ପ୍ରମୂଖ ଖବର
  • ବରଗଡ଼ : ଦେବରାଜ ହତ୍ୟା ଘଟଣାର ପର୍ଦାଫାଶ, ୨ ଗିରଫ; ପୁଲିସର ସିନ୍ ରିକ୍ରିଏସନ
  • ||
  • ରଥ ଯାତ୍ରାରେ ଶ୍ରୀକ୍ଷେତ୍ରକୁ ଚାଲିବ ୧୦୦ ଆମ ବସ୍, ସୂଚନା ଦେଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ
  • ||
  • ମାଲକାନଗିରି: ଛତିଶଗଡ଼ ସୁକୁମା କୋଣ୍ଟାରେ IED ବିସ୍ଫୋରଣ, ASP ଆକାଶ ରାଓ ଶହୀଦ
  • ||
  • ପୁରୀ: ରଥଯାତ୍ରା ପାଇଁ ପୁରୀକୁ ଗଡ଼ିବ ୧୦୦ ଆମ ବସ୍, ସୂଚନା ଦେଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର
  • ||
  • ମୁମ୍ବାଇରେ ଚଳନ୍ତା ଲୋକାଲ୍ ଟ୍ରେନ୍‌ରୁ ଖସିପଡ଼ି ଚାଲିଗଲା ୫ ଜୀବନ, ଅନେକ ଗୁରୁତର
  • ||
  • ସୁନ୍ଦରଗଡ଼ : ଶାଗ ତୋଳିବା ହେଲା କାଳ, ଗଛରୁ ପଡ଼ି ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ଼ : ଭାଇର ଲୁହା ଛଡ଼ ମାଡ଼ରେ ଭଉଣୀ ମୃତ, ଭାଉଜକୁ ବଞ୍ଚାଇବାକୁ ଯାଇ ଜୀବନ ଗଲା
  • ||
  • ୧୦ ଲକ୍ଷ ଲାଞ୍ଚ ନେଇ ବନ୍ଧା ହେଲେ ଆଇଏଏସ୍‌ ଅଫିସର, ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ମେଘାଳୟରୁ ନିଖୋଜ ଇନ୍ଦୋର ଦମ୍ପତି ମାମଲାରେ ଟ୍ୱିଷ୍ଟ, ପତ୍ନୀ ସୋନମ ୟୁପିରୁ ଗିରଫ
  • ||
  • ଢେଙ୍କାନାଳ : ବାଲି ମାଫିଆଙ୍କ ଉତ୍ପାତ : ରାତି ଅଧରେ କାର୍‌ ଉପରକୁ ବୋମା ମାଡ଼
  • ||
  • ଆମେରିକାର ଟେନେସିରେ ୨୦ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ ଦୁର୍ଘଟଣା, ଅନେକଙ୍କ ଅବସ୍ଥା ସଙ୍କଟାପନ୍ନ
  • ||
  • କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା, ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ବାପା-ପୁଅଙ୍କ ଜୀବନ
  • ||
  • ମହାକାଶରେ ପୁଣି ଉଡ଼ିବ ତ୍ରିରଙ୍ଗା; ମିଶନ୍ ଆକ୍ସିଓମ୍ -୪କୁ ସଫଳ କରିବେ ଶୁଭାଂଶୁ ଶୁକ୍ଳା
  • ||
  • ଭୁବନେଶ୍ଵର ଆସିଲେ ଆଉ ହଇରାଣ ହେବେନି, ପ୍ରତି ଜିଲ୍ଲା ପାଇଁ ବିଭିନ୍ନ ସ୍ଥାନରେ ଗେଷ୍ଟ ହାଉସ୍ ନିର୍ମାଣ କରିବେ ସରକାର
  • ||
  • କେନ୍ଦ୍ରାପଡ଼ା ଯିବେ ମୁଖ୍ୟମନ୍ତ୍ରୀ, ମାଉସୀ ମା' ମନ୍ଦିର ଠାରୁ ଶ୍ରୀବଳଦେବଜିଉ ମନ୍ଦିର ପର୍ଯ୍ୟନ୍ତ କରିବେ ତ୍ରିରଙ୍ଗା ଶୋଭାଯାତ୍ରା
  • ||
  • ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଦ୍ଵିତୀୟ ରଥଯାତ୍ରା ସମନ୍ଵୟ ବୈଠକ, ଆକ୍ସନ୍ ପ୍ଲାନ୍ ରିପୋର୍ଟ ଦାଖଲ କରିବେ ବିଭାଗୀୟ ଅଧିକାରୀ
  • ||
  • ଆମେରିକାର ଟେନେସି ଅଞ୍ଚଳରେ ବିମାନ ଦୁର୍ଘଟଣା, ୨୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ କ୍ରାସ୍, ୬ ଆହତ
  • ||
  • ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ, ତାତିରୁ ମିଳିବ ଆଶ୍ୱସ୍ତି, ଆସନ୍ତା ୪ ଦିନ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
  • ||

