ପ୍ରମୂଖ ଖବର
  • ବୋରିଗୁମ୍ମା : ଭାରସାମ୍ୟ ହରାଇ ଓଲଟିଲା ସ୍କୁଲ୍‌ ଭ୍ୟାନ୍‌, ୧୧ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଆହତ
  • ||
  • ମୟୂରଭଞ୍ଜ : ବୁରୁସାହି ଠାରେ ଅଫିମ ଚାଷ ଘଟଣା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ସୁନ୍ଦରଗଡ଼ : ମା' ପୁଅଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟ୍‌, ସୁନା : ଅଳଙ୍କାର ସହ ଟଙ୍କା ନେଇଗଲେ ଲୁଟେରା
  • ||
  • ଉଦଳା : ମର୍ଣ୍ଣିଙ୍ଗ୍‌ ୱାକ୍‌ କରିବି ବେଳେ ଧକ୍କା ଦେଲା ପିକଅପ୍‌ ଗାଡ଼ି, ଚାଲିଗଲା ବ୍ୟକ୍ତିଙ୍କ ଜୀବନ
  • ||
  • ଜଳଲାପୁଟ ଜଳଭଣ୍ଡାରରେ ଡ଼ଙ୍ଗା ବୁଡି ଘଟଣା: ୮୪ ଘଣ୍ଟା ପରେ ଆଉ ଜଣଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଜଳ ସମ୍ପଦ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍‌, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ରାଉରକେଲା : ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ, ରୋଡ୍‌ ଉପରକୁ ମାଡ଼ିଗଲା ୩ ବଗି
  • ||

ମାଓବାଦୀଙ୍କ ବର୍ବରତା: ଇନଫର୍ମର ସନ୍ଦେହରେ ଦୁଇ ଆଦିବାସୀଙ୍କୁ ଗଳାକାଟି ହତ୍ୟା

Published By : Prameya | February 4, 2025 1:17 PM

ଭୁବନେଶ୍ୱର ୦୪/୦୨: ପୁଣି ଲାଲବାହିନୀଙ୍କ ବର୍ବରକାଣ୍ଡ। ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଗ୍ରାମବାସୀଙ୍କ ଗଳାକାଟି ନିର୍ମମ ହତ୍ୟା କଲେ ମାଓବାଦୀ ।ମୃତକ ଦୁଇ ଜଣ ମାଡଭି ମୁନ୍ନା ଓ କାରାମ ରାଜୁ ବୋଲି ଜଣାପଡିଛି। ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।

ସୂଚନା ଅନୁଯାଇ,ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ପୁଣି ମାଓ ହିଂସା ଦେଖିବାକୁ ମିଳିଛି। ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣ ସାଧାରଣ ଆଦିବାସୀଙ୍କୁ ଘରୁ ଡାକି ନେଇ ଗଳାକାଟି ହତ୍ୟା କରିଛନ୍ତି ଲାଲ୍ ବାହିନୀ । ତାରେମ ଥାନା ଅନ୍ତର୍ଗତ ତାଲାବପାଡା ଓ ନୟାପାଡା ଗ୍ରାମର ମାଡଭି ମୁନ୍ନା ଓ କାରାମ ରାଜୁ ବୋଲି ଜଣାପଡିଛି। ହତ୍ୟାକାଣ୍ଡ ସୂଚନା ମିଳିବା ପରେ ଉଭୟ ଗାଁରେ ପୋଲିସ ପହଞ୍ଚିଥିଲା। ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.