ପ୍ରମୂଖ ଖବର
  • ଭିଜିଲାନ୍ସ ଜାଲରେ ଚିଫ୍ ଇଞ୍ଜିନିୟର୍ କୈଳାଶ ଚନ୍ଦ୍ର ସାହୁ , ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍
  • ||
  • ରାଜନଗରରେ ମାଡ଼ ହେବ "ଦାନା'! ଗୁରୁବାର ରାତିରୁ ଶୁକ୍ରବାର ସକାଳ ଭିତରେ ସ୍ଥଳଭାଗ ଛୁଇଁବ
  • ||

ଏହି ରାଶିର ବ୍ୟକ୍ତିଙ୍କ ଆୟର ନୂତନ ମାର୍ଗ ଖୋଲିବ

ମେଷ : ସକାଳ ୪ଟା ୧୦ ମିନିଟ୍‌ ପର୍ଯ୍ୟନ୍ତ ଘାତଚନ୍ଦ୍ର ଏବଂ ପରେ ଦ୍ୱିତୀୟ ଚନ୍ଦ୍ର ଯୋଗୁ ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ମତାନ୍ତର, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ । ଆର୍ଥିକ କ୍ଷତି ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି ଏବଂ ଧନକୁ ନେଇ ବିବାଦ ଉପୁଜି ପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ବହୁ ବିଧ ସମସ୍ୟା ଉପୁଯିବ । ଯେଉଁମାନଙ୍କର ଦ୍ୱିଜା ଓ କୃତ୍ତିକା ମେଷ, ସେମାନେ ସତର୍କ ହେବେ । 

ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୧୧, ଆରାଧନା : ମା’ ବଗଳାମୁଖୀ 

ବୃଷ : ଘାତବାର ଏବଂ ଦ୍ୱାଦଶ ଚନ୍ଦ୍ର, ଶ୍ରୀଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ଅପସରି ଯିବ ଏବଂ ରୋଗ, ଋଣ, ଦୁଃଖ, ଶୋକ ଏବଂ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଅଯଥା ଖର୍ଚ୍ଚ, ବଦ୍‌ ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାର କମ୍‌ ରହିବ ଏବଂ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : କଫି, ସଂଖ୍ୟା : ୦୪, ଆରାଧନା: ମା’ ଭୈରବୀ 

ମିଥୁନ : ଏକାଦଶ ଚନ୍ଦ୍ର ଏବଂ ଦ୍ୱାଦଶଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କୁସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗ କରିବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା: ୧୨, ଆରାଧନା : ମା’ ଛିନ୍ନମସ୍ତା

କର୍କଟ : ଦଶମ ଏବଂ ଏକାଦଶଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ସକାଳ ୧୦ଟା ୪୬ ମିନିଟ୍‌ ପରେ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବିଦେଶ ଯାତ୍ରା, ନୂତନ ବ୍ୟବସାୟ ଆଦି ଉନ୍ନତି ମୂଳକ କର୍ମରେ ଅଧିକ ଧ୍ୟାନ ରହିବ ଏବଂ ବାଣିଜ୍ୟ, ବ୍ୟବସାୟରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୫, ଆରାଧନା: ମା’ ସମଲେଶ୍ୱରୀ

ସିଂହ : ଘାତବାର ଏବଂ ଅପରାହ୍ଣ ୪ଟା ୧୦ ମିନିଟ୍‌ ପର୍ଯ୍ୟନ୍ତ ନବମ ଚନ୍ଦ୍ରଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକକର୍ମରେ ବିଘ୍ନ ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବିଘ୍ନ ଘଟିବ । ଏ ସମୟ ପରେ ଦଶମଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ସତର୍କ ହେବେ । 

ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା: ୦୬, ଆରାଧନା: ମା’ ମାତଙ୍ଗୀ 

କନ୍ୟା : ଅଷ୍ଟମ ଓ ନବମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ପଦସ୍ଥ ଅଧିକାରୀ, ଗୁରୁଜନଙ୍କ ସହ କଥାବାର୍ତ୍ତା ଏବଂ ଯାନ ବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମନୋ ମାଳିନ୍ୟ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର  ହେବେ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରାକନ୍ୟା ସେମାନେ ସତର୍କ ହେବେ । 

ଶୁଭରଙ୍ଗ: ଚକୋଲେଟ୍‌, ସଂଖ୍ୟା: ୪, ଆରାଧନା: ଭଗବାନ ବିଷ୍ଣୁ 

ତୁଳା : ସପ୍ତମ ଚନ୍ଦ୍ର, ଶନିବାର ଏବଂ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କ ଠାରୁ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନ ଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଅପରାହ୍ଣ ୪ଟା ୧୦ ମିନିଟ୍‌ ପରେ ଅଷ୍ଟମଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ସମସ୍ୟା ଦେଖା ଦେବ । ଯେଉଁମାନଙ୍କର ବିଶାଖା ତୁଳା ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ମା’ କମଳା  

ବିଛା :  ଷଷ୍ଠ ଚନ୍ଦ୍ର ଅପରାହ୍ଣ ୪ଟା ୧୦ ମିନିଟ୍‌ ପର୍ଯ୍ୟନ୍ତ ରହୁଥିବାରୁ ସେ ସମୟ ପର୍ଯ୍ୟନ୍ତ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା ସମସ୍ତଙ୍କ ସହ ବନ୍ଧୁତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁ ବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଏହାପରେ ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଓ ବ୍ୟବସାୟରେ ଅଶୁଭ ଫଳ ମିଳିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ  

ଧନୁ : ଅପରାହ୍ଣ ୪ଟା ୧୦ ମିନିଟ୍‌ ପର୍ଯ୍ୟନ୍ତ ପଞ୍ଚମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦା ବସ୍ଥା ଲାଗି ରହିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଏହାପରେ ଷଷ୍ଠଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭ ଫଳ ମିଳିବ । ଯେଉଁ ମାନଙ୍କର ପୂର୍ବା ଷାଢ଼ା ଓ ଉତ୍ତରା ଷାଢ଼ା ଧନୁ ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ  

ମକର :  ଅପରାହ୍ଣ ୪ଟା ୧୦ ମିନିଟ୍‌ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ରଯୋଗୁ ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ବିଭିନ୍ନ ଉତ୍ସରୁ ଧନ ପ୍ରାପ୍ତିହେବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭ ଦୃଷ୍ଟିରେ ରହିବେ । ଏହାପରେ ପଞ୍ଚମ ଚନ୍ଦ୍ରଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ ଅଶୁଭ ଫଳ ମିଳିବ । ଯେଉଁମାନଙ୍କର ଶ୍ରବଣା ମକର ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ କାଳୀ 

କୁମ୍ଭ : ତୃତୀୟ ଏବଂ ଚତୁର୍ଥ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ହୃତଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବ ଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୬, ଆରାଧନା : ମା’ ବିମଳା 

ମୀନ : ଅପରାହ୍ଣ ୪ଟା ୧୦ ମିନିଟ୍‌ ପର୍ଯ୍ୟନ୍ତ ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଓ ମାଲି ମକଦ୍ଦମାରେ ପଡ଼ି ପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମନ ଅସ୍ଥିର, ବିଷାଦ ଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଉତ୍ତର ଭାଦ୍ରମୀନ ସେମାନେ ସତର୍କ ହେବେ । 

ଶୁଭରଙ୍ଗ : ଧଳା, ସଂଖ୍ୟା : ୭, ଆରାଧନା : ମା’ ତାରା 

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ  

ଯୋଗାଯୋଗ : ୯୪୩୭୧୩୩୪୭୩

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.