ପ୍ରମୂଖ ଖବର
  • ରାଉରକେଲା : ପାରିବାରିକ କଳହର କରୁଣ ପରିଣତି , ୨ ଝିଅକୁ ବିଷ ଦେଇ ନିଜେ ବିଷ ପିଇଲା ମା’
  • ||
  • ରାଜ୍ୟରେ ଖୋଲିବ ୫ ନୂଆ ଏନସିସି ଛାତ୍ରୀ ବାଟାଲିୟନ
  • ||
  • ଆମେରିକାର ପୋଲ୍ ଖୋଲିଲା ଏହି ରିପୋର୍ଟ, ଇରାନର କେବଳ ଗୋଟିଏ ପରମାଣୁ ଠିକଣା ହୋଇଥିଲା ଧ୍ବଂସ
  • ||
  • ବିନିକା : ମହାନଦୀରୁ ମିଳିଲା ଏକ କୁଇଣ୍ଟାଲର ବୋଦା ମାଛ
  • ||
  • ପ୍ରତିବନ୍ଧକର ଧମକ ଦେଇଥିଲେ ନାଟୋ ମୁଖ୍ୟ, କଡ଼ା ଜବାବ ଦେଲା ଭାରତ
  • ||
  • ଏଫଏମ କଲେଜ ଘଟଣା ପରେ ଆକ୍ସନରେ ସରକାର; ଜିଏମ୍ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଗିରଫ
  • ||
  • କଣ୍ଟାବଞ୍ଜି: ରାୟପୁର- ବିଶାଖପାଟଣା ପାସେଞ୍ଜର ଟ୍ରେନର ଏକ ବଗିର ଯାନ୍ତ୍ରିକ ତ୍ରୁଟି,ଦୀର୍ଘ ସମୟ ଧରି ଅଟକିଥିଲା ଟ୍ରେନ
  • ||
  • ନୂଆପଡ଼ା : ସାହାଜଟ ସେବାଶ୍ରମରେ ଅଘଟଣ, ଗଛରେ ଝୁଲି ପଡ଼ିଲେ ଅଷ୍ଟମ ଶ୍ରେଣୀ ଛାତ୍ର
  • ||
  • କେନ୍ଦ୍ରାପଡ଼ା : ଖରସ୍ରୋତାକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଓଡ଼ିଶା ବନ୍ଦ; ସାଲେପୁର କଂଗ୍ରେସରେ ଫାଟ, ସମର୍ଥକଙ୍କ ମଧ୍ୟରେ ଛକାପଞ୍ଝା
  • ||
  • କୋଣାର୍କ : ଓଡ଼ିଶା ବନ୍ଦ ଡାକରାର ପ୍ରଭାବ; ପର୍ଯ୍ୟଟକଶୂନ୍ୟ କୋଣାର୍କ ଓ ଚନ୍ଦ୍ରଭାଗା
  • ||
  • କଳାହାଣ୍ଡି : କେସିଙ୍ଗାରେ ଓଡିଶା ବନ୍ଦ ପ୍ରଭାବ, ସହରର ସମସ୍ତ ଦୋକାନ ବଜାର ସହ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ
  • ||
  • ଆଲାସ୍କା ଦ୍ୱୀପରେ ୭.୩ ତୀବ୍ରତାର ଭୂମିକମ୍ପ ଅନୁଭୂତ, ସୁନାମି ଚେତାବନୀ ଜାରି
  • ||
  • ସପିଂ ମଲରେ ଭୟଙ୍କର ଅଗ୍ନିକାଣ୍ଡ; ଜିଅନ୍ତା ଜଳି ୫୦ ମୃତ, ଅନେକ ଆହତ
  • ||
  • ଖଲ୍ଲିକୋଟ : ୧୬ ନଂ ଜାତୀୟ ରାଜପଥ ନାରାୟଣୀ ଛକରେ ଓଲଟିଲା କାର୍, ଜଣେ ମୃତ ୮ ଗୁରୁତର
  • ||
  • ଓଡ଼ିଶା ବନ୍ଦ, ଚକଅଖ ଜାମ୍, ସକାଳ ୬ରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ, ବାମପନ୍ଥୀ ଦଳ
  • ||
  • ଗୁରୁବାରଠୁ କମିବ ବର୍ଷାର ପରିମାଣ, ୨୩ ଜିଲ୍ଲାରେ ବଜ୍ରଘାତ ଆଶଙ୍କା; ୨୦ରୁ ଅନେକ ସ୍ଥାନରେ ବର୍ଷା ସମ୍ଭାବନା
  • ||

