ପ୍ରମୂଖ ଖବର
  • ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ, ଅଗ୍ରସର ହେବାକୁ ପାଗ ଅନୁକୂଳ
  • ||
  • ଆକର୍ଷଣୀୟ ହେବ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା, ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
  • ||
  • ସାଉଥ୍‌ ବ୍ଲକ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମୀକ୍ଷା ବୈଠକ, CDS, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ
  • ||
  • ପ୍ରକାଶ ପାଇଲା ସିବିଏସ୍‌ସି ଯୁକ୍ତ ଦୁଇ ପରୀକ୍ଷା ଫଳ; ୮୮. ୩୯% ପାସ୍‌ହାର, ଝିଅଙ୍କୁ ଟପିଲେ ପୁଅ
  • ||
  • ନୂଆପଡ଼ା ଜିଲ୍ଲା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ, ଗୁହାଲରେ ପଶି ଗାଈକୁ ଶିକାର କଲା
  • ||
  • ଜମ୍ମୁକାମୀର ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ
  • ||
  • ପିପିଲିରେ ନାବାଳିକା ଦୁଷ୍କର୍ମ ଅଭିଯୋଗ, ଥାନାରେ ଫେରିବାଲା ଅଟକ
  • ||
  • ରାଜଧାନୀ ଭୁବନେଶ୍ବରରେ ‘ଆମ ବସ୍‌’ ସେବା ଠପ୍‌,ବିନା କାରଣରେ ଡ୍ରାଇଭର୍‌ ଓ କଣ୍ଡକ୍ଟର୍‌ଙ୍କୁ ମାଡ଼ ଅଭିଯୋଗରେ ଆନ୍ଦୋଳନ
  • ||
  • ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ପର୍ଯ୍ୟାୟ ଶୁଣାଣି
  • ||
  • ରାୟାଗଡ଼ ଲୁଟେରାଙ୍କ ଆତଙ୍କ, ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କଲେ ସୁନା ଓ ରୁପା ଅଳଙ୍କାର
  • ||
  • ଇଣ୍ଡିଗୋ ପରେ ୮ଟି ସହରକୁ ଉଡ଼ାଣ ବାତିଲ କଲା ଏୟାର ଇଣ୍ଡିଆ
  • ||
  • ରାଜଧାନୀରେ ଆତଙ୍କ। ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୮ ଦୁ‍ର୍ବୃତ୍ତ
  • ||
  • ମଙ୍ଗଳବାର ବାହାରିବ ସିବିଏସ୍‌ଇ ରେଜଲ୍ଟ ,ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ୧୬ ଯାଏ ଭୀଷଣ ଗରମ ଓ ଗୁଳୁଗୁଳି; ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ ବାୟୁ
  • ||

ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ, ଅଗ୍ରସର ହେବାକୁ ପାଗ ଅନୁକୂଳ

Published By : Prameya | May 13, 2025 2:28 PM

ଭୁବନେଶ୍ଵର, ୧୩/୦୫ : ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ। ମୌସୁମୀ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଙ୍ଗଳବାର ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦୀପ, ଏବଂ ଉତ୍ତର ଆଣ୍ଡାମାନ ସାଗରର କିଛି ଅଞ୍ଚଳକୁ ପ୍ରବେଶ କରିଛି। 

ସୂଚନାନୁଯାୟୀ, ଗତ ୨୪ ଘଣ୍ଟାରେ ନିକୋବର ଦୀପରେ ବିସ୍ତୃତ ବୃଷ୍ଟିପାତ ସହ କିଛି ଅଞ୍ଚଳରେ ଭାରୀ ବର୍ଷା ହୋଇଛି। ଗତ ୨ ଦିନ ଧରି ନିକୋବର ଦୀପରେ ଅଧିକାଂଶ ସ୍ଥାନରେ ବର୍ଷା ହୋଇଛି। ଦକ୍ଷିଣ ବଙ୍ଗୋପସାଗର, ନିକୋବର ଦ୍ଵୀପପୁଞ୍ଜ ଏବଂ ଆଣ୍ଡାମାନ ସାଗରର କିଛି ଅଂଶରେ ଗତ ୨ ଦିନ ମଧ୍ୟରେ ପଶ୍ଚିମା ପବନର ବେଗ ଏବଂ ବାୟୁମଣ୍ଡଳରେ ଉଚ୍ଚତା ସହ ବିସ୍ତୃତି ବୃଦ୍ଧି ପାଇଛି। 

ସମୁଦ୍ର ପତ୍ତନଠାରୁ ୧.୫ କିମି ଉପରେ ପଶ୍ଚିମା ବାୟୁର ବେଗ ୨୦ ନଟରୁ ଅଧିକ ଏବଂ ଦକ୍ଷିଣ ବଙ୍ଗୋପସାଗର, ନିକୋବର ଦ୍ଵୀପପୁଞ୍ଜ ଏବଂ ଆଣ୍ଡାମାନ ସାଗରର କିଛି ଅଂଶରେ ପଶ୍ଚିମ ପବନର ବିସ୍ତୃତି ସମୁଦ୍ର ପତ୍ତନ ଠାରୁ ୪.୫ କିମି ପର୍ଯ୍ୟନ୍ତ ରହିଛି। ଗତ ୨ ଦିନ ମଧ୍ୟରେ ଉପରୋକ୍ତ ଅଞ୍ଚଳ ଉପରେ ବାୟୁମଣ୍ଡଳୀୟ ବାହ୍ୟ ବିକିରଣ ତରଙ୍ଗର ମାତ୍ରା ହ୍ରାସ ପାଇ ୨୦୦ ୱାଟ୍ ରୁ କମ୍ ରହିଛି। 

ଏହି ଖବରଟିକୁ ପଢନ୍ତୁ-ମଣିପଦର ଗ୍ରାମବାସୀଙ୍କୁ ମାଟି ଚୁଆଁ ପାଣି ଭରଷା, ପାଣି ମୁନ୍ଦାଏ ପାଇଁ ଡହଳ ବିକଳ ୧୨ ପରିବାର

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.