ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି

ସମ୍ୱଲପୁର, ୮।୯: ନୂଆଖାଇରେ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶାର । ସମଲେଶ୍ୱରୀ ମନ୍ଦିରରେ ଭକ୍ତଙ୍କ ଭିଡ଼ । ପୂର୍ବ ନିର୍ଦ୍ଧାରିତ ସମୟ ସକାଳ ୯ଟା ୧୨ରୁ ୯ଟା ୨୭ ମଧ୍ୟରେ ନବାନ୍ନ ଲାଗି ହୋଇଛି । ପରେ ପାର୍ଶ୍ୱ ଦେବାଦେବୀଙ୍କ ପାଖରେ ନବାନ୍ନ ଲାଗି କରାଯାଉଛି । ଏହି ସମୟରେ ଢୋଲ, ଘଣ୍ଟଘଣ୍ଟା ଧ୍ୱନିରେ ପ୍ରକମ୍ପିତ ହୋଇଛି ମନ୍ଦିର ପରିସର । ଦିନ ୧୨ଟା ୩୦ ପରେ ସମଲେଶ୍ୱରୀ ଶ୍ରଦ୍ଧାଳୁ ମା’ଙ୍କ ଦର୍ଶନ କରିପାରିବେ ।

ପ୍ରଥମ ଶସ୍ୟକୁ ଇଷ୍ଟ ଦେବୀଙ୍କ ନିକଟରେ ଅର୍ପଣ କରିବାର ପରମ୍ପରାକୁ ନୂଆଖାଁଇ କୁହାଯାଇଥାଏ । ଧରିତ୍ରୀ ଶସ୍ୟ ଶ୍ୟାମଳା ହେଉ, କାହାକୁ ଅନ୍ନ କଷ୍ଟ ନ ଲାଗୁ ବୋଲି ମା’ଙ୍କ ନିକଟରେ ଗୁହାରୀ କରାଯାଇଥାଏ । ନୂଆଁଖାଇ ସରିବା ପରେ ନିଜଠୁ ବଡ଼ ଲୋକଙ୍କୁ ଜୁହାର୍‌ ହୋଇ ଆଶୀର୍ବାଦ ନେବାର ଏକ ସ୍ୱତନ୍ତ୍ର ଓ ନିଆରା ପରମ୍ପରା ରହିଛି । ଚାଷୀମାନେ ନିଜ କ୍ଷେତକୁ ଯାଇ ପୂଜା କରନ୍ତି । ସମ୍ବଲପୁରରେ ବିଭିନ୍ନ ସାଂସ୍କୃତିକ ଓ ସାମାଜିକ ଅନୁଷ୍ଠାନ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଅନ୍ୟ ସହର ଗୁଡ଼ିକରେ ମଧ୍ୟ ସେଠାକାର ବିଭିନ୍ନ ସଙ୍ଗଠନ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ ଅନୁଷ୍ଠିତ ହେବ । ଏଥର ନୂଆଁଖାଇ ପରଦିନ ଅର୍ଥାତ୍ ସୋମବାର ଦିନ ସ୍କୁଲ୍, କଲେଜ୍‌, ସରକାରୀ କାର୍ଯ୍ୟାଳୟ ଛୁଟି ଘୋଷଣା କରାଯାଇଛି । 


 

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.