ମେଷ : କୃଷ୍ଣପକ୍ଷର ନବମ ଚନ୍ଦ୍ର, ଆମାବାସ୍ୟା ତିଥି ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ। ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ। ଯେଉଁମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ। ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୬, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।
ବୃଷ: ଅଷ୍ଟମ ଚନ୍ଦ୍ର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦ, ବିବାଦ, ସ୍ୱାସ୍ଥ୍ୟ ଓ ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଧନ କ୍ଷତି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ: ଧଳା, ସଂଖ୍ୟା: ୧୨, ଆରାଧନା: ମା’ କମଳା ।
ମିଥୁନ: ଘାତବାର ଏବଂ ସପ୍ତମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ, ପରିବାରରେ ସୁଖଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ: ସବୁଜ, ସଂଖ୍ୟା: ୧୨, ଆରାଧନା: ଭଗବାନ ବିଷ୍ଣୁ ।
କର୍କଟ : ଷଷ୍ଠ ଚନ୍ଦ୍ର, ସୋମବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ: ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।
ସିଂହ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର, ଅମାବାସ୍ୟା ତିଥି ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ମଘା ସିଂହ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ: ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁ ଗଜାନନ ।
କନ୍ୟା : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରା କନ୍ୟା, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ: କଫି, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ ।
ତୁଳା : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ । ଭାଇ, ଭଉଣୀଙ୍କ ସହ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୬, ଆରାଧନା : ମା’ ସମଲେଶ୍ୱରୀ ।
ବିଛା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ବାଦ, ବିବାଦ, ସ୍ୱାସ୍ଥ୍ୟ ଏବଂ ଆର୍ଥିକ କାରବାର ବେଳେ ସତର୍କତା ଅବଲମ୍ବନ କରିବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଦେଖାଦେବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।
ଧନୁ : ଶ୍ରୀଚନ୍ଦ୍ର, ସୋମବାର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ମା’ ତାରା ।
ମକର : ଦ୍ୱାଦଶ ଚନ୍ଦ୍ର ଯୋଗୁ ଖର୍ଚ୍ଚ ଅପେକ୍ଷା ସଂଚୟରେ ଅଧିକ ଆଗ୍ରହ ରହିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ ଏବଂ ଧନର ସତ୍ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । କର୍ମରେ ସଫଳତା ଶୀର୍ଷରେ ରହିବ ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ଘାତଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ଶାରୀରିକ ପୀଡ଼ା ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ବିପଦ ଆସିପାରେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
ମୀନ : ଦଶମ ଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ କରିପାରିବେ କିମ୍ବା ନୂତନ ନିଯୁକ୍ତି ମିଳିପାରେ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ମା’ ମାତଙ୍ଗୀ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ,
ମୋବାଇଲ : ୯୪୩୭୧୩୩୪୭୩