ପ୍ରମୂଖ ଖବର
  • କଟକ : କାଠଯୋଡ଼ିରେ ବୁଡ଼ି ଯାଇଥିବା ୨ ନାବାଳକ ଉଦ୍ଧାର,ଉଭୟଙ୍କୁ ମୃତ ଘୋଷଣା କଲେ ଡାକ୍ତର
  • ||
  • ବୁଧବାର ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି, ଅପରାହ୍ଣ ସାଢ଼େ ୨ଟାରୁ ସର୍ବସାଧାରଣ ଦର୍ଶନ ମନା
  • ||
  • ବ୍ରାହ୍ମଣୀ ନଦୀରେ ଭାସିଗଲେ ଗାଈ ଚରାଳି, ଅଗ୍ନିଶମ ବାହିନୀର ଖୋଜାଖୋଜି ଜାରି
  • ||
  • ରାକ୍ଷୀରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ୫ ଜଣଙ୍କୁ ଉଠାଇଆଣିଲା ରାଜନଗର ପୁଲିସ
  • ||
  • ଆଜି ହୋଇପାରେ NDAର ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା -ପ୍ରଧାନମନ୍ତ୍ରୀ ଏବଂ ଜେପି ନଡ୍ଡା ନେଇପାରନ୍ତି ଚୂଡ଼ାନ୍ତ ନିଷ୍ପତ୍ତି
  • ||
  • ରାଜ୍ୟରେ ବଢ଼ୁଛି ଜନବସତି, ଥମୁନି ହାତୀ-ମଣିଷ ଲଢ଼େଇ;୧୫ ବର୍ଷ ଧରି କାର୍ଯ୍ୟକ୍ଷମ ହେଉନି ୧୪ ହାତୀ କରିଡର
  • ||
  • କଟକ: ଜଗନ୍ନାଥ ଦର୍ଶନ ପାଇଁ ଯାଉଥିବା ବେଳେ ଅଘଟଣ, ମଝି ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା କାର୍
  • ||
  • ପାକିସ୍ତାନର ବଲୁଚ ଲିବରେସନ୍ ଆର୍ମି ଆତଙ୍କୀ ସଂଗଠନ ଘୋଷିତ, ବିଦେଶୀ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା କଲା ଆମେରିକା
  • ||
  • ମଙ୍ଗଳବାର ସଚିବସ୍ତରୀୟ ବୈଠକ; ବୁଧବାର ବସିବ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ
  • ||
  • ବୁଧବାର ଲଘୁଚାପ, ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା; କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ, ୨୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||

କିଏ ହେବ ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ? ମଙ୍ଗଳବାର ବାଛିବେ ମୋଦି-ନଡ୍ଡା; ସେପ୍ଟେମ୍ବର ୯ରେ ନିର୍ବାଚନ

Published By : Ankita S | August 12, 2025 11:57 AM

ନୂଆଦିଲ୍ଲୀ,୧୨/୦୮: ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ ହେବ । କିଏ ହେବ ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ? ଭାରତୀୟ ଜନତା ପାର୍ଟିରେ ପ୍ରାର୍ଥୀ ଚୟନ ନେଇ ମାନସ ମନ୍ଥନ ଚାଲିଛି । ତେବେ ମଙ୍ଗଳବାର ଏନ୍‌ଡିଏ ପ୍ରାର୍ଥୀ ଘୋଷଣା ହୋଇପାରେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଜେପି ରାଷ୍ଟ୍ରୀୟ ଉପସଭାପତି ଜେପି ନଡ୍ଡା, ଗୃହମନ୍ତ୍ରୀ ଅମିତ୍ ଶାହ, ନେତାମନ୍ତ୍ରୀଙ୍କ ମଧ୍ୟରେ ଉଚ୍ଚସ୍ତରୀୟ ବୈଠକ ହେବାର ଅଛି । କିଏ ପ୍ରାର୍ଥୀ ହେବ ସେନେଇ ଚୂଡାନ୍ତ ନିଷ୍ପତ୍ତି ନିଆଯିବ । ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ ହେବ । ଅଗଷ୍ଟ ୨୧ ଯାଏ ନାମାଙ୍କନ ଦାଖଲ କରିବାର ଶେଷ ତାରିଖ ରହିଛି । ବୈଠକ ପରେ ଉପରାଷ୍ଟ୍ରପତି ପ୍ରାର୍ଥୀ ନେଇ ସଂସଦୀୟ ବ୍ୟାପର ମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେବେ ।

ଭଭୟ ଲୋକସଭା ଓ ରାଜ୍ୟସଭା ସଦସ୍ୟଙ୍କ ଦ୍ୱାରା ଇଲେକ୍ଟୋରାଲ କଲେଜ ଦ୍ୱାରା ନିର୍ବାଚିତ ହେବେ ଉପରାଷ୍ଟ୍ରପତି । ସଂସଦରେ ସ୍ପଷ୍ଟ ସଂଖ୍ୟାଗତ ଲାଭ ସହିତ, ଏନ୍‌ଡିଏ ପାଖରେ ତାଙ୍କ ମନୋନୀତ ପ୍ରାର୍ଥୀର ବିଜୟ ସୁନିଶ୍ଚିତ କରିବା ପାଇଁ ପର୍ଯ୍ୟାପ୍ତ ସଂଖ୍ୟା ଅଛି । ଦେଶର ଉପରାଷ୍ଟ୍ରପତି ରାଜ୍ୟସଭାର ପଦାଧିକାରୀ ଅଧ୍ୟକ୍ଷ ମଧ୍ୟ ରୁହନ୍ତି ଯାହା ଏହି ପଦବୀକୁ ରାଜନୈତିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ କରିଥାଏ ।

ଜୁଲାଇ ୨୧ ତାରିଖରେ ସ୍ୱାସ୍ଥ୍ୟଗତ ସମସ୍ୟା ଦର୍ଶାଇ ଜଗଦୀପ ଧନଖଡ଼ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ । ଉପରାଷ୍ଟ୍ରପତି ରେସ୍‌ରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଗରେ ରହିଛନ୍ତି । ଏହା ଛଡା ପଛୁଆ ବର୍ଗର ରାମନାଥ ଠାକୁର, ଡେଜିୟୁର ହରୀବଂଶ ସିଂହ, ଦିଲ୍ଲୀ ଉପରାଜ୍ୟପାଳ ଭିକେ ସକ୍ସେନାଙ୍କ ନାମକୁ ନେଇ ଚର୍ଚ୍ଚା ହେଉଛି । ମିଡ଼ିଆ ରିପୋର୍ଟ ଅନୁସାରେ,ଭାରତୀୟ ଜନତା ପାର୍ଟି ଜାଟ ସମୂଦାୟର ଜଗଦୀପ ଧନଖଡ଼ଙ୍କ ସ୍ଥାନରେ ଆଉ ଜଣେ ଜାଟ ନେତାଙ୍କୁ ପ୍ରାର୍ଥୀ କରିପାରେ । ଗୁଜରାଟ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତଙ୍କୁ ସୁଯୋଗ ମିଳିପାରେ । ଜଗଦୀପ ଧନଖଡ଼ ରାଜସ୍ଥାନର ଜାଟ ସମୂଦାୟ ହୋଇଥିବା ବେଳେ ଆଚାର୍ଯ୍ୟ ଦେବବ୍ରତ ମଧ୍ୟ ହରିୟାଣା ଜାଟ ସମୂଦାୟର ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.