ପ୍ରମୂଖ ଖବର
  • 'ଅପରେସନ୍ ସିନ୍ଦୂର ପାକ୍ ସହ ଡିଲ ଥିଲା'; ଟିଏମ୍‌ସି ବିଧାୟକଙ୍କ ବୟାନକୁ ନେଇ ବିବାଦ, ଦୂରରେ ରହିଲା ଦଳ
  • ||
  • ଯୋଗେଶ ଗୌଡ଼ା ହତ୍ୟା ମାମଲା; କଂଗ୍ରେସ ବିଧାୟକ ବିନୟ କୁଲକର୍ଣ୍ଣିଙ୍କୁ ସୁପ୍ରିମ ଝଟକା, ଜାମିନ ଆବେଦନ ଖାରଜ
  • ||
  • କଟକ : ରାସ୍ତାରେ ପଡ଼ିଛି ମାନସିକ ବିକାରଗ୍ରସ୍ତ ମହିଳାଙ୍କ ମୃତଦେହ, ଅଜଣା ଗାଡ଼ି ଧକ୍କା ଦେଇଥିବା ସନ୍ଦେହ
  • ||
  • ରଥ ଖଳା ହାଲ୍‌ଚାଲ୍‌...ଗରଗରା ପଡ଼ି ଉଠିଲା ପୋଲ ଗୟଳ, ସ୍ନାନ ପୂର୍ଣ୍ଣିମା ପୂର୍ବରୁ ଉଠିବ ଚାରିନାହାକା
  • ||
  • ଇଂଲଣ୍ଡରେ କେଏଲ ରାହୁଲଙ୍କ ବିସ୍ଫୋରକ ଶତକ, ଭାରତ ଏ'- ୩୧୯/୭
  • ||
  • କଟକ : ହୋଟେଲ ଭିତରକୁ ମାଡିଗଲା ଟ୍ରେଲର, ଜଣେ ମୃତ
  • ||
  • ଦେବଗଡ଼ : ଅଜଣା ଗାଡ଼ି ଧକ୍କାରେ ଚାଷୀ ସହ ବଳଦ ମୃତ
  • ||
  • ଆହୁରି ୫ ଦିନ ଅସହ୍ୟ ଗୁଳୁଗୁଳି, ଉପକୂଳବର୍ତ୍ତୀ ୧୧ ଜିଲ୍ଲାରେ କଲବଲ କରିବ ତାତି, ୧୦ ଯାଏ ନିସ୍ତାର ନାହିଁ
  • ||

ଚଢ଼େୟାପଲ୍ଲୀ ଗାଁରେ ଜଘନ୍ୟକାଣ୍ଡ; ଶାଳୀକୁ ହାଣି ହତ୍ୟା କଲା ଭିଣୋଇ

Published By : Anindita Ratha | June 5, 2025 11:07 AM

ଭଞ୍ଜନଗର,୦୫/୦୬:  ଶାଳୀକୁ ହାଣି ହତ୍ୟା କଲା ଭିଣୋଇ। ଏଭଳି ଏକ ଅମାନୁଷିକ ଘଟଣା ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ଥାନା ଅନ୍ତର୍ଗତ ଚଢ଼େୟାପଲ୍ଲୀ ଗାଁରୁ ସାମ୍ନାକୁ ଆସିଛି । ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତକୁ ନେଇ ପୁଲିସ ବ୍ୟସ୍ତ ଥିବାବେଳେ ଏହି ଘଟଣା ସଂପର୍କରେ ପୁଲିସ୍ କୌଣସି ସ୍ପଷ୍ଟ ସୂଚନା ଦେଇନାହିଁ । ମୃତକ ହେଲେ ଚଢ଼େୟାପଲ୍ଲୀ ଗାଁର ଆଶା କର୍ମୀ ବିଜୟଲକ୍ଷ୍ମୀ ତ୍ରିପାଠୀ ।

ସୂଚନା ମୁତାବକ, ବିଜୟଲକ୍ଷ୍ମୀ ତ୍ରିପାଠୀ ନିଜ ଘରେ ଥିବାବେଳେ ତାଙ୍କ ଭିଣୋଇ ଘରେ ପଶି ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରିଛନ୍ତି । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଜମିଜମା ବିବାଦକୁ ନେଇ ହୁଏତ ଏଭଳି ଜଘନ୍ୟକାଣ୍ଡ ଘଟିଥାଇପାରେ ବୋଲି ସନ୍ଦେହ କରାଯାଉଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଶବକୁ ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡିକାଲକୁ ପଠାଇଛି । ଏ ସଂପର୍କରେ କିଛି ସମୟ ପରେ ସବିଶେଷ ତଥ୍ୟ ଦେବେ ବୋଲି ଜଗନ୍ନାଥ ପ୍ରସାଦ ଥାନା ଅଧିକାରୀ ପ୍ରମୋଦ କୁମାର ଲେଙ୍କା ସୂଚନା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.