ପ୍ରମୂଖ ଖବର
  • ଶେଷ ପର୍ଯ୍ୟାୟରେ ରତ୍ନଭଣ୍ଡାର ମରାମତି କାର୍ଯ୍ୟ, ଅନୁଧ୍ୟାନ କଲେ ତଦାରଖ କମିଟି ଅଧ୍ୟକ୍ଷ
  • ||
  • ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ, ଖାଦ୍ୟ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସୂଚନା
  • ||
  • ଭୁବନେଶ୍ୱରରେ କାଳବୈଶାଖୀର ତାଣ୍ଡବ: ଭାଙ୍ଗିଲା ଗଛ, ଦିନ ହେଲା ରାତି
  • ||
  • ଭଦ୍ରକ : ଡିଜେ ଗାଡ଼ିରେ କରେଣ୍ଟ ଲାଗି ଜୀବନ ହାରିଥିଲେ ୨ ଜଣ, ଦୁଇ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ତେଲେଙ୍ଗାନାରେ ଚାଞ୍ଚଲ୍ୟ; ପାରିବାରିକ କଳହର କରୁଣ ପରିଣତି, ଦୁଇ ପିଲାଙ୍କ ଗଳା କାଟି ମା'ର ଆତ୍ମହତ୍ୟା
  • ||
  • ଗୁଡ୍‌ ଫ୍ରାଇଡେ : ଖ୍ରୀଷ୍ଟ ଧର୍ମାବଲମ୍ବୀ ପାଇଁ ପବିତ୍ର ଦିନ, ଚର୍ଚ୍ଚରେ ସାମୂହିକ ପ୍ରାର୍ଥନା କରି ଯୀଶୁଙ୍କୁ ସ୍ମରଣ
  • ||
  • ନୂଆ ଗ୍ରହରେ ଜୀବସତ୍ତାର ମିଳିଛି ପ୍ରମାଣ, ‘କେ୨-୧୮ବି’ରେ ଜୀବନ ସହ ସଂଶ୍ଳିଷ୍ଟ ଅଣୁ ଚିହ୍ନଟ
  • ||
  • ଉତ୍ତର ଚିଲିରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • IPL 2025: ଆଜି ରୟାଲ୍‌ ଚ୍ୟାଲେଞ୍ଜର୍ସକୁ ଭେଟିବ ପଞ୍ଜାବ କିଙ୍ଗ୍‌ସ, କୋହଲି- ଆୟରଙ୍କ ଉପରେ ନଜର
  • ||
  • ଫ୍ଲୋରିଡା ୟୁନିଭର୍ସିଟିରେ ଯୁବକଙ୍କ ଗୁଳିମାଡ଼, ୨ ଜଣଙ୍କ ମୃତ୍ୟୁ ଘଟିଥିବେ ବେଳେ ୫ ଗୁରୁତର ଆହତ
  • ||
  • ରାଜ୍ୟରେ ୨୦ରୁ ବଢ଼ିବ ତାତି, ୨୩ ତାରିଖ ପରେ ଉପକୂଳ ଓଡ଼ିଶାରେ ୪୫ ଡିଗ୍ରୀ ଛୁଇଁପାରେ ପାରଦ
  • ||

ସମ୍ବଲପୁରରେ ସକାଳୁଆ ଅଫିସ୍, ସମୟ ସାରଣୀରେ ନାହିଁ ଲଞ୍ଚ୍ ବ୍ରେକ୍

Published By : Prameya | April 10, 2025 8:35 AM

ଭୁବନେଶ୍ଵର, ୧୦/୦୪ : ଆଜିଠାରୁ ସମ୍ବଲପୁର ଜିଲ୍ଲାରେ ସକାଳୁଆ ଅଫିସ ଆରମ୍ଭ। ଏନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି ସମ୍ବଲପୁର ଜିଲ୍ଲାପାଳ। ଗୁରୁବାର ଠାରୁ ସକାଳ ୭ଟାରୁ ଅପରାହ୍ନ ୧ଟା ଯାଏଁ ଜିଲ୍ଲାରେ ସମସ୍ତ ଅଫିସ କାର୍ଯ୍ୟ କରିବା ନେଇ ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି। ଏହି ସମୟ ସାରଣୀ ମଧ୍ୟରେ କୌଣସି ପ୍ରକାରର ଲଞ୍ଚ୍ ବ୍ରେକ୍ ରହିବ ନାହିଁ। ପ୍ରବଳ ରୌଦ୍ରତାପକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି।

ତତଲା ତାୱାରେ ଫୁଟୁଛି ଗାଁଠୁ ସହର । ସବୁ ପୁରୁଣା ରେକର୍ଡ ଭାଙ୍ଗିବ  ଚଳିତ ବର୍ଷର ତାତି। ଉତ୍ତର ଏବଂ ପଶ୍ଚିମ ଭାରତରେ ତାତି ପାଇଁ ତ୍ରାହି ତ୍ରାହି ଡାକୁଛନ୍ତି ଲୋକେ । ୨୦୨୪ ଅପେକ୍ଷା ୨୦୨୫ ତାତିର ସବୁ ରେକର୍ଡ କାଟି ତତଲା ବର୍ଷ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଏପ୍ରିଲର ମୁଣ୍ଡଫଟା ଖରା ଦେଖି ଆଗାମୀ ମାସର ଖରା ଏବଂ ଗ୍ରୀଷ୍ମ ପ୍ରବାହକୁ ଏବେଠୁ ଆକଳନ କରାଗଲାଣି । ଯଦି ୨୦୨୫ ସବୁଠୁ ଉତ୍ତପ୍ତ ବର୍ଷ ହୁଏ ତେବେ ନିତିଦିନିଆ ଜୀବନରେ ମଣିଷ ପାଇଁ ବଞ୍ଚିବା କଠିନ ହୋଇପଡ଼ିବ । 

ଏହି ଖବରଟିକୁ ପଢନ୍ତୁ-ଏପ୍ରିଲରୁ ହେଲାଣି ମେ ଭଳି ଖରା, ଚଳିତ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିବ ତାତି

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.