ପ୍ରମୂଖ ଖବର
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶାନ୍ତିଲତାଙ୍କ ଶେଷକୃତ୍ୟ ସମ୍ପର୍ଣ୍ଣ

ପୁରୀ ୨/୪ : ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ଶେଷକୃତ୍ୟ ପୁରୀ ସ୍ୱର୍ଗଦ୍ବାର ଠାରେ ସମ୍ପର୍ଣ୍ଣ ହୋଇଥିଲା। ଗାର୍ଡ ଅଫ ଅନର ପ୍ରଦାନ କରାଯାଇ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସତ୍କାର କରାଯାଇଥିଲା।ଶାନ୍ତିଲତା ଙ୍କ ବଡପୁଅ ଅଭିଷେକ ଛୋଟରାୟ ମୁଖାଗ୍ନି ଦେଇଥିଲେ।

ସ୍ୱର୍ଗଦ୍ବାରରେ ଶାନ୍ତିଲତା ଙ୍କ ମରଶରୀର ପହଞ୍ଚିବା ପରେ ସତ୍କାର ପାଇଁ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଥିଲା।ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ନିଳମାଧବ ଭୋଇ, ଅତିରିକ୍ତ ଉପ ଜିଲ୍ଲାପାଳ ନିଳମାଧବ ମାଝି ସ୍ୱର୍ଗଦ୍ବାରରେ   ପହଞ୍ଚି ସମସ୍ତ ବ୍ୟବସ୍ଥା କୁ ତଦାରଖ କରିବା ସହ ମରଶରୀର ରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।ଅତିରିକ୍ତ ଏସ ପି ଦେବବ୍ରତ ଚକ୍ର, ସିଟି ଡିଏସପି ପ୍ରଶାନ୍ତ କୁମାର ସାହୁ ମଧ୍ୟ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, ସି ବିଚ ଥାନା ଅଧିକାରୀ ମାନସ ରଞ୍ଜନ ଚକ୍ର ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ଶେଷକୃତ୍ୟ ରେ ଶାନ୍ତିଲତା ଙ୍କ ପରିବାର ସଦସ୍ୟ, ସମ୍ପର୍କୀୟ, ଓ ତାଙ୍କୁ ଓ ତାଙ୍କ ଭଜନ କୁ ଭଲ ପାଉଥିବା ଅନେକ ଶୁଭେଛୁ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.