ପ୍ରମୂଖ ଖବର
  • କଟକ : କାଠଯୋଡ଼ିରେ ବୁଡ଼ି ଯାଇଥିବା ୨ ନାବାଳକ ଉଦ୍ଧାର,ଉଭୟଙ୍କୁ ମୃତ ଘୋଷଣା କଲେ ଡାକ୍ତର
  • ||
  • ବୁଧବାର ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି, ଅପରାହ୍ଣ ସାଢ଼େ ୨ଟାରୁ ସର୍ବସାଧାରଣ ଦର୍ଶନ ମନା
  • ||
  • ବ୍ରାହ୍ମଣୀ ନଦୀରେ ଭାସିଗଲେ ଗାଈ ଚରାଳି, ଅଗ୍ନିଶମ ବାହିନୀର ଖୋଜାଖୋଜି ଜାରି
  • ||
  • ରାକ୍ଷୀରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ୫ ଜଣଙ୍କୁ ଉଠାଇଆଣିଲା ରାଜନଗର ପୁଲିସ
  • ||
  • ଆଜି ହୋଇପାରେ NDAର ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା -ପ୍ରଧାନମନ୍ତ୍ରୀ ଏବଂ ଜେପି ନଡ୍ଡା ନେଇପାରନ୍ତି ଚୂଡ଼ାନ୍ତ ନିଷ୍ପତ୍ତି
  • ||
  • ରାଜ୍ୟରେ ବଢ଼ୁଛି ଜନବସତି, ଥମୁନି ହାତୀ-ମଣିଷ ଲଢ଼େଇ;୧୫ ବର୍ଷ ଧରି କାର୍ଯ୍ୟକ୍ଷମ ହେଉନି ୧୪ ହାତୀ କରିଡର
  • ||
  • କଟକ: ଜଗନ୍ନାଥ ଦର୍ଶନ ପାଇଁ ଯାଉଥିବା ବେଳେ ଅଘଟଣ, ମଝି ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା କାର୍
  • ||
  • ପାକିସ୍ତାନର ବଲୁଚ ଲିବରେସନ୍ ଆର୍ମି ଆତଙ୍କୀ ସଂଗଠନ ଘୋଷିତ, ବିଦେଶୀ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା କଲା ଆମେରିକା
  • ||
  • ମଙ୍ଗଳବାର ସଚିବସ୍ତରୀୟ ବୈଠକ; ବୁଧବାର ବସିବ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ
  • ||
  • ବୁଧବାର ଲଘୁଚାପ, ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା; କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ, ୨୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||

ଜାଳଣୀ କାଠ ପାଇଁ ଗଣ୍ଡଗୋଳ, ବଡ଼ ଯା'କୁ ପିଟି ପିଟି ମାରିଦେଲା ସାନ ଯା'

Published By : Harapriya Sethi | April 3, 2025 12:12 PM

ଭୁବନେଶ୍ୱର,୦୩।୦୪: ଜାଳେଣୀ କାଠ ପାଇଁ ଦେବଗଡ଼ ସହରରେ ଗଡ଼ିଲା ମୁଣ୍ଡ । ସାନ ଯା’ର ମାଡ଼ରେ ଚାଲିଗଲା ବଡ଼ ଯା’ର ଜୀବନ । ମୃତକ ପ୍ରଦ୍ୟୁମ୍ନ ଭୋଜଙ୍କ ସ୍ତ୍ରୀ ଜ୍ୟୋତ୍ସ୍ନା ଭୋଜ(୫୫) ଏବଂ ହତ୍ୟାକାରୀ ପ୍ରତାପ ଭୋଜଙ୍କ ସ୍ତ୍ରୀ ଗୀତା ଭୋଜ (୪୫) ବୋଲି ଜଣାପଡ଼ିଛି । ଦେବଗଡ ଆଦର୍ଶ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । 

ସୂଚନା ମୁତାବକ, ସାମାନ୍ୟ ଜାଳେଣୀ କାଠ ପାଇଁ ଗୁରୁବାର ସକାଳ ସମୟରେ ଦୁଇ ଯା’ଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ବିବାଦ ଏତେ ବଢିଥିଲା ଯେ, ଉଭୟଙ୍କ ମଧ୍ୟରେ ମାର୍‌ପିଟ୍‌ ଯାଏଁ କଥା ଯାଇଥିଲା। ମାର୍‌ପିଟ୍‌ ବେଳେ ସାନ ଯା’ର ମାଡ଼ରେ ବଡ଼ ଯା ଘଟଣାସ୍ଥଳରେ ହିଁ ପଡିଯାଇଥିଲେ । ଏହା ଦେଖି ପଡ଼ୋଶୀ ଲୋକ ବଡ଼ ଯା’ ଜ୍ୟୋସ୍ନାଙ୍କୁ ଅଚେତ ଅବସ୍ଥାରେ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଅନ୍ୟପଟେ ଏହି ବିବାଦ ପରେ ପ୍ରତାପ ଭୋଜଙ୍କ ସ୍ତ୍ରୀ ଗୀତା ଭୋଜଙ୍କୁ ଅଟକ ରଖି ପୋଲିସ ଜିମା ଦେଇଛନ୍ତି ସ୍ଥାନୀୟଲୋକେ । ପୋଲିସ ଅଭିଯୁକ୍ତକୁ ନେଇ ଜେରା କରୁଛି । ବ୍ୟବଚ୍ଛେଦ ରିପୋର୍ଟ ଏବଂ ପୋଲିସର ପ୍ରାଥମିକ ତଦନ୍ତ ରିପୋର୍ଟ ପରେ ହତ୍ୟା ସଂପର୍କରେ ସବିଶେଷ ତଥ୍ୟ ମିଳିବ ବୋଲି ଆଶା କରାଯାଉଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.