ପ୍ରମୂଖ ଖବର
  • ରାଉରକେଲା : ପାରିବାରିକ କଳହର କରୁଣ ପରିଣତି , ୨ ଝିଅକୁ ବିଷ ଦେଇ ନିଜେ ବିଷ ପିଇଲା ମା’
  • ||
  • ରାଜ୍ୟରେ ଖୋଲିବ ୫ ନୂଆ ଏନସିସି ଛାତ୍ରୀ ବାଟାଲିୟନ
  • ||
  • ଆମେରିକାର ପୋଲ୍ ଖୋଲିଲା ଏହି ରିପୋର୍ଟ, ଇରାନର କେବଳ ଗୋଟିଏ ପରମାଣୁ ଠିକଣା ହୋଇଥିଲା ଧ୍ବଂସ
  • ||
  • ବିନିକା : ମହାନଦୀରୁ ମିଳିଲା ଏକ କୁଇଣ୍ଟାଲର ବୋଦା ମାଛ
  • ||
  • ପ୍ରତିବନ୍ଧକର ଧମକ ଦେଇଥିଲେ ନାଟୋ ମୁଖ୍ୟ, କଡ଼ା ଜବାବ ଦେଲା ଭାରତ
  • ||
  • ଏଫଏମ କଲେଜ ଘଟଣା ପରେ ଆକ୍ସନରେ ସରକାର; ଜିଏମ୍ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଗିରଫ
  • ||
  • କଣ୍ଟାବଞ୍ଜି: ରାୟପୁର- ବିଶାଖପାଟଣା ପାସେଞ୍ଜର ଟ୍ରେନର ଏକ ବଗିର ଯାନ୍ତ୍ରିକ ତ୍ରୁଟି,ଦୀର୍ଘ ସମୟ ଧରି ଅଟକିଥିଲା ଟ୍ରେନ
  • ||
  • ନୂଆପଡ଼ା : ସାହାଜଟ ସେବାଶ୍ରମରେ ଅଘଟଣ, ଗଛରେ ଝୁଲି ପଡ଼ିଲେ ଅଷ୍ଟମ ଶ୍ରେଣୀ ଛାତ୍ର
  • ||
  • କେନ୍ଦ୍ରାପଡ଼ା : ଖରସ୍ରୋତାକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଓଡ଼ିଶା ବନ୍ଦ; ସାଲେପୁର କଂଗ୍ରେସରେ ଫାଟ, ସମର୍ଥକଙ୍କ ମଧ୍ୟରେ ଛକାପଞ୍ଝା
  • ||
  • କୋଣାର୍କ : ଓଡ଼ିଶା ବନ୍ଦ ଡାକରାର ପ୍ରଭାବ; ପର୍ଯ୍ୟଟକଶୂନ୍ୟ କୋଣାର୍କ ଓ ଚନ୍ଦ୍ରଭାଗା
  • ||
  • କଳାହାଣ୍ଡି : କେସିଙ୍ଗାରେ ଓଡିଶା ବନ୍ଦ ପ୍ରଭାବ, ସହରର ସମସ୍ତ ଦୋକାନ ବଜାର ସହ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ
  • ||
  • ଆଲାସ୍କା ଦ୍ୱୀପରେ ୭.୩ ତୀବ୍ରତାର ଭୂମିକମ୍ପ ଅନୁଭୂତ, ସୁନାମି ଚେତାବନୀ ଜାରି
  • ||
  • ସପିଂ ମଲରେ ଭୟଙ୍କର ଅଗ୍ନିକାଣ୍ଡ; ଜିଅନ୍ତା ଜଳି ୫୦ ମୃତ, ଅନେକ ଆହତ
  • ||
  • ଖଲ୍ଲିକୋଟ : ୧୬ ନଂ ଜାତୀୟ ରାଜପଥ ନାରାୟଣୀ ଛକରେ ଓଲଟିଲା କାର୍, ଜଣେ ମୃତ ୮ ଗୁରୁତର
  • ||
  • ଓଡ଼ିଶା ବନ୍ଦ, ଚକଅଖ ଜାମ୍, ସକାଳ ୬ରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ, ବାମପନ୍ଥୀ ଦଳ
  • ||
  • ଗୁରୁବାରଠୁ କମିବ ବର୍ଷାର ପରିମାଣ, ୨୩ ଜିଲ୍ଲାରେ ବଜ୍ରଘାତ ଆଶଙ୍କା; ୨୦ରୁ ଅନେକ ସ୍ଥାନରେ ବର୍ଷା ସମ୍ଭାବନା
  • ||

