ପ୍ରମୂଖ ଖବର
  • ଲର୍ଡସ୍ ଟେଷ୍ଟ: ଦ୍ୱିତୀୟ ଇନିଂସରେ ଇଂଲଣ୍ଡ ଅଲଆଉଟ୍, ଭାରତ ଆଗରେ ୧୯୩ ରନର ବିଜୟ ଲକ୍ଷ୍ୟ
  • ||
  • ନିର୍ବାଚନ ପୂର୍ବରୁ ନୀତୀଶ କୁମାରଙ୍କ ବଡ଼ ଘୋଷଣା, ଆସନ୍ତା ୫ ବର୍ଷ ମଧ୍ୟରେ ଏକ କୋଟି ଚାକିରି ଦେବେ ସରକାର
  • ||
  • ଆଇପିଏସ୍ ସୋନାଲି ମିଶ୍ର ଆରପିଏଫର ପ୍ରଥମ ମହିଳା ମହାନିର୍ଦ୍ଦେଶକ
  • ||
  • କୋଲାକାତା ଆଇଆଇଏମରେ ଦୁଷ୍କର୍ମ ମାମଲା, ତଦନ୍ତ ଲାଗି ଏସ୍ଆଇଟି ଗଠିତ
  • ||
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ରକ୍ତ ସମ୍ପର୍କରେ ରକ୍ତ ଛିଟା; ପୂର୍ବ ଶତ୍ରୁତାରୁ ସାନଭାଇକୁ ହାଣିଲା ବଡ଼ଭାଇ

Published By : Harapriya Sethi | July 11, 2025 11:24 AM

ଭୋଗରାଇ,୧୧/୦୭: ସାନଭାଇକୁ ଅତି ବିଭତ୍ସ ଭାବରେ ହାଣିଲା ବଡ଼ ଭାଇ । ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ଅଭିଯୋଗ । ବାଲେଶ୍ଵର ଜିଲ୍ଲା ଭୋଗରାଇ ଥାନା ମାନକୁଣ୍ଡା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗୌରାଙ୍ଗ ମଣ୍ଡଳଙ୍କ ମଝିଆ ପୁଅ ନିମାଇଁ ମଣ୍ଡଳ (୫୦ବର୍ଷ) ।

ଅଭିଯୋଗ ଅନୁଯାୟୀ, ଗୁରୁବାର ରାତି ପ୍ରାୟ ୧୨ଟା ସମୟରେ ବଡ଼ଭାଇ ନିଆଁସ ମଣ୍ଡଳ ନିଜ ସାନଭାଇ ନିମାଇଁକୁ କୌଣସି କାରଣରୁ ଘରୁ ଡାକି ନେଇଥିଲେ । ନିମାଇଁ ଘରକୁ ନ ଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ । ହେଲେ ତାଙ୍କର କୌଣସି ପତ୍ତା ମିଳିନଥିଲା । ତେବେ ଆଜି ସକାଳେ ନିଆଁସଙ୍କ ଘର ସମ୍ମୁଖରେ ନିମାଇଁଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପଡ଼ିଥିବା ଗାଁ ଲୋକେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ ।ସେପଟେ ଖବର ପାଇ ଭୋଗରାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ସାଇଣ୍ଟିଫିକ ଟିମ୍‌ ସହାୟତାରେ ତଦନ୍ତ ଆରମ୍ଭ କରିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.