ପ୍ରମୂଖ ଖବର
  • କଟକ : ଶୈଳବାଳା ମହିଳା ମହାବିଦ୍ୟାଳୟରେ ଅଘଟଣ , ନିର୍ମାଣାଧୀନ କୋଠାରୁ ପଡି ଶ୍ରମିକ ମୃତ
  • ||
  • କଟକ : ମାହାଙ୍ଗା ବ୍ଲକ ଖନ୍ଦୋଳ ଗ୍ରାମରେ ବନ୍ଦ ଘରୁ ପ୍ରେମୀଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ବେଙ୍ଗାଲୁରୁ ଦଳାଚକଟା ଘଟଣା; KSCA ସମ୍ପାଦକ ଏ. ଶଙ୍କର ଓ କୋଷାଧ୍ୟକ୍ଷ ଏଇ ଜୟରାମଙ୍କ ଇସ୍ତଫା
  • ||
  • ମିଠି ନଦୀ ଦୁର୍ନୀତି ମାମଲା: ଅଭିନେତା ଡିନୋ ମୋରିଆଙ୍କୁ ଇଡି ସମନ୍
  • ||
  • ସରଣ୍ଡା ଜଙ୍ଗଲରୁ ୧ କୁଇଣ୍ଟାଲ ବିସ୍ଫୋରକ ଜବତ, ସର୍ଚ୍ଚ ଅପରେସନ୍‌ ଜାରି
  • ||
  • ଫୁଲବାଣୀ : ଫୁଲବାଣୀ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଚଳିତ ଶିକ୍ଷା ବର୍ଷରୁ ଆରମ୍ଭ ହେବ ପାଠପଢା
  • ||
  • French Open 2025: 'ବୋଧ ହୁଏ ଏହା ମୋର ଶେଷ ମ୍ୟାଚ ଥିଲା', ଫ୍ରେଞ୍ଚ ଓପନ୍ ହାରିବା ପରେ ଅବସର ନେଲେ କି ନୋଭାକ ?
  • ||
  • ଭଦ୍ରକ : ଜାତିଆଣ ବିବାଦରୁ କଙ୍ଗାରୁ କୋର୍ଟ, ଗାଁରୁ ନିଆଁପାଣି ବନ୍ଦ ଚିନ୍ତାରେ ଚାଲିଗଲା ଜୀବନ !
  • ||
  • ବରଗଡ଼ ପଞ୍ଚାୟତ କଲେଜ ପଛପଟୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଚାନ୍ଦବାଲି : ରୋଗୀଙ୍କ ମୁହଁରୁ ଅକ୍ସିଜେନ କାଢିନେବାରୁ ମୃତ୍ୟୁ ଅଭିଯୋଗ, ଚାନ୍ଦବାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା
  • ||
  • ଶନିବାର ମୁଖ୍ୟମନ୍ତ୍ରୀଙ୍କ ଫୁଲବାଣୀ ଗସ୍ତ : ୪୨ ପ୍ରକଳ୍ପର ଉଦ୍‌ଘାଟନ ସହ ୬୫ ନୂଆ ପ୍ରକଳ୍ପର କରିବେ ଶିଳାନ୍ୟାସ
  • ||
  • 'ଅପରେସନ୍ ସିନ୍ଦୂର ପାକ୍ ସହ ଡିଲ ଥିଲା'; ଟିଏମ୍‌ସି ବିଧାୟକଙ୍କ ବୟାନକୁ ନେଇ ବିବାଦ, ଦୂରରେ ରହିଲା ଦଳ
  • ||
  • ଯୋଗେଶ ଗୌଡ଼ା ହତ୍ୟା ମାମଲା; କଂଗ୍ରେସ ବିଧାୟକ ବିନୟ କୁଲକର୍ଣ୍ଣିଙ୍କୁ ସୁପ୍ରିମ ଝଟକା, ଜାମିନ ଆବେଦନ ଖାରଜ
  • ||
  • କଟକ : ରାସ୍ତାରେ ପଡ଼ିଛି ମାନସିକ ବିକାରଗ୍ରସ୍ତ ମହିଳାଙ୍କ ମୃତଦେହ, ଅଜଣା ଗାଡ଼ି ଧକ୍କା ଦେଇଥିବା ସନ୍ଦେହ
  • ||
  • ଇଂଲଣ୍ଡରେ କେଏଲ ରାହୁଲଙ୍କ ବିସ୍ଫୋରକ ଶତକ, ଭାରତ ଏ'- ୩୧୯/୭
  • ||
  • କଟକ : ହୋଟେଲ ଭିତରକୁ ମାଡିଗଲା ଟ୍ରେଲର, ଜଣେ ମୃତ
  • ||
  • ଦେବଗଡ଼ : ଅଜଣା ଗାଡ଼ି ଧକ୍କାରେ ଚାଷୀ ସହ ବଳଦ ମୃତ
  • ||
  • ଆହୁରି ୫ ଦିନ ଅସହ୍ୟ ଗୁଳୁଗୁଳି, ଉପକୂଳବର୍ତ୍ତୀ ୧୧ ଜିଲ୍ଲାରେ କଲବଲ କରିବ ତାତି, ୧୦ ଯାଏ ନିସ୍ତାର ନାହିଁ
  • ||

