ପ୍ରମୁଖ ଖବର
  • ରାଜଧାନୀରେ ରାଜନୈତିକ ହିଂସା, ବିଜେଡି କାର୍ଯାଳୟ ଉପରେ ବୋମା ମାଡ଼
  • ||
  • ମେ’ ୨୦ରେ ବଡ଼ଦାଣ୍ଡରେ ମୋଦିଙ୍କ ମେଗା ରୋଡ୍‌ ସୋ’, ମହାପ୍ରଭୁଙ୍କୁ କରିବେ ଦର୍ଶନ
  • ||
  • ରଥଖଳା ହାଲ୍‌ଚାଲ୍‌..ତୁମ୍ବରେ ସୁତା ବାଡ଼ିଆ ପରେ ବିନ୍ଧ ଅନୁକୂଳ, ଖଳାରେ ପହଞ୍ଚିଲା ତୁମ୍ବ ଖୋଦେଇ ଯନ୍ତ୍ର
  • ||
  • ଆଇପିଏଲ୍ ମହାସମର ମୁମ୍ବାଇକୁ ଭେଟିବ ଲକ୍ଷ୍ନୌ, ସମ୍ମାନ ପାଇଁ ଶେଷ ଲଢ଼େଇ
  • ||
  • ଶୁକ୍ରବାର ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଜେଡି ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ
  • ||
  • ରାଜ୍ୟରେ ପୁଣି ତାତି ଲେଉଟିବ: ୪ରୁ ୫ ଡିଗ୍ରୀ ବଢ଼ିବ ତାପମାତ୍ରା, ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ପାରଦ ୪୪ ଡେଇଁବ
  • ||

କନ୍ଧମାଳ ଲୋକସଭା ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ସାଂସଦ ଅଚ୍ୟୁତ ସାମନ୍ତ

ଫୁଲବାଣୀ,୨/୫ : କନ୍ଧମାଳ ଲୋକସଭା ଆସନ ପାଇଁ ବିଜେଡିରୁ ଡ ଅଚ୍ୟୁତ ସାମନ୍ତ ନିଜ ନାମାଙ୍କନ ଭରିଛନ୍ତି। ଫୁଲବାଣୀ ବିଧାନସଭା କ୍ଷେତ୍ର ପାଇଁ ଦଳୀୟ ପ୍ରାର୍ଥୀ ଜୟଶ୍ରୀ କହଁର ମଧ୍ୟ ଆଜି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଉଭୟ ପ୍ରାର୍ଥୀ ସ୍ଥାନୀୟ ମାଦିକୁନ୍ଦା ଛକରୁ ହଜାର ହଜାର ଦଳୀୟ କର୍ମୀ ଓ ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିଥିଲେ। ସାଂସଦ ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦେଇଥିବା ବେଳେ ବିଧାୟକ ପ୍ରାର୍ଥୀ ଜୟଶ୍ରୀ ଫୁଲବାଣୀ ଉପଜିଲ୍ଲାପାଳଙ୍କୁ ନିଜ ପ୍ରାର୍ଥିପତ୍ର ପ୍ରଦାନ କରିଥିଲେ। 

ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ

କନ୍ଧମାଳ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ସମସ୍ତ ସାତଟି ବିଧାନସଭା ଅଞ୍ଚଳର ନେତା ଓ କର୍ମୀ ଆଜିର କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ପୂର୍ବତନ ବିଧାୟକ ଅଙ୍ଗଦ କହଁର, ଡୁଗୁନୀ କହଁର, ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ ନାୟକ, କିଶୋର ଛୋଟରାୟ, ଦଶପଲ୍ଲା ବିଧାୟକ ପ୍ରାର୍ଥୀ ରମେଶ ବେହେରା, ପୂର୍ବତନ ଜିଲ୍ଲା ସଭାପତି ସରୋଜ କର୍ଣ୍ଣଙ୍କ ସମେତ ଦଳୀୟ ପଦାଧିକାରୀ,ନେତା ଓ କର୍ମୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। 

  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • lok sabha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.