ପ୍ରମୂଖ ଖବର
  • ଭୁବନେଶ୍ଵର : ORERAର ନୂତନ ଅଧ୍ୟକ୍ଷ ଅସିତ ମହାପାତ୍ର, ରାଜେନ୍ଦ୍ର ମିଶ୍ର ଓ ଶ୍ୟାମସୁନ୍ଦର ଦାସଙ୍କୁ ସଦସ୍ୟ ଦାୟିତ୍ଵ
  • ||
  • ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ମାମଲା, ମେ ୨୮ରେ ରାୟ ଶୁଣାଇବେ ADJ କୋର୍ଟ
  • ||
  • ପଞ୍ଜାବରେ ମଦ ଟ୍ରାଜେଡ଼ି; ୫ ବର୍ଷରେ ଗଲାଣି ୧୭୬ ଜୀବନ
  • ||
  • ବିଏସ୍‌ଏଫ ଯବାନକୁ ଛାଡ଼ିଲା ପାକିସ୍ତାନ, ୨୦ ଦିନ ପରେ ପାକ୍ ଜେଲରୁ ମୁକ୍ତ ହେଲେ ପୂର୍ଣ୍ଣମ କୁମାର
  • ||
  • ନାଳ ଉପରୁ ଜବରଦଖଲ ଉଚ୍ଛେଦ, କାର୍ଯ୍ୟନିର୍ବାହୀ ଅଧିକାରୀ ଓ ସାଲୁଜା ମୁହାଁମୁହିଁ
  • ||
  • ‘ଅପରେସନ ସିନ୍ଦୂର’ ପରେ ଆଜି ବସିବ CCSର ପ୍ରଥମ ବୈଠକ, ପାକିସ୍ତାନକୁ ନେଇ ନିଆଯାଇପାରେ ବଡ଼ ନିଷ୍ପତ୍ତି...
  • ||
  • ବୁଧବାର ବସିବ ରାଜ୍ୟ କ୍ୟାବିନେଟର ବୈଠକ, ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଗଞ୍ଜାମ : ଡାଲା ଅଟୋ ଓଲଟି ଦୁଇ ମୃତ, ୧୪ ଆହତ
  • ||
  • ଅନୁଗୁଳ : ବିଲକୁ ଯାଇଥିବା ବେଳେ ପଡ଼ିଲା ଚଡ଼କ, ବଜ୍ରାଘାତରେ ବାପ-ପୁଅ ମୃତ
  • ||
  • ଆନନ୍ଦପୁର : ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • ରଥଖଳା ହାଲ୍‌ଚାଲ୍‌...ଆଜି ପ୍ରସ୍ତୁତ ହେବ ୩ ନାହାକା ଚକ, ଭଉଁରି ଯାତ୍ରାରେ ଡ଼େରା ହେବ ଚକ ଅଖ
  • ||
  • ଦିନରେ ତାତି, ସନ୍ଧ୍ୟାରେ କାଳବୈଶାଖୀ: ଆସନ୍ତା ୩ ଦିନରେ ୩ ଡିଗ୍ରୀ ବଢ଼ିପାରେ ତାପମାତ୍ରା, ୧୮ ଜିଲ୍ଲାରେ ଘଡ଼ଘଡି ସହ ବର୍ଷିବ
  • ||

ବର୍ଷା ଦିନ ପୂର୍ବରୁ ସମ୍ଭାବ୍ୟ ବାତ୍ୟା ଓ ବନ୍ୟା ମୁକାବିଲା ନେଇ ଭଦ୍ରକରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବୈଠକ

Published By : Prameya | May 14, 2025 1:57 PM

ଭଦ୍ରକ, ୧୪/୦୫ : ବର୍ଷା ଦିନ ପୂର୍ବରୁ ସମ୍ଭାବ୍ୟ ବାତ୍ୟା ଓ ବନ୍ୟା ମୁକାବିଲା ନେଇ ଭଦ୍ରକ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବୈଠକ। ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା। ଏହି ବୈଠକରେ ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ, ଭଣ୍ଡାରିପୋଖରୀ ବିଧାୟକ ସଂଜୀବ ମଲ୍ଲିକଙ୍କ ସମେତ ଧାମନଗର ବିଧାୟକ ତଥା ମନ୍ତ୍ରୀଙ୍କ ପ୍ରତିନିଧି ଅଶୋକ ଦାସ, ଚାନ୍ଦବାଲି ବିଧାୟକଙ୍କ ପ୍ରତିନିଧି, ଅତିରିକ୍ତ ଜିଲ୍ଲାପାଳ ଶାନ୍ତନୁ ମହାନ୍ତି, ଉପଜିଲ୍ଲାପାଳ ସୌରଭ ଚକ୍ରବର୍ତ୍ତୀ ଯୋଗ ଦେଇଥିଲେ।