ଦ୍ୱିତୀୟ ଦିନରେ ପହଞ୍ଚିଲା ନବରଙ୍ଗପୁର ଜିଲ୍ଲା ଚାଷୀ ମହାସଂଘର ଧାରଣା

Published By : Suraj Kumar | June 7, 2025 10:29 PM

ଭୁବନେଶ୍ୱର, ୭।୬ : ନବରଙ୍ଗପୁର ଜିଲ୍ଲା ଚାଷୀ ମହାସଂଘ ପକ୍ଷରୁ ଭୁବନେଶ୍ୱରସ୍ଥିତ ଲୋୟର ପିଏମ୍‌ଜିଠାରେ ଅନୁଷ୍ଠିତ ଅହୋରାତ୍ର ଧାରଣା ଦ୍ୱିତୀୟ ଦିନରେ ପହଞ୍ଚିଛି । ୪ ଦଫା ଦାବିକୁ ନେଇ ୭ ଦିନ ବ୍ୟାପୀ ଏହି ଧାରଣା ଚାଲୁ ରହିବ । ଏହି ଧାରଣାରେ ଉପସ୍ଥିତ ରହୁଥିବା ନବରଙ୍ଗପୁରର ପୂର୍ବତନ ସାଂସଦ ପ୍ରଦୀପ ମାଝୀ କହିଛନ୍ତି ଯେ, ରାଇଘରର ଚାଷୀ ୪ ମାସ ହେଲା ମଣ୍ଡିରେ ଧାନ ବିକି ଏପର୍ଯ୍ୟନ୍ତ ଧାନର ପ୍ରାପ୍ୟ ପାଇ ନାହାଁନ୍ତି । ସେମାନେ ଋଣ କରି ଚାଷ କରିଥିଲେ । ଭାବିଥିଲେ ଧାନ ବିକ୍ରି ଟଙ୍କା ମିଳିଲେ ଋଣ ପରିଶୋଧ କରିବେ । ମାତ୍ର ସରକାର ୪ ମାସ ହେବ ଚାଷୀଙ୍କ ଧାନ ବିକ୍ରି ଟଙ୍କା ନ ଦେବା ଫଳରେ ସେମାନଙ୍କର ଋଣ ଭାର ବଢି ବଢି ଚାଲିଛି । ରାଇଘର ବ୍ଲକର ୩୪୪ଜଣ ଚାଷୀଙ୍କର  ସାଢେ ଚାରିକୋଟି ଟଙ୍କା କେବେ ସରକାର ଦେବେ ବୋଲି ଶ୍ରୀ ମାଝୀ ପ୍ରଶ୍ନ କରିଛନ୍ତି । 

ଅନ୍ୟ ପକ୍ଷରେ ନବରଙ୍ଗପୁରରେ ଧାନକିଣାରେ ବ୍ୟାପକ ଦୁର୍ନୀତି ହୋଇଛି । ପ୍ରାୟ ୭ ଲକ୍ଷ କୁଇଣ୍ଟାଲ ଧାନ କାଗଜପତ୍ରରେ ବିକ୍ରି ହୋଇଥିବା ଦର୍ଶାଯାଇଛି । ଏହି ବିକ୍ରି ଜିଲ୍ଲାପାଳଙ୍କ ଠାରୁ ଆରମ୍ଭ କରି ସମସ୍ତ ସମ୍ପୃକ୍ତ ଅଫିସରଙ୍କ ଜାଣନ୍ତରେ ଘଟିଛି । ତେଣୁ ଏହି ଦୁର୍ନୀତିର ତୁରନ୍ତ ପର୍ଦ୍ଦାଫାଶ କରିବା ପାଇଁ ଶ୍ରୀ ମାଝୀ ଦାବି କରିଛନ୍ତି । ଚାଷୀଙ୍କ ଠାରୁ କୁଇଣ୍ଟାଲ ପିଛା ୧୦ କିଲୋ ଧାନ କଟନୀ ଛଟନୀରେ କାଟି ଦିଆଯାଉଛି ।  ଚାଷୀ ତାର ଧାନକୁ ୧୬୦୦/୧୭୦୦ ଟଙ୍କାରେ ବିକୁଛି । ନବରଙ୍ଗପୁର ଜିଲ୍ଲା ଚାଷୀ ବିଶେଷକରି ରାଇଘର ଚାଷୀଙ୍କର ନ୍ୟାର୍ଯ୍ୟ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନାତ୍ମକ କାର୍ଯ୍ୟ ଜାରି ରହିବ ବୋଲି ମାଝୀ କହିଛନ୍ତି। 

ଏହି କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ସଞ୍ଜୟ କୁମାର ଦାସବର୍ମା ଯୋଗଦେଇ କହିଲେ ଯେ, ନବରଙ୍ଗପୁରରେ ଯେଉଁମାନେ ଧାନକିଣାରେ ଦୁର୍ନୀତି କରିଛନ୍ତି ଏବଂ ରାଇଘର ଚାଷୀଙ୍କର ଧାନ ବିକ୍ରି ଟଙ୍କା ୪ ମାସ ହେଲ ଦେଉନାହାଁନ୍ତି, ସେମାନଙ୍କ ବିରୁଦ୍ଧରେ ଦୃଢ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ । ସେହିପରି ପୂର୍ବତନ ମନ୍ତ୍ରୀ ଦେବୀ ମିଶ୍ର ନବରଙ୍ଗପୁର ଜିଲ୍ଲାର ଚାଷୀମାନଙ୍କ ପ୍ରତି  ସରକାରର ଆଚରଣକୁ ଦୃଢ ନିନ୍ଦା କରିଥିଲେ । ବିଜେଡ଼ି ପକ୍ଷରୁ ନବରଙ୍ଗପୁର ଜିଲ୍ଲା ଚାଷୀ ମହାସଂଘର ଆନ୍ଦୋଳନକୁ ପୂର୍ଣ୍ଣ ସମର୍ଥନ ଦିଆଯାଇଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.