତିନି ଦିନ ଯାଏ ପ୍ରଚଣ୍ଡ ତାତି, ହିଟ୍ଓ୍ବେବ ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
  • ||

ସୋମବାର ରାଶିଫଳ: ତୃତୀୟଚନ୍ଦ୍ର, ସୋମବାର ଯୋଗୁ ମନରେ ବଢ଼ିବ ଉତ୍ସାହ, ପୂରା ହେବ ଅନେକ ଦିନର କାମ

ମେଷ : ତୃତୀୟଚନ୍ଦ୍ର, ସୋମବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ ଗୃହପ୍ରତିଷ୍ଠା, ଗୃହାରମ୍ଭ, ଭୂମିକ୍ରୟ ଆଦି କରିପାରନ୍ତି। ମନରେଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖ,ଶାନ୍ତି ଏବଂ ଭାଇ, ଭଉଣୀଙ୍କ ପ୍ରତିସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ଦ୍ୱିଜାମେଷ, ସେମାନେ ସୁଫଳ  ପାଇବେ। ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ।

ବୃଷ : ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ହୃତ ଧନ ଫେରିପାଇବେ। ଖର୍ଚ୍ଚ ଅପେକ୍ଷା ସଂଚୟରେ ଅଧିକ ଆଗ୍ରହରହିବ ଏବଂ ଆୟରକିଛି ଅଂଶ ସଂଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ  ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମ 

 ସନ୍ତୋଷ ମିଳିବ ନାହିଁ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳପାଇବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ : ଘାତବାର, ସକାଳ ୧୨ଟା ୧୨ ମିନିଟ୍‌ ପରେ ଘାତତିଥି ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଅସ୍ଥିରତା ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁମିଥୁନ ସେମାନେ ସତର୍କ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ ।

କର୍କଟ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷାବ୍ୟୟ ଅଧିକ ହେବ ଏବଂ କର୍ମରେ ସଫଳତା ଓ ସମସ୍ତକର୍ମରେ ଅଯଥା ବିଳମ୍ବ ଦେଖାଦେବ 

 ଯେଉଁମାନଙ୍କର ପୁନର୍ବସୁ କର୍କଟ, ସେମାନେ ସତର୍କ ହେବେ । 

ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା : ୨, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଏକାଦଶଚନ୍ଦ୍ର, ସୋମବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ଭୂମିକ୍ରୟ କରିବେ କିମ୍ବା ନୂତନ ଭୂମିପୂଜା, ଗୃହପ୍ରତିଷ୍ଠା ଏବଂ ଗୃହାରମ୍ଭ ଆଦି ଶୁଭକର୍ମ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ବ୍ୟବସାୟର ଶାଖାବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ସଫଳତା, ସମ୍ମାନ ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ମଘାସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ପ୍ରଭୁଗଜାନନ ।

କନ୍ୟା : ଘାତଚନ୍ଦ୍ର ଯୋଗୁ କର୍ମପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମ, କଥାବାର୍ତ୍ତା, ଚାଲିଚଳନ, ବ୍ୟବହାର ବିବାଦୀୟ ହେବ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେବ, ତା’ଠାରୁ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଚିତ୍ରାକନ୍ୟା, ସେମାନେ ସତର୍କହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ନବମ ଚନ୍ଦ୍ର, ସୋମବାର ଯୋଗୁଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ ଏବଂ କୌଣସି ସଙ୍ଗଠନର ନେତୃତ୍ୱ ମିଳିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ  ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ଅସମ୍ଭବ ସଫଳତା, ସମ୍ମାନ ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ ।ଯେଉଁମାନଙ୍କର ସ୍ୱାତୀତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ମା’ କମଳା ।

ବିଛା : ଅଷ୍ଟମଚନ୍ଦ୍ର, ଅପରାହ୍ନ ୧୨ଟା ୧୨ ମିନିଟ୍‌ପରେ ଅଷ୍ଟମୀ ତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକକାରବାର, ଅନ୍ୟ ସହିତ କଥାବାର୍ତ୍ତାଏବଂ ଯାନ ବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ା ପଣ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ ।ଯେଉଁମାନଙ୍କର ବିଶାଖାବିଛା, ସେମାନେ ସତର୍କହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ଧନୁ : ସପ୍ତମଚନ୍ଦ୍ର, ସପ୍ତମୀତିଥି ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ  ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଏବଂ ଧନ, ସମ୍ପଦ ବୃଦ୍ଧିପାଇବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ ଏବଂ କୌଣସି ଶୁଭକର୍ମରେ ପରିବାର ସହଯୋଗ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ ।ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୮, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।

ମକର : ଷଷ୍ଠଚନ୍ଦ୍ର, ସୋମବାର ଯୋଗୁ ରୋଗ, ଋଣ ଓ ଶତ୍ରୁ-ଏଥିରୁ ସାମୟିକ ଭାବେ ମୁକ୍ତି ମିଳିବ । ନୂତନ ଭୂମିପୂଜା, ଗୃହପ୍ରତିଷ୍ଠା ଏବଂ ଗୃହାରମ୍ଭ ଆଦିଶୁଭକର୍ମର ଆୟୋଜନ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂରହେବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳପାଇବେ । ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।

କୁମ୍ଭ : ପଞ୍ଚମ ଚନ୍ଦ୍ରଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ଦୂରଦୃଷ୍ଟି, ଧୀ ଶକ୍ତି ଓ ସ୍ମରଣ ଶକ୍ତିର ବିକାଶ ଘଟିବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ତାଙ୍କ କର୍ମ, ଶିକ୍ଷାକୁ ନେଇ ଗର୍ବିତ ହେବେ ।ପିତାମାତାଙ୍କ କୃପା ଏବଂ ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ ।ଯେଉଁମାନଙ୍କର ଶତଭିଷାକୁମ୍ଭ, ସେମାନେ ସୁଫଳପାଇବେ ।ଶୁଭରଙ୍ଗ : ଧୂସର, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

ମୀନ : ଚତୁର୍ଥ ଚନ୍ଦ୍ରଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ସ୍ୱଜନ, ପରିଜନଙ୍କ ବିବାଦ ଉଗ୍ରରୂପ ଧାରଣ କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବାଧାବିଘ୍ନ ଲାଗିରହିବ । ଯେଉଁମାନଙ୍କର ପୂର୍ବଭାଦ୍ରମୀନ, ସେମାନେ ସତର୍କହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା :  ମା’ ତାରା 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.