ବର୍ଷା ଦିନ ଆରମ୍ଭ ପୂର୍ବରୁ ସମ୍ଭାବ୍ୟ ବାତ୍ୟା ଓ ବନ୍ୟାର ମୁକାବିଲା କିପରି କରାଯାଇ ପାରିବ ସେ ବିଷୟରେ ବିସ୍ତୃତ ଭାବରେ ଆଲୋଚନା ହୋଇଛି। ବିଶେଷକରି ଦୁର୍ବଳ ନଦୀ ବନ୍ଧ ଗୁଡିକର ମରାମତି, ଏସ୍କକେଫ ଗୁଡିକର ଉଚତା ବୃଦ୍ଧି, ତଳିଆ ଅଞ୍ଚଳରୁ ଜଳ ନିଷ୍କାସନର ବ୍ୟବସ୍ଥା, ବନ୍ୟା ଓ ବାତ୍ୟା ପୂର୍ବରୁ ଶୁଖିଲା ଖାଦ୍ୟ ବିଭିନ୍ନ ପଏଣ୍ଟରେ ରଖିବା, ସହରାଞ୍ଚଳରେ ଥିବା ଡ୍ରେନ ଗୁଡିକ ପରିଷ୍କାର କରିବା, ବାତ୍ୟା ଆଶ୍ରୟ ସ୍ଥଳ ଗୁଡିକୁ ପ୍ରସ୍ତୁତି କରି ରଖିବା ଏବଂ ବିପର୍ଯ୍ୟୟ ସମୟରେ ବିଭିନ୍ନ ବିଭାଗ ମଧ୍ୟରେ କିପରି ଉତ୍ତମ ସମନ୍ଵୟ ରକ୍ଷା କରାଯାଇ ପାରିବ ସେ ବିଷୟରେ ବିଶେଷ ଭାବେ ଆଲୋଚନା କରାଯାଇ କାର୍ଯ୍ୟପନ୍ଥା ଗ୍ରହଣ କରାଯାଇଛି।

ସବୁ ବାତ୍ୟା ଆଶ୍ରୟ ସ୍ଥଳ ନିକଟରେ ପାନୀୟ ଜଳର ସୁବିଧା, ବିଦ୍ୟୁତ ସଂଯୋଗୀ କରଣର ସୁବିଧା ପାଇଁ ନଳକୂପ ଖନନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଭାବେ ଜିଲ୍ଲାର ଭଣ୍ଡାରିପୋଖରୀ, ଧାମନଗର, ତିହିଡି଼ ଓ ଚାନ୍ଦବାଲି ବ୍ଲକର ନଦୀ କୂଳବର୍ତ୍ତୀ ଅଞ୍ଚଳର ଲୋକଙ୍କ ଧନ ଜୀବନର ସୁରକ୍ଷା ପ୍ରତି ଅଧିକ ଗୁରୁତ୍ଵାରୋପ କରାଯାଇଛି। ବିପର୍ଯ୍ୟୟ ମୁକାବିଲାରେ ମୋହନ ସରକାରଙ୍କ ଜିରୋ କାଜୁଆଲିଟିକୁ ଫୋକସ କରାଯାଇଛି। ଏଥର ବାତ୍ୟା ଓ ବନ୍ୟାରେ ଘରେ ଘରେ ଗୋ-ଖାଦ୍ୟ ଦେବା ନେଇ ନିଷ୍ପତି କରାଯାଇଛି। ଏହି ବୈଠକରେ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେଇ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ କିଭଳି ପ୍ରସ୍ତୁତ ରହିଛନ୍ତି ସେ ବିଷୟରେ ସେମାନେ ନିଜର ଯୋଜନା ବିଷୟରେ ଜଣାଇଥିଲେ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.