ସୁଶାସନ ପ୍ରତ୍ୟେକ ଲୋକର ଅଧିକାର, ଆଉ ତାହା ଅଧିକାରୀଙ୍କ କର୍ତ୍ତବ୍ୟ : ମୁଖ୍ୟମନ୍ତ୍ରୀ

Published By : Suraj Kumar | July 17, 2025 6:03 PM

 ଭୁବନେଶ୍ବର,୧୭।୭ : ଲୋକସେବା ଭବନରେ ଦୁଇ ଦିନିଆ ଜାତୀୟ ସୁଶାସନ କର୍ମଶାଳା ଗୁରୁବାର ଆରମ୍ଭ  ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର କାର୍ମିକ, ସାଧାରଣ ଅଭିଯୋଗ ଏବଂ ପେନସନ ଓ  ପ୍ରଶାସନ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂ ଏହାକୁ ଉଦଘାଟନ କରିଥିଲେ। 

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ବିପର୍ଯ୍ୟୟ ପ୍ରବଣ ରାଜ୍ୟରୁ ବାହାରି ଓଡିଶା ଏବେ ପ୍ରଗତିଶୀଳ ହୋଇଛି। ସୁଶାସନ ପ୍ରତ୍ୟେକ ଲୋକର ଅଧିକାର, ଆଉ ତାହା ଅଧିକାରୀଙ୍କ କର୍ତ୍ତବ୍ୟ। ଓଡିଶା ଶାସନ ଏବେ ପେପର ଲେସ ହୋଇଛି। ଆଗକୁ ଲୋକଙ୍କୁ ଶୁଶାସନ ଯୋଗାଇ ଦେବାକୁ  ଏଆଇ ଟେକ୍ନୋଲୋଜିର ବ୍ୟବହାର ମଧ୍ୟ କରାଯିବ ।

ବିଧାନସଭାରେ ଚଳିତ ବଜେଟ ମଧ୍ୟ ପେପର ଲେସ ହୋଇଥିଲା। ସରକାରୀ କାମ ତ୍ୱରାନ୍ୱିତ ପାଇଁ ଡିଜିଟାଲ ପ୍ଲାଟଫର୍ମ କରାଯାଉଛି। ଓଡ଼ିଶା ସଚିବାଳୟ କାର୍ଯ୍ୟପ୍ରବାହ ସ୍ୱୟଂଚାଳିତ ବ୍ୟବସ୍ଥା ଏବଂ ଅଭିନବ 'ୱାର୍କ ପାସବୁକ୍' ଭଳି ପ୍ରମୁଖ ପଦକ୍ଷେପଗୁଡ଼ିକୁ ସ୍ୱଚ୍ଛତା, ଦକ୍ଷତାର ମଡେଲ ଭାବରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ । ସାଧାରଣ ଲୋକଙ୍କୁ ବିଭିନ୍ନ ପ୍ରକାର ମୌଳିକ ସେବା ଅନଲାଇନରେ  ଯୋଗାଇ ଦିଆଯାଉଛି। ଲୋକଙ୍କ ଅଭିଯୋଗ ଶୁଣାଣି ଏବଂ ସମାଧାନ କରାଯାଇଛି। ଆମ ସରକାରରେ ସରକାରୀ ଅଧିକାରୀ ଏବଂ କର୍ମଚାରୀଙ୍କୁ ଆମେ କର୍ମଯୋଗୀ ବୋଲି ଅବସ୍ଥାପିତ କରିଛୁ। ବ୍ୟୁରୋକ୍ରେସୀ ଦାୟିତ୍ୱବାନ ଅଛି।  ନାଗରିକ କେନ୍ଦ୍ରିକ ଭାବେ ଆମ ସରକାର କାମ କରୁଛି।ଓଡ଼ିଶାରେ ଏଭଳି ଏକ କର୍ମଶାଳା ଆୟୋଜନରୁ ସୁଯୋଗ ଦେଇଥିବାରୁ କେନ୍ଦ୍ର ମନ୍ତ୍ରୀ ଏବଂ କେନ୍ଦ୍ର ସରକାର କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି ।

କେନ୍ଦ୍ରମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂ ଶାସନ ସଂସ୍କାରରେ ଆଞ୍ଚଳିକ ସହଯୋଗର ଗୁରୁତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ। "ଉତ୍ତମ ଶାସନ ଅର୍ଥ ହେଉଛି ପ୍ରତ୍ୟେକ ଚ୍ୟାଲେଞ୍ଜକୁ ସୁଯୋଗରେ ପରିଣତ କରିବା ବୋଲି ସେ କହିଥିଲେ। 

ଉଦଘାଟନୀ ଅଧିବେଶନରେ ଓଡ଼ିଶା ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁରେନ୍ଦ୍ର କୁମାର ସ୍ବାଗତ ଭାଷଣ ଦେଇଥିଲେ। କେନ୍ଦ୍ର ପ୍ରଶାସନିକ ସଂସ୍କାର ଏବଂ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ ପୁନିତ ଯାଦବ ଧନ୍ୟବାଦ ଅର୍ପଣ କରିଥିଲେ। ବୈଠକରେ ବିଭିନ୍ନ ରାଜ୍ୟର ମନ୍ତ୍ରୀ, ବରିଷ୍ଠ ଅମଲାତନ୍ତ୍ରୀ ଏବଂ ଉଚ୍ଚପଦସ୍ଥ ଅଧିକାରୀମାନେ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.