ପ୍ରମୂଖ ଖବର
  • ଗଭୀର ଅବପାତ ପଳେଇଲା, ବଡ଼ ବର୍ଷା ହେଲାନି: ଆଜିଠୁ କମିବ ବର୍ଷା, ଜୁନ୍ ୧ରୁ ୩ ଯାଏ ବଢ଼ିବ ତାପମାତ୍ରା
  • ||
  • ପାଣି ଟାଙ୍କିରେ ପଡ଼ି ନାବାଳିକା ମୃତ୍ୟୁ ଘଟଣା: ରାତି ଅଧରେ ହେଲା ଶବ ବ୍ୟବଚ୍ଛେଦ
  • ||

ଆଗୁଆ ଆସିଥିବା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସଅଳ ଓଡ଼ିଶା ଛୁଇଁଲା

Published By : Rasmita Pradhan | May 28, 2025 1:00 PM

ଭୁବନେଶ୍ଵର, ୨୮/୦୫ : ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସ୍ଵାଭାବିକ ସମୟ ପୂର୍ବରୁ ଓଡ଼ିଶା ଛୁଇଁଲା ମୌସୁମୀ। ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ମୌସୁମୀ ଛୁଇଁଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହା ପୂର୍ବରୁ ୧୯୯୯ରେ ମେ ୨୮ରେ ମୌସୁମୀ ଓଡ଼ିଶା ଛୁଇଁଥିଲା। ଏହାପରେ ୨୦୦୯ରେ ମେ ୨୫ ତାରିଖରେ ମୌସୁମୀ ଓଡ଼ିଶା ଛୁଇଁଥିଲା।

ଏଥର ମୌସୁମୀରେ ଭଲ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି । ଜୁନ୍‌ରେ ଓଡ଼ିଶା ସମେତ ଦେଶର ଅଧିକାଂଶ ସ୍ଥାନରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ପଶ୍ଚିମ ଓଡ଼ିଶା ଓ କେନ୍ଦ୍ରୀୟ ଓଡ଼ିଶାର କିଛି ସ୍ଥାନରେ କମ୍‌ ବର୍ଷା ହୋଇପାରେ ବୋଲି ମଡେଲରୁ ଜଣାପଡ଼ିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ମୌସୁମୀ ବାୟୁକୁ ସକ୍ରିୟ କରାଇବା ସହ ଆଗକୁ ବଢ଼ାଇବ। 

ସେପଟେ ଲଘୁଚାପ ପ୍ରଭାବରେ ଆସନ୍ତା ୪ ଦିନ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବୁଧବାର(୨୮ ତାରିଖ) ଜଗତ୍‌ସିଂହପୁର, ପୁରୀ, କଟକ, କୋରାପୁଟ ଓ ରାୟଗଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ଏହି ୫ଟି ସ୍ଥାନକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ବର୍ଷା ସହିତ ୫୦ରୁ ୬୦ କିମି ବେଗରେ ପବନ ବହିପାରେ । ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବି ବହିବ ବୋଲି ଆକଳନ କରାଯାଇଛି । ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଗୁରୁବାର (୨୯ ତାରିଖ) ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶା ସମେତ ଅନ୍ୟ କିଛି ସ୍ଥାନରେ ପ୍ରବଳ ବର୍ଷା ସହିତ ୫୦ରୁ ୬୦ କିମି ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.