ପ୍ରମୂଖ ଖବର
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ପାରିବାରିକ କଳହରୁ ଦାଦାର ଗଣ୍ଡିମୁଣ୍ଡ ଅଲଗା କରିଦେଲା ପୁତୁରା, କଟା ମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ

Published By : Rasmita Pradhan | April 12, 2025 10:20 AM

କେନ୍ଦୁଝର, ୧୨/୦୪ : କେନ୍ଦୁଝର ସଦର ଥାନା ଅନ୍ତର୍ଗତ ତଳକଇଁସାରୀ ଗ୍ରାମରେ ଚାଞ୍ଚଲ୍ୟକର ଘଟଣା। ସାମାନ୍ୟ ଗଣ୍ଡଗୋଳରୁ ଦାଦାକୁ ଟାଙ୍ଗିଆରେ ହାଣି ଗଣ୍ଡିରୁ ମୁଣ୍ଡକୁ ଅଲଗା କରିଦେଲା ପୁତୁରା। କଟା ମୁଣ୍ଡ ଧରି ଥାନାରେ କଲା ଆତ୍ମସମର୍ପଣ। 

ସୂଚନାନୁଯାୟୀ, ଶୁକ୍ରବାର ରାତିରେ ତଳକଇଁସାରୀ ଗାଁରେ ଦଣ୍ଡ ନାଚ ଚାଲିଥିଲା। ଗାଁରେ ସମସ୍ତେ ନାଚ ଦେଖିବାରେ ମସଗୁଲ ଥିବା ବେଳେ ପାରିବାରିକ କଳହକୁ ନେଇ ରାଗ ରଖିଥିବା ପୁତୁରା କବି ଦେହୁରୀ କକା ହରି ଦେହୁରୀଙ୍କୁ ହତ୍ୟା କରିବା ପାଇଁ ଯୋଜନା କରିଥିଲା। ରାତି ୧୦ଟାରେ ସୁଯୋଗ ଦେଖି ଗାଁ ପାଖ ବିଲ ମାଳିରେ କକା ହରିକୁ ଟାଙ୍ଗିଆରେ ହାଣି ହତ୍ୟା କରିଥିଲା। ଏହାପରେ କକାର କଟା ମୁଣ୍ଡକୁ ଏକ ବ୍ୟାଗରେ ଧରି ଶୁଆକାଟି ଫାଣ୍ଡିରେ ପହଞ୍ଚି ଆତ୍ମସମର୍ପଣ କରିଥିଲା। ଖବର ପାଇ ଘଟଣା ସ୍ଥଳରେ ସଦର ପୋଲିସ ପହଞ୍ଚି ତଦନ୍ତ କରୁଛି। ଅଭିଯୁକ୍ତ ପୁତୁରାକୁ ପଚରାଉଚୁରା କରୁଛି।

ଏହି ଖବରଟିକୁ ପଢନ୍ତୁ-ଭିଜିଲାନ୍ସ ଜାଲରେ ଚିତ୍ରକୋଣ୍ଡା ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, କାର୍ ଓ ଘରୁ ମିଳିଲା ନଗଦ ୧୮ ଲକ୍ଷ ୫୭ ହଜାର ଟଙ୍କା


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.