୧୭ରୁ ଭୁବନେଶ୍ୱରରେ ଆରମ୍ଭ ହେବ ଉତ୍ତମ ପ୍ରଶାସନିକ ଅଭ୍ୟାସ ସମ୍ପର୍କିତ ଜାତୀୟ ସମ୍ମିଳନୀ

Published By : Suraj Kumar | July 16, 2025 5:12 PM

ଭୁବନେଶ୍ବର,୧୬।୭  : ଉତ୍ତମ ପ୍ରଶାସନିକ ଅଭ୍ୟାସ ବିଷୟ ବସ୍ତୁ ଉପରେ ଗୁରୁବାରଠାରୁ ଭୁବନେଶ୍ବରରେ ଦୁଇଦିନିଆ ଜାତୀୟ ସମ୍ମିଳନୀ ଆରମ୍ଭ ହେବ। ଭାରତ ସରକାରଙ୍କ ପ୍ରଶାସନିକ ସଂସ୍କାର ଏବଂ ସାଧାରଣ ଅଭିଯୋଗ ବିଭାଗ (ଡିଏଆରପିଜି) ଏବଂ ଓଡ଼ିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ଏହି  ସମ୍ମିଳନୀ ୧୭ଓ୧୮ ତାରିଖ ଦୁଇ ଦିନ ଧରି ଆୟୋଜନ କରାଯିବ। 

କେନ୍ଦ୍ର କାର୍ମିକ, ସାଧାରଣ ଅଭିଯୋଗ ଏବଂ ପେନସନ ପ୍ରଶାସନ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂ ଏବଂ ମୁଖ୍ୟମନ୍ତ୍ରୀ ମୋହନ  ଚରଣ ମାଝୀ ମିଳିତ ଭାବେ  ଏହି ଜାତୀୟ ସମ୍ମିଳନୀକୁ ଉଦଘାଟନ କରିବେ।  ପ୍ରଧାନମନ୍ତ୍ରୀ ଉତ୍କର୍ଷତା ପୁରସ୍କାର  ଦ୍ବାରା ସ୍ୱୀକୃତି ଲାଭ୍ କରିଥିବା  ବିଭିନ୍ନ ପ୍ରୟାସଗୁଡ଼କିୁ ଉପସ୍ଥାପନ କରିବା ଏବଂ ମାନ୍ୟତା ପ୍ରଦାନ କରିବା ଉଦ୍ଦେଶ୍ୟରେ ‘‘ଉତ୍ତମ ପ୍ରଶାସନିକ ଅଭ୍ୟାସ’’ ବିଷୟବସ୍ତୁକୁ ନେଇ ସମ୍ମିଳନୀ ଆୟୋଜନ କରାଯାଉଛି। ଡିଏଆରପିଜି ସଚିବ ଭି .ଶ୍ରୀନିବାସ ଏବଂ ଓଡ଼ିଶା ମୁଖ୍ୟ  ଶାସନ ସଚିବ ମନୋଜ ଆହୁଜା  ମଧ୍ୟ ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିବେ। 

ଏହି ଜାତୀୟ ସମ୍ମିଳନୀରେ ବିଭିନ୍ନ ବିଷୟ ବସ୍ତୁକୁ ନେଇ ୫ଟି ପୂର୍ଣ୍ଣାଙ୍ଗ ଅଧିବେଶନ ଆୟୋଜିତ ହେବ। ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ପୁରସ୍କୃତ ପ୍ରୟାସ ୨୦୨୪  (ଜିଲ୍ଲାଗୁଡିକର ସାମଗ୍ରିକ ବିକାଶ) ଶୀର୍ଷକ ପ୍ରଥମ ଅଧିବେଶନ ଡିଏଆରପିଜିର ଅତିରିକ୍ତ ସଚିବ ପୁନତି ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଡିଏଆରପିଜି ଯୁଗ୍ମସଚିବ ସରିତା  ଚୌହାନ ପ୍ରଧାନମନ୍ତ୍ରୀଙ୍କ ଦ୍ବରା ପୁରସ୍କୃତ ପ୍ରୟାସ -୨୦୨୪ (ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମ)’ ବିଷୟ ଉପରେ ଆଉ ଏକ ଅଧିବେଶନରେ ଅଧ୍ୟକ୍ଷତା କରିବେ।  ଅନ୍ୟାନ୍ୟ ଅଧିବେଶନଗୁଡ଼ିକରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପୁରସ୍କୃତ ପ୍ରୟାସ ୨୦୨୩ ଏବଂ ୨୦୨୪(ସାମଗ୍ରିକ ବିକାଶ ଏବଂ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମ ଏବଂ ନବସୃଜନ) ଉପରେ ଆଲୋଚନା କରାଯିବ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.