ଚଳନ୍ତା ଟ୍ରେନ୍‌ରୁ ଖସିପଡ଼ି ଚାଲିଗଲା ୫ ଜୀବନ, ଅନେକ ଗୁରୁତର

Published By : Rasmita Pradhan | June 9, 2025 10:41 AM

ମୁମ୍ଵାଇ, ୯/୬ : ମୁମ୍ଵାଇର ଥାଣେ ଅଞ୍ଚଳରେ ବଡ଼ ଦୁର୍ଘଟଣା। ମୁମ୍ବ୍ରା ଏବଂ ଦିଭା ରେଲୱେ ଷ୍ଟେସନ ମଧ୍ୟରେ ଚଳନ୍ତା ଟ୍ରେନ୍‌ରୁ ଟ୍ରାକ୍‌କୁ ଖସି ପଡ଼ିଲେ ଅନେକ ଯାତ୍ରୀ। ଚାଲିଗଲା ୫ ଜଣଙ୍କ ଜୀବନ। ଲୋକାଲ୍ ଟ୍ରେନ୍ ଭିତରେ ପ୍ରବଳ ଭିଡ଼ ଯୋଗୁଁ ଅଘଟଣ ଘଟିଥିବା ଅନୁମାନ କରାଯାଉଛି। ଅନେକ ଯାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

ସେଣ୍ଟ୍ରାଲ ରେଲୱେର ସୂଚନା ଅନୁଯାୟୀ, ପୁଷ୍ପକ ଲୋକାଲ୍ ଟ୍ରେନ୍ ମୁମ୍ଵାଇରୁ ଲକ୍ଷ୍ନୌ ଯାଉଥିଲା। ଏହି ଟ୍ରେନ୍‌ରେ ଯାତ୍ରୀଙ୍କ ଖଚାଖଚ୍ ଭିଡ଼ ହୋଇଥିଲା। ଯେଉଁଥି ପାଇଁ ଯାତ୍ରୀମାନେ ଜାଗା ନପାଇ ଟ୍ରେନ୍‌ର ଡୋର୍ ପାଖରେ ଝୁଲିଥିଲେ। ମୁମ୍ଵ୍ରା ରେଲୱେ ଷ୍ଟେସନ ନିକଟରେ ହଠାତ୍ କିଛି ଯାତ୍ରୀ ଟ୍ରାକ୍‌କୁ ଖସି ପଡ଼ିଥିଲେ। ଖବର ପାଇ ରେଳବାଇ ପୁଲିସ ଏବଂ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଏହି ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଦୁର୍ଘଟଣା ପରେ ରେଳ ସେବା ପ୍ରଭାବିତ ହୋଇଛି। ମୃତକଙ୍କୁ ଚିହ୍ନଟ କରାଯାଉଛି। ସମସ୍ତ ମୃତକଙ୍କ ବୟସ ୩୦ ରୁ ୩୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି।

ଏହି ଘଟଣା ବେଳର କିଛି ଭିଡିଓ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି। ଯେଉଁଥିରେ ଦୁର୍ଘଟଣା ବେଳର ଛାତିଥରା ଦୃଶ୍ୟ କଏଦ ହୋଇଛି। ଯାତ୍ରୀମାନେ କିଭଳି ବିପଦପୂର୍ଣ୍ଣ ଅବସ୍ଥାରେ ଯାତ୍ରା କରିବା ବେଳେ ଟ୍ରାକ୍‌କୁ ଖସିପଡ଼ିଛନ୍ତି ତାହା ଭିଡିଓରେ ଦେଖିବାକୁ ମିଳିଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.