ପ୍ରମୂଖ ଖବର
  • ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ମେଧା ତାଲିକା, କାଲିଠୁ ଆରମ୍ଭ ହେବ ନାମଲେଖା: ୨୪ରୁ ଏକାଦଶ ଶ୍ରେଣୀ ପାଠପଢ଼ା
  • ||
  • ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ PLGA ବାଟାଲିୟନ ଡେପୁଟି କମାଣ୍ଡର ନିହତ
  • ||
  • ରାଜଧାନୀରୁ ୨୬୫ ଗ୍ରାମ ବ୍ରାଉନ ସୁଗର ଜବତ, ଅଭିଯୁକ୍ତ ଗିରଫ
  • ||
  • ଢେଙ୍କାନାଳ : ଫାର୍ମହାଉସ୍‌ରୁ ଶ୍ରମିକଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • IT ଅଫିସରେ ହାଜର ହେଲେ ବିଶାଳ ଦାସ, କିଛି ଦିନ ପୂର୍ବରୁ ହୋଇଥିଲା ଚଢାଉ
  • ||
  • ଭଦ୍ରକ : ବିପଦ ସଂକେତ ତଳେ ବୈତରଣୀରେ ବନ୍ୟା ଜଳ, ୧୮.୦୭ ମିଟରରେ ପ୍ରବାହିତ
  • ||
  • ଅଧରପଣା ପାଇ ତୃପ୍ତ ହେବେ ଦେବାଦେବୀଙ୍କ ସମେତ ଯୋଗିନୀଗଣ, ପଣା ସଂଗ୍ରହ ଉପରେ ଲାଗିଲା କଟକଣା
  • ||
  • ଢେଙ୍କାନାଳ : ୪୦ ଟିକିଆ ହାତୀପଲ ନଦୀ ପାର ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ଭାସିଗଲେ ୩ ହାତୀ, ଦୀର୍ଘ ସମୟର ପରେ ଉଦ୍ଧାର
  • ||
  • ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଅର୍ପଣ ନୀତି, ଆଜି ପାର୍ଶ୍ୱଦେବାଦେବୀ ଓ ଅଶରୀରଙ୍କୁ ହେବ ସମର୍ପଣ
  • ||
  • ବାଲେଶ୍ୱର : ବାଗୁଡ଼ି ଯୋଡ଼ାମ୍ବ ଛକ SBI ଏଟିଏମ୍‌ରୁ ଲୁଟ୍, ଗ୍ୟାସ୍‌ କଟରରେ ଏଟିଏମ୍‌ କାଟି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ; ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ଦାଦାବଟିକୁ କେନ୍ଦ୍ରକରି ଗଡ଼ିଲା ମୁଣ୍ଡ: ସିଙ୍ଗବାଡ଼ି ଗାଁରେ ବିଭତ୍ସ ହତ୍ୟା

Published By : Rasmita Pradhan | July 7, 2025 10:48 AM

ରଙ୍ଗେଇଲୁଣ୍ଡା, ୭/୭ : ଦାଦାବଟିକୁ କେନ୍ଦ୍ରକରି ଗଡ଼ିଲା ମୁଣ୍ଡ। ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ଅନ୍ତର୍ଗତ ସିଙ୍ଗବାଡ଼ି ଗାଁରେ ବିଭତ୍ସ ହତ୍ୟା। ରବିବାର ମଧ୍ୟରାତ୍ରୀରେ ଗାଁର ମଣ୍ଟୁ ପାତ୍ର (୫୦ ବର୍ଷ)ଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

ସୂଚନାନୁଯାୟୀ, ରବିବାର ରାତି ପ୍ରାୟ ୧୧ଟା ବେଳେ ଗୋଳନ୍ଥରା ଥାନା ଅନ୍ତର୍ଗତ ସିଙ୍ଗବାଡ଼ିର ମଣ୍ଟୁ ପାତ୍ରଙ୍କ ଘରକୁ ଦୁଇ ଜଣ ଯୁବକ ଆସି କବାଟ ବାଡ଼େଇଥିଲେ। ତାପରେ ଦାଦାବଟି ମାଗିଥିଲେ। ଦୁହିଁଙ୍କ ସହ ପୂର୍ବରୁ ମଣ୍ଟୁଙ୍କ ବିବାଦ ରହିଥିଲା। ଏଣୁ ଉଭୟ ପକ୍ଷ ମଧ୍ୟରେ ବଚସା ହୋଇଥିଲା। ଏହି ସମୟରେ ଜଣେ ଯୁବକ ସାଥିରେ ଆଣିଥିବା କାତିରେ ମଣ୍ଟୁଙ୍କ ଉପରକୁ ଚୋଟ ପରେ ଛୋଟ ପକାଇଥିଲେ। ଘଟଣାସ୍ଥଳରେ ମଣ୍ଟୁଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୂର୍ବ ଶତ୍ରୁତାକୁ ନେଇ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.