ପ୍ରମୂଖ ଖବର
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ, ଗ୍ୟାସ୍‌ ଲିକ୍‌ରେ ୮ ଶ୍ରମିକ ଗୁରୁତର, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ରଥଖଳା ହାଲ୍‌ଚାଲ୍‌...କନକମୁଣ୍ଡି କାମ ଶେଷ, ଚକା ବେଦି ନିର୍ମାଣ ଆରମ୍ଭ
  • ||
  • ଭାରତୀୟ ନ୍ୟାୟ ସଂହିତା ଆଧାରରେ ଭୁବନେଶ୍ୱରରେ ପ୍ରଥମ ମାମଲା ରୁଜୁ
  • ||
  • ବାରବାଡୋସରେ ଭୟଙ୍କର ବାତ୍ୟା, ହୋଟେଲରେ ଅଟକିଲେ ଟିମ୍‌ ଇଣ୍ଡିଆ ଖେଳାଳି ଏବଂ ଷ୍ଟାଫ୍
  • ||
  • ସପ୍ତଶଯ୍ୟା ପାହାଡ଼ରେ ନିଖୋଜ ୫ ଛାତ୍ର ଉଦ୍ଧାର କଲା ବନ ବିଭାଗ, ଆଜି ପରିବାର ଲୋକଙ୍କୁ କରାଯିବ ହସ୍ତାନ୍ତର
  • ||
  • ସୋମବାରଠୁ ଜନତା ଦରବାର, ଲୋକ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ କରିପାରିବେ ଅଭିଯୋଗ
  • ||
  • ଅନବସର ସେବା ପରେ ଆରୋଗ୍ୟଲାଭ କରୁଛନ୍ତି ମହାପ୍ରଭୁ: ଆଜି ଚକା ବିଜେ, ଜାଗ୍ରତ ଅବସ୍ଥାକୁ ଆସିବେ ଠାକୁରେ
  • ||
  • ମୌସୁମୀ ସକ୍ରିୟ: ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା, ୩ରୁ ପ୍ରବଳ ଛେଚିବ
  • ||

ନାଗପୁର-ମୁମ୍ବାଇ ଏକ୍ସପ୍ରେସୱେରେ ଭୟଙ୍କର ସଡ଼କ ଦୁର୍ଘଟଣା, ୭ ମୃତ, ୩ ଗୁରୁତର...

ନୂଆଦିଲ୍ଲୀ: ନାଗପୁର-ମୁମ୍ବାଇ ଏକ୍ସପ୍ରେସୱେରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଶୁକ୍ରବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । ଦୁଇ ଗାଡି ମଧ୍ୟରେ ଭୟଙ୍କର ଧକ୍କାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନି ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । ସ୍ଥାନୀୟ ପୋଲିସର ସୂଚନାନୁସାରେ, ଶୁକ୍ରବାର ରାତି ପ୍ରାୟ ସାଢେ ୧୧ ଟା ବେଳେ କାଦଭଞ୍ଚି ଗ୍ରାମ ନିକଟରେ ନାଗପୁରରୁ ମୁମ୍ବାଇ ଯାଉଥିବା ଏକ MUV ଗାଡି ବିପରୀତ ଦିଗରୁ ଆସୁଥିବା କାର ସହିତ ମୁହାଁମୁହିଁ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଚିକିତ୍ସାଧିନ ଅବସ୍ଥାରେ ଡାକ୍ତରଖାନାରେ ଅନ୍ୟ ଜଣଙ୍କର ମୃତ୍ୟୁ ଘଟିଛି ।

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉପସ୍ଥିତ ଗ୍ରାମବାସୀ ତୁରନ୍ତ ପୋଲିସକୁ ଏ ସମ୍ପର୍କରେ ସୂଚନା ଦେଇଥିଲେ । ଏଥି ସହ ଉଦ୍ଧାର କାର୍ଯ୍ୟ ମଧ୍ୟ ଆରମ୍ଭ କରିଥିଲେ । ଦୁର୍ଘଟଣା ସମୟରେ ଉଭୟ ଗାଡିରେ ଦଶ ଜଣ ଥିଲେ ବୋଲି ପୋଲିସ କହିଛି । ଆହତ ଲୋକଙ୍କୁ ନିକଟସ୍ଥ ସରକାରୀ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଯେଉଁଠାରେ ତିନି ଜଣଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି ।

ଏହି ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇ ଜିଲ୍ଲା ଡାକ୍ତରଖାନାର ଅଧିକାରୀ ଉମେଶ ଯାଦବ କହିଛନ୍ତି ଯେ, ୬ ଜଣ ମୃତଦେହକୁ ଡାକ୍ତରଖାନାକୁ ଅଣାଯାଇଛି । ଚିକିତ୍ସା ସମୟରେ ଅନ୍ୟ ଜଣଙ୍କର ମୃତ୍ୟୁ ହୋଇଥିଲା । ଅବଶିଷ୍ଟ ତିନିଜଣଙ୍କ ଅବସ୍ଥା ଏବେ ବି ଗୁରୁତର ରହିଛି । ତିନିଜଣଙ୍କ ଚିକିତ୍ସା ଚାଲିଛି । 

 

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.