ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ମେଜର ଓ ବାନ୍ଧବୀଙ୍କୁ ମାଡ଼ ମାରିବା ଘଟଣାକୁ ନବୀନଙ୍କ ଦୃଢ଼ ନିନ୍ଦା, କହିଲେ ବିଚାର ବିଭାଗୀୟ ତଦନ୍ତ ହେଉ

ଭୁବନେଶ୍ଵର, ୨୦/୦୯ : ଭରତପୁର ଥାନାରେ ଜଣେ ମିଲିଟାରୀ ଅଧିକାରୀ ଓ ଜଣେ ମହିଳାଙ୍କୁ ନିର୍ଯାତନା ଦିଆଯିବା ଘଟଣାକୁ ଦୃଢ ନିନ୍ଦା କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ଘଟଣାକୁ ଲୋମହର୍ଷଣକାରୀ ଏବଂ କଳ୍ପନାତୀତ ବୋଲି କହିଲେ ନବୀନ। ସେ କହିଛନ୍ତି ଯେ, ଥାନା ଭିତରେ ପୋଲିସ ଯେଭଳି ନିର୍ଦ୍ଦୟ ବ୍ୟବହାର କରିଥିବା ଅଭିଯୋଗ ହୋଇଛି ତାହା ସାରା ଦେଶର ବିବେକକୁ ଦୋହଲାଇ ଦେଇଛି। ଓଡ଼ିଶା ଭିତରେ ଜଣେ ମିଲିଟାରୀ ଅଧିକାରୀ ଓ ଜଣେ ମହିଳାଙ୍କ ପ୍ରତି ଏଭଳି ଅତ୍ୟାଚାର ଅତ୍ୟନ୍ତ ଦୁଃଖଦାୟକ। ଏହି ନାରକୀୟ ଘଟଣାର ବିଜୁ ଜନତା ଦଳ ଦୃଢ଼ ଭାବରେ ନିନ୍ଦା କରିବା ସହ ଘଟଣାରେ ସମ୍ପୃକ୍ତ ସମସ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ବିଜେପି ସରକାର ଗ୍ରହଣ କରିବେ ବୋଲି ନବୀନ ଆଶା ପ୍ରକାଶ କରିଛନ୍ତି।

ନବୀନ କହିଛନ୍ତି ଯେ, ତାଙ୍କ ସରକାର ସମୟରେ ମୋ ସରକାର ବ୍ୟବସ୍ଥା ଥିଲା। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ଥାନା ଓ ଡାକ୍ତରଖାନା ସମେତ ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ଯିବା ସହ ନାଗରିକମାନଙ୍କ ଠାରୁ କର୍ମଚାରୀମାନଙ୍କ ବ୍ୟବହାର ଓ ବୃତ୍ତିଗତ ଦକ୍ଷତା ସଂମ୍ପର୍କରେ ଫିଡବ୍ୟାକ୍ ସଂଗ୍ରହ କରୁଥିଲେ। ବିଜେପି ସରକାର ଶାସନକୁ ଆସିବା ପରେ ପରେ ତୁରନ୍ତ ମୋ ସରକାର ପରି ଲୋକାଭିମୁଖୀ କାର୍ଯ୍ୟକ୍ରମକୁ ବନ୍ଦ କରିଦେଲେ। ଯାହାର ପରିଣାମ ଏବେ ସର୍ବତ୍ର ଦୃଶ୍ୟମାନ।

ସେହିପରି ପୁରୀ ରାଜଭବନ ଘଟଣାରେ ଦାୟିତ୍ୱ ସମ୍ପାଦନ କରୁଥିବା ଜଣେ ସରକାରୀ ଅଧିକାରୀଙ୍କ ଉପରେ ରାଜ୍ୟପାଳଙ୍କ ପୁଅ ଆକ୍ରମଣ କରିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ପାଇଁ ସରକାର ମନା କରିଦେବା ଦ୍ୱାରା ଏହା ଅପରାଧୀମାନଙ୍କୁ ଉତ୍ସାହିତ କରିଛି। ରାଜ୍ୟପାଳଙ୍କ ପୁଅ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ମୁଁ ପୁଣି ଥରେ ସରକାରଙ୍କୁ ଅନୁରୋଧ କରୁଛି। ସେହିପରି ଭରତପୁର ଥାନାରେ ଜଣେ ମିଲିଟାରୀ ଅଧିକାରୀ ଓ ଜଣେ ମହିଳାଙ୍କ ଉପରେ ଯେଭଳି ଜଘନ୍ୟ ଅତ୍ୟାଚାର କରାଗଲା ତାର କୋର୍ଟ ତତ୍ୱାବଧାନରେ SIT ତଦନ୍ତ ସହ ବିଚାର ବିଭାଗୀୟ ତଦନ୍ତ କରାଯାଉ।



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.