ପ୍ରମୂଖ ଖବର
  • ମେ’ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ଫଳ, ସୂଚନା ଦେଲେ ବୋର୍ଡ ସଭାପତି
  • ||
  • ନବୀନ ନିବାସରେ ବିଜେଡିର ବରିଷ୍ଠ ନେତାଙ୍କ ଭିଡ଼, ଅନଙ୍ଗ ଉଦୟ ସିଂଦେଓ, ପ୍ରସନ୍ନ ଆଚାର୍ଯ୍ୟ ଉପସ୍ଥିତ
  • ||
  • ପୁରୀ ମାଳତୀପାଟପୁର ବସଷ୍ଟାଣ୍ଡରେ ଅଘଟଣ, ଜଳିଗଲା ତୀର୍ଥଯାତ୍ରୀ ବସ୍
  • ||
  • IPL 2025 : ରାତିରେ ସୁପରକିଙ୍ଗ୍‌ସକୁ ଭେଟିବ ପଞ୍ଜାବ କିଙ୍ଗ୍‌ସ, ଦେଖିବାକୁ ମିଳିବ ସଂଘର୍ଷପୂର୍ଣ୍ଣ ମୁକାବିଲା
  • ||
  • ଛତିଶଗଡ଼ ନାରାୟଣପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ, ଜଣେ ଯୁବକ ମୃତ ଅନ୍ୟ ଜଣେ ଗୁରୁତର
  • ||
  • ଭାରତୀୟ ରେଲୱେର ଚମତ୍କାର ଇଞ୍ଜିନିୟରିଂ, ୧୯ରେ ଚେନାବ ବ୍ରିଜ୍‌କୁ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ
  • ||
  • ବାରାଣସୀରେ ଚାଞ୍ଚଲ୍ୟ: ଛାତ୍ରୀଙ୍କୁ ୭ ଦିନରେ ବନ୍ଧୁଙ୍କ ସହ ୨୩ ଜଣ ଗଣଦୁଷ୍କର୍ମ କରିଥିବା ଅଭିଯୋଗ, ୬ ଗିରଫ
  • ||
  • ବୋଝ ଉପରେ ନଳିତା ବିଡ଼ା: ଆଜିଠୁ ଏଲ୍‌ପିଜି ପାଇଁ ଅଧିକ ୫୦ ଟଙ୍କା ଗଣିବେ ଖାଉଟି
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୪୮ ଘଣ୍ଟା ମଧ୍ୟରେ ଅବପାତ ରୂପ ନେବା ସମ୍ଭାବନା,୧୭ ଯାଏ ସ୍ୱଳ୍ପ ବର୍ଷା
  • ||

ପାଚନ କ୍ରିୟା ଉପରେ କୁପ୍ରଭାବ ପକାଇଥାଏ ଥଣ୍ଡାପାଣି, ଜାଣନ୍ତୁ...

Published By : Harapriya Sethi | April 6, 2025 2:41 PM

ଏବେ ତ ଗ୍ରୀଷ୍ମଋତୁ। ଲସି, ସର୍ବତ ବ୍ୟତୀତ ଥଣ୍ଡା ପାଣିର ଚାହିଦା କିଛି କମ୍‌ ନୁହେଁ। କେତେକେ ଅତ୍ୟଧିକ ଥଣ୍ଡା ପାଣି ପିଇବାକୁ ପସନ୍ଦ କରିଥାଆନ୍ତି । ହେଲେ ଏହା ଅଭ୍ୟାସରେ ପରିଣତ ହୋଇଗଲେ, ତାହା ଶରୀର ପାଇଁ କ୍ଷତିକାରକ ସାବ୍ୟସ୍ତ ହୋଇଥାଏ। ସାଧାରଣତଃ ଆମ ଶରୀରର ତାପମାତ୍ରା ୩୭ ଡିଗ୍ରୀ ସେଲ୍ସିୟସ ରହିଥାଏ। ତେଣୁ ଆମେ ପିଉଥିବା ପାଣିର ତାପମାତ୍ରା ୨୦-୨୨ ଡିଗ୍ରୀ ସେଲ୍ସିୟସ ରହିବା ଆବଶ୍ୟକ। ସବୁବେଳେ ଅତ୍ୟଧିକ ଥଣ୍ଡା ପାଣି ପିଇଲେ ତାହାର ଖରାପ ପ୍ରଭାବ ଶରୀର ଉପରେ ପଡ଼ିଥାଏ । ପ୍ରଥମ କଥା ହେଲା ଏହା ରୋଗ ପ୍ରତିରୋଧକ ଶକ୍ତିକୁ କମାଇଦିଏ।

କେବଳ ସେତିକି ନୁହେଁ, ଏହାର ସିଧାସଳଖ ପ୍ରଭାବ ପାଚନ କ୍ରିୟା ଉପରେ ପଡ଼ିଥାଏ। ଅତ୍ୟଧିକ ଥଣ୍ଡା ପାଣି ପିଇଲେ ତାହାକୁ ଢୋକିବାକୁ କିଛି ସମୟ ଲାଗିଥାଏ। କାରଣ ଏହି ପାଣିର ତାପମାତ୍ରା ଅଳ୍ପ ପରିମାଣରେ ସାମାନ୍ୟ ହେବା ପରେ ତାହା ଗଳାରୁ ଖସିଥାଏ। ଏହାଦ୍ୱାରା ଟନ୍ସିଲ ଜନିତ ସମସ୍ୟା ଦେଖାଯିବା ଆଶଙ୍କା ଅଧିକ ଥାଏ।

ସବୁବେଳେ ଅତ୍ୟଧିକ ଥଣ୍ଡା ପାଣି ପିଇବା ଦ୍ୱାରା ପେଟର ଅନ୍ତଳନୀ ସଙ୍କୁଚିତ ହୋଇଯାଇଥାଏ, ଯାହାଦ୍ୱାରା କଫଜନିତ ସମସ୍ୟା ଦେଖାଯାଏ। ଅତ୍ୟଧିକ ଥଣ୍ଡାପାଣି ପିଇବା ଅଭ୍ୟାସରେ ପରିଣତ ହେଲେ ତାହା ହୃଦଜନିତ ସମସ୍ୟା ସୃଷ୍ଟି କରିବା ଆଶଙ୍କା ଥାଏ ବୋଲି ଆମେରିକୀୟ ହୃଦରୋଗ ବିଶେଷଜ୍ଞମାନେ ଏକ ଗବେଷଣାରୁ ଜାଣିପାରିଛନ୍ତି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.