ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି

Published By : Tapas Panda | July 20, 2025 8:56 PM

Image Courtesy: aajtak

ପାଟନା: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପୁଅ ନିଶାନ୍ତ କୁମାର ବିହାର ବିଧାନସଭା ନିର୍ବାଚନକୁ ନେଇ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ । NDA ସରକାର ଗଠନ ହେବ ଏବଂ ଆମେ ବିପୁଳ ବହୁମତରେ ଜିତିବୁ। ରାଜ୍ୟବାସୀଙ୍କ ଉପରେ ମୋର ପୂର୍ଣ୍ଣ ବିଶ୍ୱାସ ଅଛି ଯେ, ସେମାନେ ତାଙ୍କୁ ଗତ ୨୦ ବର୍ଷ ମଧ୍ୟରେ କରିଥିବା କାମ ପାଇଁ ନିଶ୍ଚିତ ଭାବରେ ପୁରସ୍କୃତ କରିବେ ଏବଂ ତାଙ୍କୁ ବିପୁଳ ବହୁମତରେ ପୁଣି ଥରେ ଜିତାଇବେ । ମୋର ଜନସାଧାରଣଙ୍କ ଉପରେ ପୂର୍ଣ୍ଣ ବିଶ୍ୱାସ ଅଛି। ବିହାରରେ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ କୌଣସି ଦ୍ୱନ୍ଦ୍ୱ ନାହିଁ। ନିର୍ବାଚନ କେବଳ ମୁଖ୍ୟମନ୍ତ୍ରୀ ନୀତୀଶଙ୍କ ଅଧିନାୟକତ୍ୱରେ ଲଢ଼ାଯିବ । 

ଏହା ପ୍ରଥମ ଥର ନୁହେଁ ଯେ ନିଶାନ୍ତ ଏପରି ବୟାନ ଦେଇଛନ୍ତି। ଏହା ପୂର୍ବରୁ ମଧ୍ୟ ସେ କହିଥିଲେ ଯେ, ବାପା (ନୀତୀଶ କୁମାର) ମୁଖ୍ୟମନ୍ତ୍ରୀ ହେବେ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ତାଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ଯେ, ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ହେବେ। ନୀତୀଶଙ୍କ ପୁଅ ନିଶାନ୍ତ ସାଧାରଣ ଲୋକଙ୍କୁ ଏନଡିଏକୁ ଭୋଟ ଦେବାକୁ ଅନୁରୋଧ କରିଛନ୍ତି । ଯାହା ଦ୍ଵାରା ତାଙ୍କ ବାପା ଅର୍ଥାତ୍ ନୀତୀଶଙ୍କ ନେତୃତ୍ୱରେ ସରକାର ଗଠନ ହୋଇପାରିବ । ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଆସନ ବଣ୍ଟନ ବିଷୟରେ କହିଲେ ବିଜେପି ପ୍ରାୟ ୧୦୦ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ । ଜେଡିୟୁ ପ୍ରାୟ ୯୦/୯୫ ଆସନ ପାଇବ । ବାକି ଆସନ ଏନଡିଏର ସହଯୋଗୀ ଦଳଙ୍କୁ ମିଳିବ ।  ସବୁ ନିର୍ବାଚନମଣ୍ଡଳୀରେ ବିଜେପି ସର୍ଭେ କରୁଛି । ସର୍ଭେ ରିପୋର୍ଟ ଆଧାରରେ ଆସନ ବଣ୍ଟନ କରାଯିବ ବୋଲି ସେ କହିଛନ୍ତି । 

ନିଶାନ୍ତ ଆହୁରି କହିଛନ୍ତି, ଯଦି ଏନଡିଏ କ୍ଷମତାକୁ ଆସେ, ନୀତୀଶ କୁମାର ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ। ସେପଟେ ନୀତୀଶ ସରକାର ନିର୍ବାଚନ ପୂର୍ବରୁ ଅନେକ ଘୋଷଣା କରିଛନ୍ତି। ସେ ୨୦୨୫-୩୦ ସୁଦ୍ଧା ୧ କୋଟି ନିଯୁକ୍ତି ସୃଷ୍ଟି କରିବାର ଲକ୍ଷ୍ୟ ରଖିଛନ୍ତି । ଯେଉଁଥିରେ ଘରୋଇ ଏବଂ ସରକାରୀ ଉଭୟ କ୍ଷେତ୍ରରେ ଶିକ୍ଷା ଏବଂ ତାଲିମ ସୁବିଧା ଅନ୍ତର୍ଭୁକ୍ତ ହେବ। ଏହା ବ୍ୟତୀତ, ଅଗଷ୍ଟ ୨୦୨୫ ରୁ ୧୨୫ ୟୁନିଟ୍ ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ୍ ଯୋଗାଇବା ପାଇଁ ଏକ ଯୋଜନା କରିଛନ୍ତି । ଏହା ଦ୍ବାରା ପ୍ରାୟ ୧.୬୭ କୋଟି ପରିବାରକୁ ଲାଭ ମିଳିବ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.