ପ୍ରମୂଖ ଖବର
  • ବାଲେଶ୍ୱର : ଗେମ୍‌ ଖେଳିବାକୁ ବାରଣ କଲେ ମାଆ; ଗଛରେ ରଶି ଲଗାଇ ଝୁଲିପଡ଼ିଲେ ଯୁବକ
  • ||
  • ବାଙ୍ଗିରିପୋଷି : ଦ୍ୱାରଶୁଣି ଘାଟିରେ ୫୦ ଫୁଟ ଖାଲକୁ ଖସିଲା ଟ୍ରକ୍, ଚାଳକ ମୃତ
  • ||
  • ଗ୍ରୀସ୍‌ରେ ପୁଣି ଶକ୍ତିଶାଳୀ ଭୂକମ୍ପ ଝଟକା ; ତୀବ୍ରତା ୬.୧ ରେକର୍ଡ, ସୁନାମି ଆଲର୍ଟ ଜାରି
  • ||
  • ୫୦୦୦ ଲାଞ୍ଚ ନେଇ ଧରାପଡ଼ିଲେ ତିଗିରିଆ ଥାନା ASI, ଏକକାଳୀନ ୩ ଟି ସ୍ଥାନରେ ଚଢାଉ
  • ||
  • ୱାଶିଂଟନ ଡିସିରେ ୨ ଇସ୍ରାଏଲ ଦୂତାବାସ ଅଧିକାରୀଙ୍କୁ ଗୁଳି କରି ହତ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ବ୍ରାଉନ ସୁଗର ବେପାରୀ ଗିରଫ; ୩୫ ଲକ୍ଷ ଟଙ୍କାର ଧଳାଜହର ଜବତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ ପାଇଁ ପ୍ରସ୍ତୁତ ଟାଇଟନ୍ସ, ଲକ୍ଷ୍ୟ ଶ୍ରେଷ୍ଠ ୨ରେ ସ୍ଥାନ
  • ||
  • ରାଜଗାଙ୍ଗପୁର : ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ
  • ||
  • ରାହାଡ଼ପୁର ପାହାଡ଼ରୁ ଖସିଲା କମ୍ପ୍ରେସର: ଜଣେ ମୃତ, ଜଣେ ଆହତ
  • ||
  • ସୋର ପୁଲିସକୁ ଖୋଲା ଚ୍ୟାଲେଞ୍ଜ; ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡ଼ିଶାକୁ ଫେରିଲା କରୋନା: ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ
  • ||
  • ଯାଜପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୪ ପ୍ରକଳ୍ପର ଉଦ୍‌ଘାଟନ ସହ ୧୨ ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • କଟକ : ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଦୁର୍ଘଟଣା, ହାଇୱା ଧକ୍କାରେ ୨ ମୃତ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଗୁଳୁଗୁଳି, ଆଜି ୧୧ ଜିଲ୍ଲାକୁ ଆଲର୍ଟ ଜାରି: ୨୩ରୁ କାଳବୈଶାଖୀ ଆଶଙ୍କା
  • ||

ଗେମ୍‌ ଖେଳିବାକୁ ବାରଣ କଲେ ମାଆ; ଗଛରେ ରଶି ଲଗାଇ ଝୁଲିପଡ଼ିଲେ ଯୁବକ

Published By : Harapriya Sethi | May 22, 2025 2:24 PM

ଚନ୍ଦନେଶ୍ଵର,୨୨/୫: ମୋବାଇଲରେ ଫ୍ରି ଫାୟାର ଗେମ୍‌ ଖେଳିବାକୁ ବାରଣ କଲେ ମାଆ । ଗଛରେ ରଶି ଲଗାଇ ଝୁଲି ପଡ଼ିଲେ ଯୁବକ। ମୃତ ଯୁବକ ଜଣକ ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ପଡିଆ ପଞ୍ଚାୟତ କୀର୍ତନିଆ ଗାଁର ପୂର୍ଣ୍ଣଚନ୍ଦ୍ର ମିର୍ଧାଙ୍କ ପୁଅ ଆନନ୍ଦ (୨୦) ବୋଲି ଜଣାପଡ଼ିଛି । ଏହି ଖବର ସମଗ୍ର ଅଞ୍ଚଳରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି।

ସୂଚନା ମୁତାବକ, ବୁଧବାର ସନ୍ଧ୍ୟାରେ ଆନନ୍ଦ ଘରେ ବସି ମୋବାଇଲରେ ଫ୍ରି ଫାୟାର ଗେମ୍ ଖେଳୁଥିଲେ। ଏହା ଦେଖି ମାଆ ସବିତା ଅଧିକ ସମୟ ମୋବାଇଲରେ ଖେଳିବାକୁ ବାରଣ କରିବା ସହ ମୋବାଇଲ ଛଡାଇ ନେଇଥିଲେ । ଏତିକିରେ ପୁଅ ଭୁଲ ନିଷ୍ପତ୍ତି ନେଇ ଜୀବନ ହାରି ଦେଇଥିଲେ। ବହୁ ସମୟ ଖୋଜାଖୋଜି ପରେ ବିଳମ୍ବିତ ରାତିରେ ଘର ଆଗରେ ଥିବା ଏକ ବନି ଗଛରେ ଦଉଡି ଲଗାଇ ଆତ୍ମହତ୍ୟା କରିଥିବା ପରିବାର ଲୋକେ କହିଛନ୍ତି । ଗୁରୁବାର ମରଶରୀର ଜଳେଶ୍ଵରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ବ୍ୟବଚ୍ଛେଦ କରାଯାଇଛି । ଏନେଇ ଭୋଗରାଇ ଥାନାରେ ଏକ ମାମଲା ରୁଜୁ ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.