ପ୍ରମୂଖ ଖବର
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା : ୬ ଘଣ୍ଟା ବନ୍ଦ ଡାକରା ଦେଲା ଜୟ ତେନ୍ତୁଳୀଖୁଣ୍ଟି ସାମାଜିକ ସଂଘଠନ, ୨୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି

ନବରଙ୍ଗପୁର,୨୩/୦୯: ୬ ଘଣ୍ଟା ବନ୍ଦ ଡାକରା ଦେଲା ଜୟ ତେନ୍ତୁଳୀଖୁଣ୍ଟି ସାମାଜିକ ସଂଘଠନ । ସେପ୍ଟେମେୱର ୧୭ ତାରିଖରେ ତେନ୍ତୁଳୀଖୁଣ୍ଟି ଥାନା ଅଞ୍ଚଳରେ ଘଟିଥିବା ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣାର ୭ ଦିନ ପରେ ମଧ୍ୟ ପୋଲିସ ଦୋଷୀକୁ ଧରିବାରେ ସକ୍ଷମ ହୋଇପାରିନାହିଁ । ଏହାର ପ୍ରତିବାଦରେ ୩ ଦଫାଦାବି ନେଇ ସୋମାବାର ଜୟତେନ୍ତୁଳୀଖୁଣ୍ଟି ସାମାଜିକ ସଂଘଠନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି ।

ସୂଚନା ମୁତାବକ, ସେପ୍ଟେମ୍ୱର ୧୭ ତାରିଖ ଅର୍ଥାତ ମଙ୍ଗଳବାରରେ ତେନ୍ତୁଳୀଖୁଣ୍ଟି ଥାନା ଅଞ୍ଚଳରେ ଘଟିଥିବା ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣାକୁ ବିତିଗଲା ୭ ଦିନ । ତଥାପି ପୋଲିସ ଦୋଷୀକୁ ଧରିବାରେ ସକ୍ଷମ ହୋଇପାରିନାହିଁ । ତେଣୁ ଏହାର ପ୍ରତିବାଦ କରି ୩ ଦଫାଦାବି ନେଇ ସୋମବାର ଜୟ ତେନ୍ତୁଳୀଖୁଣ୍ଟି ସାମାଜିକ ସଂଘଠନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ସୋମବାର ସକାଳ ଆଠଟାରୁ ଦିନ ଦୁଇଟା ପର୍ଯ୍ୟନ୍ତ ତେନ୍ତୁଳିଖୁଣ୍ଟି ବ୍ଲକ ବନ୍ଦ ଡାକରା ଦିଆଯାଇଛି । ଦୋଷୀକୁ ତୁରନ୍ତ ଗିରଫ କରିବା ସହ, ମୃତ ନାବାଳିକାଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ଓ ନାବାଳିକାର ଶବ ବ୍ୟବଚ୍ଛେଦ ରିପୋର୍ଟ ସାର୍ବଜନୀନ କରିବା ପାଇଁ ଦାବି ରଖିଛନ୍ତି ଜୟ ତେନ୍ତୁଳୀଖୁଣ୍ଟି ସାମାଜିକ ସଂଘଠନ । 

ତେବେ ସେପ୍ଟେମ୍ୱର ୧୭ ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ କଣ୍ଟାଗାଁ ସଦର ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ନିକଟସ୍ଥ ଏକ ଟାୱାର ପାଚେରୀ ପାର୍ଶ୍ଵରୁ ଜଣେ ୧୧ ବର୍ଷୀୟା ନାବାଳିକାଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ନାବାଳିକାର ପ୍ରଥମେ ଦୁଷ୍କର୍ମ ଏବଂ ପରେ ହତ୍ୟା କରାଯାଇଥିବା ନେଇ ସନ୍ଦେହ ହୋଇଥିଲା ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.